ବାହାରେ ଛେପ ପକାଇଲେ ଜରିମାନା

ଭୁବନେଶ୍ୱର,୧୮ା୪(ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଦିନକୁ ଦିନ କଠୋର ଆଭିମୁଖ୍ୟ ଆପଣାଉଛନ୍ତି ରାଜ୍ୟ ସରକାର। ଏଣିକି ବାହାରେ ଛେପ ପକାଇଲେ ଜରିମାନା ଗଣିବାକୁ ପଡ଼ିବ। ନିକଟରେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯିବା ସହ ଉଲ୍ଲଂଘନକାରୀଙ୍କଠାରୁ ଜରିମାନା ଆଦାୟ କରାଯାଉଛି। ଏବେ ସର୍ବସାଧାରଣ ସ୍ଥାନରେ ଛେପ ପକାଇବା ଏକ ଦଣ୍ଡନୀୟ ଅପରାଧ ଓ ଏଥିପାଇଁ ଜରିମାନାର ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଶୁକ୍ରବାର କହିଛନ୍ତି। ସେ କହିଛନ୍ତି, ଭାରତୀୟ ମହାମାରୀ ଆଇନ-୧୮୯୭ ଆଧାରରେ ଓଡ଼ିଶା ସରକାର ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏଥିରେ ସର୍ବସାଧାରଣ ସ୍ଥାନରେ ଛେପ ପକାଇବାକୁ ଏକ ଅପରାଧ ଭାବେ ଘୋଷଣା କରିଛନ୍ତି। ଯଦି କେହି ଏହି ନିୟମକୁ ପାଳନ ନ କରନ୍ତି ବା ବାହାରେ ଛେପ ପକାଉଥିବା ନଜରକୁ ଆସନ୍ତି, ତେବେ ସମ୍ପୃକ୍ତ ବ୍ୟକ୍ତିଙ୍କଠାରୁ ୨୦୦ରୁ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଆଦାୟ କରାଯିବ। ଅର୍ଥାତ୍‌ ଖିଲାପକାରୀ ପ୍ରଥମ ତିନିଥର ୨୦୦ ଟଙ୍କା ଓ ଏହା ପରେ ଉଲ୍ଲଂଘନ କଲେ ୫୦୦ ଟଙ୍କା ତଣ୍ଡ ଗଣିବେ। ବ୍ଲକସ୍ତରୀୟ ସମ୍ପ୍ରସାରଣ ଅଧିକାରୀ, ଅତିରିକ୍ତ ତହସିଲଦାର ଜରିମାନା ଆଦାୟ କରିପାରିବେ। ଏଥିସହିତ ପୋଲିସ କର୍ମଚାରୀ ଏବଂ ପୌରାଞ୍ଚଳ ୱାର୍ଡ ଅଧିକାରୀଙ୍କୁ ମଧ୍ୟ ଉଲ୍ଲଂଘନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ କ୍ଷମତା ପ୍ରଦାନ କରାଯାଇଛିି ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri