ବାହାନା କରି ବୁଲୁଛନ୍ତି: ୨୫ ଜଣଙ୍କ ନାମରେ ମାମଲା

ଅନୁଗୋଳ ଅଫିସ୍‌, ୨୫ା୩- କରୋନା ସଂକ୍ରମଣକୁ ରୋକିବା ପାଇଁ ପୂରା ଦେଶକୁ ଲକ୍‌ଡାଉନ ଘୋଷଣା କରାଯାଇଥିଲେ ହେଁ ଅନୁଗୋଳ ଜିଲାର ବିଭିନ୍ନ ବ୍ଲକ ଅଞ୍ଚଳରେ ଏହି କଟକଣା ଉଲ୍ଲଂଘନ କରାଯାଉଥିବା ଦେଖାଯାଉଛି। ଜରୁରୀ କାମ ନ ଥିଲେ ବି ଅନେକ ଲୋକ ବାଇକ୍‌, ସାଇକେଲ୍‌ ଧରି ରାସ୍ତାକୁ ଆସି ବୁଲାବୁଲି କରୁଥିବାରୁ ପୋଲିସ କଠୋର ପଦକ୍ଷେପ ନେବା ଆରମ୍ଭ କରିଛି। ଏପରି ଆଇନ ଉଲ୍ଲଂଘନକାରୀ ୨୫ ଜଣଙ୍କ ନାମରେ ମାମଲା ରୁଜୁ କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ଜରପଡ଼ା ଥାନାରେ ୨, ପାଲଲହଡା ଥାନାରେ ୨, ବଅଁରପାଳ ଥାନାରେ ୫, କଣିହଁା ଥାନାରେ ୧ ଏବଂ ଅନୁଗୋଳ ଥାନାରେ ୧୫ ଜଣଙ୍କ ନାମରେ ମାମଲା ରୁଜୁ କରାଯାଇଛି। ସେମାନଙ୍କ ନିକଟରୁ ୧୧ଟି ବାଇକ୍‌ ମଧ୍ୟ ଜବତ କରାଯାଇଛି। ସେହିପରି ପାଲଲହଡା ସହରରେ ମଧ୍ୟ ବିନା କାମରେ ଲୋକେ ରାସ୍ତାରେ ବୁଲାବୁଲି କରୁଥିବାରୁ ଉପଜିଲାପାଳ ଅଜିତ କୁମାର ପ୍ରଧାନ, ଉପଖଣ୍ଡ ପୋଲିସ ଅଧିକାରୀ ଯଶୋବନ୍ତ ସାମଲ ଓ ପାଲଲହଡ଼ା ଥାନା ଅଧିକାରୀ କିଶୋର କୁମାର ସାମଲ ସହରରେ ବୁଲି ଡାକବାଜି ଯନ୍ତ୍ର ସାହାଯ୍ୟରେ ଏପରି ନ କରିବାକୁ ସଚେତନ ସହ ସତର୍କ କରାଇ ଦେଇଛନ୍ତି। କଣିହଁା ବ୍ଳକ ଅଞ୍ଚଳରେ ମଧ୍ୟ କେତେଜଣ ଏହି କଟକଣା ଉଲ୍ଲଂଘନ କରୁଥିବା ଆଇଆଇସି ପ୍ରଭାତ କୁମାର ତ୍ରିପାଠୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri