ବାହୁଦା ନଦୀରେ ମିଶିଯିବ ବଜ୍ରଗୁମ୍ମା ଗାଁ

ଦିଗପହଣ୍ଡି, ୨୧ା୧୧ (ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡା ପଞ୍ଚାୟତ ୱାର୍ଡ ନଂ. ୧୨ ଅଧୀନ ବଜ୍ରଗୁମ୍ମା ଗାଁ ବନ୍ୟା ସମୟରେ ବାହୁଦା ନଦୀ ଗର୍ଭରେ ସମ୍ପୂର୍ଣ୍ଣ ବି ଲୀନ ହେବାର ଆଶଙ୍କା ରହିଛି। ଏଥି ସହ ଆଖପାଖ ଅଞ୍ଚଳରେ ଥିବା ନଦୀ ତଟବର୍ତ୍ତି ଢ଼େପାପେଣ୍ଠ, ପୁହୁଣ୍ଡି, ସମାସିଙ୍ଗି ଶାସନ ଗାଁର ବିସ୍ତିର୍ଣ୍ଣ ଅଞ୍ଚଳ ଜଳମଗ୍ନ ହେବାର ଆଶଙ୍କା ଦେଖାଦେଇଛି। ବଜ୍ରଗୁମ୍ମା ଗାଁ ନିକଟ ବାହୁଦା ନଦୀ ପଠାରେ ଦୀର୍ଘ ବର୍ଷ ହେଲା ବହୁ ପରିମାଣରେ ବେଆଇନ ବାଲି ଉତ୍ତୋଳନ କରାଯାଉଥିବାରୁ ବନ୍ୟା ସମୟରେ ବନ୍ୟାଜଳ ଆସି ବଜ୍ରଗୁମ୍ମା ଗାଁକୁ ଧୋଇନେବ। ଗତ ବନ୍ୟାରେ ନଦୀବନ୍ଧ ଖାଇଯାଇଛି। ଫଳରେ ଗ୍ରାମର ଗଣେଶ ସାହୁ, ପ୍ରମୋଦ ସାହୁ, ଅଭି ସାହୁ, ପର୍ଶୁ ସାହୁ, ଚନ୍ଦ୍ରମଣି ସାହୁ, ବୁଲୁ ସାହୁ ପ୍ରମୁଖଙ୍କ ଘରକୁ ବନ୍ୟାଜଳ ମାଡ଼ କରିଥିଲା। ଅଳ୍ପକେ ବାସଗୃହ ଗୁଡିକ ରକ୍ଷା ପାଇଯାଇଥିଲା। ଗ୍ରାମର ରବୀନ୍ଦ୍ର ଗୌଡ, ରଘୁନାଥ ଗୌଡ, ବାରିକ ଗୌଡ, ଉଜ୍ଜଳ ଗୌଡ, ଗଣେଶ ଗୌଡ, କୁରେଶୁ ଅଧିକାରୀ, ସୀମାଞ୍ଚଳ ଚୌଧୁରୀଙ୍କ ପ୍ରାୟ ୨ ଏକର ଚାଷ ଜମି ଅଦ୍ୟାବଧି ନଦୀ ଗର୍ଭକୁ ଚାଲିଗଲାଣି। ପ୍ରତିବର୍ଷ ବନ୍ୟାରେ ଚାଷ ଜମିରେ ବାଲି ମାଡିଯାଇ ଫସଲ କ୍ଷତିଗ୍ରସ୍ତ ହେଉଛି। ଗତ ଅକ୍ଟୋବର ୨୬ ତାରିଖରେ ଦିଗପହଣ୍ଡି ତହସିଲଦାର ଅଦୈତ କୁମାର ସ୍ବାଇଁ, ବିଡ଼ିଓ ହଳଧର ଶବର ବଜ୍ରଗୁମ୍ମା ଗାଁରେ ପହଞ୍ଚି ଗ୍ରାମବାସୀଙ୍କ ସହ ଏ ନେଇ ଆଲୋଚନା କରି ସ୍ଥିତି ଅନୁଧ୍ୟାନ କରି ଫେରିଥିଲେ। ପ୍ରଶାସନ ପକ୍ଷରୁ ଏନେଇ ପଦକ୍ଷେପ ନେବାକୁ ପୂର୍ବତନ ସରପଞ୍ଚ ରଘୁନାଥ ପାତ୍ର, ନାଏବ ସରପଞ୍ଚ ରିଲୁ ଅଧିକାରୀ, ସାମାଜିକ କର୍ମୀ ରାଜ କୁମାର ମିଶ୍ର, ଡାକ ସାହୁ, ସୀମାଞ୍ଚଳ ସାହୁ ପ୍ରମୁଖ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରରେ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ, ଚର୍ଚ୍ଚାରେ କଂଗ୍ରେସର ଗୋଷ୍ଠୀକନ୍ଦଳ

ପୁରୁଷୋତ୍ତମପୁର,୮।୧୦(ସବିତା ମିଶ୍ର): ଓଡ଼ିଶା ବନ୍ଦର ପ୍ରଭାବ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଦେଖିବାକୁ ମିଳିଛି । କାଳୀମନ୍ଦିର ଛକରେ କଂଗ୍ରେସ ଓ ସିପିଆଇ କର୍ମୀମାନେ ପିକେଟିଂ କରି ଗାଡ଼ିମୋଟର…

ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି: ରମ୍ଭାରେ ଇଣ୍ଡିଆ ବ୍ଲକର ଓଡ଼ିଶା ବନ୍ଦ ପ୍ରଭାବ

ରମ୍ଭା, ୮।୧୦ (ବିଦ୍ୟାଧର ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ବ୍ଲକ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଗଞ୍ଜାମ ଜିଲାର ରମ୍ଭା ଅଞ୍ଚଳରେ ଦେଖିବାକୁ…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

ଗଞ୍ଜାମରେ ଓଡ଼ିଶା ବନ୍ଦର ପ୍ରଭାବ: କେନ୍ଦ୍ର ସରକାର ବିରୋଧରେ ଗର୍ଜିଲେ ବିରୋଧୀ

ଗଞ୍ଜାମ,୮।୧୦(ବିଦ୍ୟାଧର ସାହୁ):ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ ସିପିଆଇ(ଏମ) ସମେତ ବାମପନ୍ଥୀ ଦଳ ପକ୍ଷରୁ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?