ବାହାର ବ୍ୟକ୍ତିଙ୍କ ସମ୍ପର୍କରେ ସୂଚନା ଦେବେ ଅଙ୍ଗନୱାଡି କର୍ମୀ

ପୁରୀ ଅଫିସ,୨୨।୩: କରୋନା ଭୂତାଣୁ ସମ୍ପର୍କିତ ସଚେତନତା ଓ ମୁକାବିଲା ନିମନ୍ତେ ଶନିବାର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ସ୍ବତନ୍ତ୍ର ଜିଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଛି। ଜିଲା ପରିଷଦ ଅଧ୍ୟକ୍ଷ ଜ୍ୟୋତିର୍ମୟ ଦଳାଇଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ବିଭିନ୍ନ ପ୍ରକାର କାର୍ଯ୍ୟପନ୍ଥା ଗ୍ରହଣ କରାଯାଇଛି। ଗ୍ରାମାଞ୍ଚଳରେ ବ୍ୟାପକ ପ୍ରତିଷେଧକ ପଦକ୍ଷେପ ଗ୍ରହଣ କରିବାକୁ ଜିଲାପାଳ ବଲୱନ୍ତ ସିଂ ସଭ୍ୟାସଭ୍ୟଙ୍କୁ ପରାମର୍ଶ ଦେଇଥିଲେ। ବ୍ଲକ ଓ ପଞ୍ଚାୟତସ୍ତରରେ ଆସନ୍ତା ୪ ମାସ ନିମନ୍ତେ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ୍‌ ରଖିବାକୁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ବାହାରୁ ସମ୍ପୃକ୍ତ ଅଞ୍ଚଳକୁ ଆସୁଥିବା ବ୍ୟକ୍ତିଙ୍କ ସମ୍ପର୍କରେ ଅଙ୍ଗନୱାଡି କର୍ମୀମାନେ ସେମାନଙ୍କ ବିବରଣୀ ସଂଗ୍ରହ କରି ଅବଗତ କରାଇବେ। ପ୍ରତ୍ୟେକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କରୋନା ୱାର୍ଡ ଖୋଲାଯାଇଛି। ଆବଶ୍ୟକ ପଡ଼ିଲେ କେତେକ ବାତ୍ୟା ଆଶ୍ରୟସ୍ଥଳୀକୁ ବ୍ୟବହାର କରିବାକୁ ଆଲୋଚନା ହୋଇଛି। ବୈଠକରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ବିଶାଲ ସିଂ, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ରବିନାରାୟଣ ତ୍ରିପାଠୀ, ସିଡିଏମ୍‌ଓ ଡା. ନୀଳକଣ୍ଠ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?