ବାୟୁସେନା ବିମାନ ଭଗ୍ନାବଶେଷ ଠାବ ପରେ ଆଶଙ୍କାରେ ବଳିଆପଲ୍ଲୀବାସୀ

କବିସୂର୍ଯ୍ୟନଗର,୧୨ା୬- ନିଖୋଜ ଭାରତୀୟ ବାୟୁସେନା (ଆଇଏଏଫ୍‌) ବିମାନ ଏଏନ୍‌-୩୨ର ଧ୍ୱଂସାବଶେଷ ମଙ୍ଗଳବାର ଠାବ ହୋଇଛି। ସୋମବାର ଆସାମ ଜୋରହାଟରୁ ବାହାରି ଅରୁଣାଚଳ ପ୍ରଦେଶ ମେଚୁକା ଯାଉଥିବାବେଳେ ଅପରାହ୍ନ ୧୨ଟା ୩୦ରେ କଣ୍ଟ୍ରୋଲ ରୁମ୍‌ ସହ ବିମାନର ଯୋଗାଯୋଗ ବିଚ୍ଛିନ୍ନ ହେବା ପରେ ନିଖୋଜ ହୋଇଯାଇଥିଲା। ଏଥିରେ ୮ କ୍ରିଉ ମେମ୍ବରଙ୍କ ସମେତ ମୋଟ ୧୩ଜଣ ଥିଲେ। ବିମାନ ଚାଳକ ଦଳରେ ସାମିଲ ଥିଲେ ଓଡ଼ିଆ ପାଇଲଟ୍‌ ସୁନୀତ ମହାନ୍ତି। ତାଙ୍କ ପୈତୃକ ଘର ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ଆମ୍ବପୁଆ ପଞ୍ଚାୟତ ବଳିଆପଲ୍ଲୀ ଗ୍ରାମରେ। ବିମାନର ଧ୍ୱଂସାବଶେଷ ମିଳିବା ଖବର ଗଁାରେ ପହଞ୍ଚତ୍ବା ପରେ ଶୋକର ଛାୟା ଖେଳି ଯାଇଛି। ସୁନୀତଙ୍କ ସମ୍ପର୍କୀୟ ଗୋସାଇଁ ବାପା ଅରକ୍ଷିତ ବିଶ୍ୱାଳ କୁହନ୍ତି, ଭଗବାନଙ୍କ ଉପରେ ଦୃଢ ବିଶ୍ୱାସ ଅଛି। ଆମ ପିଲା ନିଶ୍ଚିତ ଫେରି ଆସିବ। ଗ୍ରାମର ଚକ୍ରଧର ସ୍ବାଇଁ କୁହନ୍ତି, ଭଗବାନ ଆମ ପିଲାକୁ ଆମ ପାଖକୁ ଫେରାଇବେ ବୋଲି ଦୃଢ଼ ବିଶ୍ୱାସ ରହିଛି। ସୁନୀତଙ୍କ ଗ୍ରାମ ଘରେ ଚାବି ପଡିଥିବା ବେଳେ ଗ୍ରାମବାସୀ ଉଦାସ ଅଛନ୍ତି। ଗ୍ରାମ ଦେବତୀଙ୍କ ଠାରେ ପୂଜାର୍ଚ୍ଚନା କରି ସୁନୀତଙ୍କ ଫେରିବା ବାଟକୁ ଚାହିଁ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ...

ନୂଆବର୍ଷ ଭେଟି ଦେଲା କଂଗ୍ରେସ

ପୁରୁଷୋତ୍ତମପୁର,୧୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପୁରୁଷୋତ୍ତମପୁରବାସୀଙ୍କୁ ଓଡ଼ିଆ ନବବର୍ଷରେ କଂଗ୍ରେସ ଭେଟି ଦେଇଛି ବିଧାୟକ ପ୍ରାର୍ଥୀ। ଚିତ୍ରସେନ ବେହେରାଙ୍କ ନାମ ଘୋଷଣା...

ମନ୍ତ୍ରୀ ପାଲିଲେ ଓଡ଼ିଆ ନବ ବର୍ଷ

ଭଞ୍ଜନଗର,୧୪ା୪(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ରବିବାର ଭଞ୍ଜନଗର ନିକଟସ୍ଥ ଅଗଝୋଳ ସ୍ଥିତ ବାସଭବନରେ ଓଡ଼ିଆ ନବ ବର୍ଷ ପାଳନ କରିଛନ୍ତି। ଏହି ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri