‘ବାହାର ରାଜ୍ୟରେ ଫସିଥିବା ଓଡ଼ିଆ ଶ୍ରମିକଙ୍କୁ ଖାଦ୍ୟ ଯୋଗାଇ ଦିଆଯାଉ’

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଲକ୍‌ଡାଉନ ଯୋଗୁ ବାହାର ରାଜ୍ୟରେ ଫସିଯାଇଥିବା ଓଡ଼ିଆ ଶ୍ରମିକଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ରାମ ବିଳାସ ପାଶ୍ବାନଙ୍କୁ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଅନୁରୋଧ କରିଛନ୍ତି। ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରଣାଳୟ ଦ୍ୱାରା ସୋମବାର ଭିଡିଓ କନ୍‌ଫରେନ୍ସିଂ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ କେନ୍ଦ୍ରମନ୍ତ୍ରୀ ପାଶ୍ବାନଙ୍କ ଅଧ୍ୟକ୍ଷତାରେ କରିଥିଲେ। ସ୍ବାଇଁ କୋଭିଡ୍‌-୧୯ର ମୁକାବିଲା ନିମନ୍ତେ ରାଜ୍ୟ ସରକାର ଗ୍ରହଣ କରିଥିବା ବ୍ୟବସ୍ଥା ସମ୍ପର୍କରେ ସୂଚନା ଦେଇଛନ୍ତି। ଖାଦ୍ୟ ସୁରକ୍ଷା ଯୋଜନାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପରିପ୍ରେକ୍ଷୀରେ ଆଗୁଆ ତ୍ରୈମାସିକ ରାଶନ୍‌ ନିମନ୍ତେ ଏ ପର୍ଯ୍ୟନ୍ତ ୯୩ ପ୍ରତିଶତ ଖାଦ୍ୟଶସ୍ୟ ଉଠାଣ ହୋଇଛି। ୫୫ ଲକ୍ଷରୁ ଊର୍ଦ୍ଧ୍ୱ ପରିବାରଙ୍କୁ ଖାଦ୍ୟଶସ୍ୟ ଯୋଗାଇ ଦିଆଯାଇଛି। ଏ ପର୍ଯ୍ୟନ୍ତ ରାଶନ କାର୍ଡଧାରୀଙ୍କୁ ୫୬ ଲକ୍ଷ ୧୪ ହଜାର ୯୪୧ ଜଣ ପିଡିଏସ୍‌ ରାଶନ୍‌ କାଡଧାରୀଙ୍କୁ ୫୬୧ କୋଟି ୪୯ ଲକ୍ଷ ୪୧ ହଜାର ଟଙ୍କା ବଣ୍ଟନ କରାଯାଇଛି ବୋଲି ମନ୍ତ୍ରୀ ସ୍ବାଇଁ କହିଛନ୍ତି। ରାଜ୍ୟରେ ଖରିଫ୍‌ ବିପଣନ ଋତୁ ୨୦୧୯-୨୦ ନିମନ୍ତେ ୧.୪୫ ଲକ୍ଷ ଗାଣ୍ଠି ଝୋଟ ଅଖା ଆବଶ୍ୟକ। ଏ ପର୍ଯ୍ୟନ୍ତ ୧.୦୩ ଲକ୍ଷ ଗାଣ୍ଠି ଯୋଗାଣ ହୋଇଛି। ବକେୟା ଅଖାକୁ ତୁରନ୍ତ ଯୋଗାଇ ଦେବା ପାଇଁ କେନ୍ଦ୍ର ମନ୍ତ୍ରୀ ପାଶ୍ବାନଙ୍କୁ ସେ ଅନୁରୋଧ କରିଛନ୍ତି। ସେହିପରି ଧାନ ସଂଗ୍ରହ ବାବଦକୁ କେନ୍ଦ୍ର ସରକାରଙ୍କ ଠାରୁ ମିଳିବାକୁ ଥିବା ମୋଟ ୬୧୩୨.୮୬ କୋଟି ଟଙ୍କାକୁ ତୁରନ୍ତ ରାଜ୍ୟ ସରକାରଙ୍କୁ ପ୍ରଦାନ କରିବାକୁ ସ୍ବାଇଁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri