ବାହୁଡ଼ିଲେ ମହାପ୍ରଭୁ, ଆଜି ଯିବେ ରତ୍ନବେଦି

ଢେଙ୍କାନାଳ ଅଫିସ,୧୩ା୭ – ଢେଙ୍କାନାଳରେ ଶୁକ୍ରବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ାଯାତ୍ରା ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଅପରାହ୍ନ ୫ଟା ୧୫ରେ ବଡରଥ ଓ ସାଢେ ୫ଟାରେ ମହିଳାମାନେ ଟାଣୁଥିବା ସାନରଥ ରଥଗଡାଠାରେ ଲାଗିଥିଲା। ସନ୍ଧ୍ୟାରେ ହରଶୟନ ଏକାଦଶୀ ଉପଲକ୍ଷେ ଶ୍ରୀଜୀଉ ଶ୍ରଦ୍ଧାଳୁମାନଙ୍କୁ ସୁନା ବେଶରେ ଦର୍ଶନ ଦେଇଥିଲେ। ବାହୁଡା ଯାତ୍ରା ଉପଲକ୍ଷେ ସକାଳେ ବାଜିଚୌକସ୍ଥିତ ଶ୍ରୀଗୁଣ୍ଡିଚା ମନ୍ଦିରରେ ଶ୍ରୀଜୀଉଙ୍କ ସମସ୍ତ ପୂଜାର୍ଚ୍ଚନା ଓ ନୀତିକାନ୍ତି ଶେଷ ହେବାପରେ ମଧ୍ୟାହ୍ନ ସାଢେ ୧୨ଟାରେ ଆଡପ ମଣ୍ଡପରୁ ମହାପ୍ରଭୁଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଘଣ୍ଟ, ଶଙ୍ଖ ନାଦ ମଧ୍ୟରେ ବଡ ଠାକୁରଙ୍କୁ ପହଣ୍ଡି କରି ରଥ ଉପରକୁ ନିଆଯାଇଥିଲା।

ଅପରାହ୍ନ ସାଢେ ୧ଟାରେ ରାଜା କାମାକ୍ଷା ପ୍ରସାଦ ସିଂହଦେଓ ରଥ ଉପରେ ଛେରା ପହଁରା କରିଥିଲେ। ଅପରାହ୍ନ ୨ଟା ୫ ମିନିଟରେ ପ୍ରଥମ ରଥଟଣା ଆରମ୍ଭ ହୋଇଥିଲା। ପରେ ଅପରାହ୍ନ ୨ଟା ୪୦ରେ ରଥଟଣା ଆରମ୍ଭ ହୋଇଥିଲା ା ଭକ୍ତି ସଙ୍ଗୀତ ଓ ଆଧ୍ୟାତ୍ମିକ ନୃତ୍ୟ ମଧ୍ୟରେ ବହୁ ସଂଖ୍ୟାରେ ମହିଳାମାନେ ସାନ ରଥକୁ ଟାଣିଥିବା ଦେଖାଯାଇଥିଲା। ଜିଲାପାଳ ଭୂମେଶଚନ୍ଦ୍ର ବେହେରା ମଧ୍ୟ ରଥ ଟାଣିଥିଲେ। ଜିଲାପାଳଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅତିରିକ୍ତ ଜିଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ର, ଉପଜିଲାପାଳ ତଥା ଦେବୋତ୍ତର ଅଧିକାରୀ ସାଫଲ୍ୟ ମଣ୍ଡିତ ପ୍ରଧାନ, ଅତିରିକ୍ତ ଏସ୍‌ପି ବିନୟକୃଷ୍ଣ କାମିଲା, ତହସିଲଦାର ଉଦୟନାଥ ମହାପାତ୍ର, ସଦର ଏସ୍‌ଡିପିଓ ଶ୍ରୀହର୍ଷ ମିଶ୍ର ଓ ଟାଉନ ଥାନା ଅଧିକାରୀ ଅଭିନବ ଡାଳୁଆ ପ୍ରମୁଖଙ୍କ ଉପସ୍ଥିତିରେ ବାହୁଡାଯାତ୍ରା ଶାନ୍ତିଶୃଙ୍ଖଳାର ସହ ସମାପନ ହୋଇଥିଲା ା ଶନିବାର ରଥଗଡାଠାରୁ ରଥରୁ ମହାପ୍ରଭୁ ରତ୍ନ ସିଂହାସନକୁ ବିଜେ କରିବାର କାର୍ଯ୍ୟକ୍ରମ ରହିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ପି ଅଫିସ ଆଗରେ ବାପା-ପୁଅଙ୍କ ଆତ୍ମାହୁତି ଉଦ୍ୟମ

ଢେଙ୍କାନାଳ,୧୨ା୬(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ରାଣିପାଳ ଗ୍ରାମର ଆଇନ ଛାତ୍ର ସରୋଜ ରାଉତ ଓ ତାଙ୍କ ପିତା ପଦ୍ମନାଭ ରାଉତ ଶୁକ୍ରବାର…

ବଜ୍ରପାତରେ ଚାଲିଗଲା ଦିଅର ଭାଉଜଙ୍କ ଜୀବନ

ଢେଙ୍କାନାଳ,୮।୬; ଢେଙ୍କାନାଳ ଜିଲା ହିନ୍ଦୋଳ ବନ୍ଧାଭୂଇଁ ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବଜ୍ରପାତରେ ଭାଉଜ-ଦିଅରଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଭାଉଜ-ଦିଅର…

ହାତୀକୁ ଫାର୍ମହାଉସରେ ପୋତିଥିଲେ: ପଡ଼ିଗଲେଧରା, ଗଲେ ଜେଲ୍

ଢେଙ୍କାନାଳ,୨।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ଅଞ୍ଚଳରେ ଏକ ହାତୀ ମୃତଦେହକୁ ଫାର୍ମହାଉସ ଭିତରେ ପୋତିଦେଇଥିବା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରି ଜେଲ୍‌ ପଠାଇଛି।…

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…

ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ, ମାଲିକଙ୍କ ସମେତ ୩ ଅଟକ

ଢେଙ୍କାନାଳ,୧।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ତଥା ହିନ୍ଦୋଳ ବିଜ୍ଞାପିତ ପରିଷଦ ଅଞ୍ଚଳ ରାଜମୋହନପୁର କାନ୍ଦରାଶୁଣି ସ୍ଥିତ ଏକ ଘରୋଇ ଫାର୍ମ ହାଉସରୁ ସୋମବାର ମାଟି…

ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ

ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ

ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri