ବାହାର ରାଜ୍ୟରେ ଗଞ୍ଜାମର ୩ ଲକ୍ଷ ଲୋକ: ୨ ଦିନରେ ୧୯୨୫ ଜଣ କଲେଣି ଅନ୍‌ଲାଇନ୍‌ରେ ପଞ୍ଜୀକରଣ

ଛତ୍ରପୁର,୨୬ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲାର ୩ ଲକ୍ଷରୁ ଅଧିକ ଲୋକ ବିଭିନ୍ନ ବାହାର ରାଜ୍ୟରେ ଥିବା ସମ୍ପର୍କରେ ପ୍ରାକ୍‌ ଆକଳନରୁ ଜଣାପଡ଼ିଛି। ଏଥିରୁ ଅଧିକାଂଶ ଲୋକ ଲକ୍‌ଡାଉନ୍‌ ଉଠିବା ପରେ ଗଞ୍ଜାମ ଜିଲାକୁ ଫେରିବାର ସମ୍ଭାବନା ରହିଛି। ଅଙ୍ଗନଓ୍ବାଡ଼ି କର୍ମୀମାନଙ୍କ ପକ୍ଷରୁ ଏହି ପ୍ରାକ୍‌ ଆକଳନ ହୋଇଛି। ତେବେ ଲକ୍‌ଡାଉନ୍‌ ଉଠିବା ପରେ ଜିଲାକୁ ଫେରିବାକୁ ଚାହୁଁଥିବା ଲୋକ ଓ ଶ୍ରମିକ ପଞ୍ଜୀକରଣ କରିବା ବାଧ୍ୟତାମୂଳକ ରହିଛି ।୨୪ତାରିଖରୁ ଏହି ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହୋଇଛି। ୨ ଦିନ ମଧ୍ୟରେ ବାହାର ରାଜ୍ୟରେ ଥିବା ୧୯୨୫ଜଣ ଜିଲାକୁ ଫେରିବା ନେଇ ଅନ୍‌ଲାଇନ୍‌ରେ ପଞ୍ଜୀକରଣ କରିଥିବା ସୂଚନା ଦିଆଯାଇଛି। ଅପରପକ୍ଷରେ ପୂର୍ବ ପ୍ରାକ୍‌ ଆକଳନ ରିପୋର୍ଟକୁ ଆଧାର କରି ଅଙ୍ଗନବାଡ଼ି କର୍ମୀମାନେ ମଧ୍ୟ ବାହାର ରାଜ୍ୟରେ ଥିବା ଲୋକ ଓ ଶ୍ରମିକଙ୍କ ଘରକୁ ଯାଇ ପରିବାର ଲୋକଙ୍କୁ ପଚାରି ଅଫ୍‌ଲାଇନରେ ପଞ୍ଜୀକରଣ ମଧ୍ୟ ଚାଲିଛି। ଲକ୍‌ଡାଉନ୍‌ ସମୟରେ ଅନ୍‌ଲାଇନ୍‌ରେ ପଞ୍ଜୀକରଣରେ ଅସୁବିଧା ହୋଇପାରେ। ଏଣୁ ଅଫ୍‌ଲାଇନରେ ମଧ୍ୟ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି


Enter your email to get our daily news in your inbox.

All Right Reserved By Dharitri.Com

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ପାଠ୍ୟପୁସ୍ତକରେ ତ୍ରୁଟି: କଂଗ୍ରେସର ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା: ଜନଜୀବନ ପ୍ରଭାବିତ

ନବରଙ୍ଗପୁର, ୧।୭ (ସଦାଶିବ ପ୍ରହରାଜ): ଗଣଶିକ୍ଷା ବିଭାଗ ଅଧୀନ ପାଠ୍ୟପୁସ୍ତକରେ ରହିଥିବା ତ୍ରୁଟିକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ନବରଙ୍ଗପୁର ଜିଲାବନ୍ଦ ଡାକରାର ବୁଧବାର…

ବଙ୍ଗୋପସାଗରରେ ହଲଚଲ! ଓଡ଼ିଶା ମୁହାଁ ମାଡ଼ି ଆସୁଛି…

ଭୁବନେଶ୍ୱର,୧।୭: ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଦେଢ଼ରୁ ୫.୮ କିଲୋମିଟିର ଉଚ୍ଚତା ଯାଏଁ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri