ବାହାର ବ୍ୟକ୍ତିଙ୍କ ସମ୍ପର୍କରେ ସୂଚନା ଦେବେ ଅଙ୍ଗନୱାଡି କର୍ମୀ

ପୁରୀ ଅଫିସ,୨୨।୩: କରୋନା ଭୂତାଣୁ ସମ୍ପର୍କିତ ସଚେତନତା ଓ ମୁକାବିଲା ନିମନ୍ତେ ଶନିବାର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ସ୍ବତନ୍ତ୍ର ଜିଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଛି। ଜିଲା ପରିଷଦ ଅଧ୍ୟକ୍ଷ ଜ୍ୟୋତିର୍ମୟ ଦଳାଇଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ବିଭିନ୍ନ ପ୍ରକାର କାର୍ଯ୍ୟପନ୍ଥା ଗ୍ରହଣ କରାଯାଇଛି। ଗ୍ରାମାଞ୍ଚଳରେ ବ୍ୟାପକ ପ୍ରତିଷେଧକ ପଦକ୍ଷେପ ଗ୍ରହଣ କରିବାକୁ ଜିଲାପାଳ ବଲୱନ୍ତ ସିଂ ସଭ୍ୟାସଭ୍ୟଙ୍କୁ ପରାମର୍ଶ ଦେଇଥିଲେ। ବ୍ଲକ ଓ ପଞ୍ଚାୟତସ୍ତରରେ ଆସନ୍ତା ୪ ମାସ ନିମନ୍ତେ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ୍‌ ରଖିବାକୁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ବାହାରୁ ସମ୍ପୃକ୍ତ ଅଞ୍ଚଳକୁ ଆସୁଥିବା ବ୍ୟକ୍ତିଙ୍କ ସମ୍ପର୍କରେ ଅଙ୍ଗନୱାଡି କର୍ମୀମାନେ ସେମାନଙ୍କ ବିବରଣୀ ସଂଗ୍ରହ କରି ଅବଗତ କରାଇବେ। ପ୍ରତ୍ୟେକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କରୋନା ୱାର୍ଡ ଖୋଲାଯାଇଛି। ଆବଶ୍ୟକ ପଡ଼ିଲେ କେତେକ ବାତ୍ୟା ଆଶ୍ରୟସ୍ଥଳୀକୁ ବ୍ୟବହାର କରିବାକୁ ଆଲୋଚନା ହୋଇଛି। ବୈଠକରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ବିଶାଲ ସିଂ, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ରବିନାରାୟଣ ତ୍ରିପାଠୀ, ସିଡିଏମ୍‌ଓ ଡା. ନୀଳକଣ୍ଠ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ପାରଳାଖେମୁଣ୍ଡି ରାଜପ୍ରାସାଦର ଦୁର୍ଦ୍ଦଶା ଦେଖି ମନ୍ତ୍ରୀଙ୍କ ଉଦ୍‌ବେଗ: ପୁନରୁଦ୍ଧାର ପାଇଁ ଜୋର ଧରିଲା ଦାବି

ପାରଳାଖେମୁଣ୍ଡି, ୨୩ା୭(ଗିରିଧାରୀ ପରିଚ୍ଛା): ରାଜ୍ୟର ଖଣି, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗୁରୁବାର ଗଜପତି ଜିଲା ଗସ୍ତରେ ଆସିଥିବା ବେଳେ ଐତିହ୍ୟବାହୀ ପାରଳାଖେମୁଣ୍ଡି…

ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ବରଗଡ଼ ପୋଲିସର ଚଢ଼ାଉ: ୧୧୮୦ ବୋତଲ କଫ୍ ସିରପ ଜବତ, ୨ ଗିରଫ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ପୋଲିସ ପକ୍ଷରୁ ଏକ ଚଢ଼ାଉ କରାଯାଇ ବିପୁଳ ପରିମାଣର ବେଆଇନ କଫ୍ ସିରପ ଜବତ କରାଯାଇଛି। ଏହି…

ଭଞ୍ଜନଗର ଥାନା ସମ୍ମୁଖରେ ବିଦ୍ୟୁତ୍ ଖୁଣ୍ଟରେ ନିଆଁ: ସଟ୍ ସର୍କିଟ୍ ଯୋଗୁଁ ହୁ ହୁ ହୋଇ ଜଳିଲା ତାର, ଭୟଭୀତ ହେଲେ…

ଭଞ୍ଜନଗର, ୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ସମ୍ମୁଖରେ ଥିବା ଏକ ବିଦ୍ୟୁତ୍ ଖୁଣ୍ଟରେ ଗୁରୁବାର ସନ୍ଧ୍ୟାରେ ହଠାତ୍ ନିଆଁ ଲାଗିଯାଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ…

ଦିଗପହଣ୍ଡି ଶ୍ରୀ ଗୁଣ୍ଡିଚା ମନ୍ଦିରରେ ନବମୀ ସନ୍ଧ୍ୟା ଦର୍ଶନ: ରାମ-ବଳରାମ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ, ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି, ୨୩ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥ ଶ୍ରୀ ଗୁଣ୍ଡିଚା ମନ୍ଦିରରେ ଗୁରୁବାର ପବିତ୍ର ନବମୀ ସନ୍ଧ୍ୟା ଦର୍ଶନ ଅବସରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ…

ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ, ଯୁକ୍ତ ୨ ନୂତନ ଛାତ୍ରୀଙ୍କୁ ସ୍ବାଗତ

ଭଞ୍ଜନଗର, ,୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ଗୁରୁବାର ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିସହ ଯୁକ୍ତ ୨ ପ୍ରଥମ ବର୍ଷର ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri