ବାୟୋମେଟ୍ରିକ୍‌ ଉପସ୍ଥାନ, ଟୁର ଡାଏରୀ ଦାଖଲ ବାଧ୍ୟତାମୂଳକ

ଛତ୍ରପୁର,୨୪ା୧୧(ଡି.ଏନ.ଏ.)-ଛତ୍ରପୁରସ୍ଥିତ ଜିଲାପରିଷଦ ଭବନ ଋଷିକୁଲ୍ୟା ସମ୍ମିଳନୀ ଗୃହରେ ସରକାରଙ୍କ ୫-ଟି ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇ ଉପସ୍ଥିତ ବିଡିଓ, ତହସିଲଦାର ଓ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ୫-ଟି ମନ୍ତ୍ର ଦେଇଥିଲେ। ଜିଲାର ସମସ୍ତ କାର୍ଯ୍ୟାଳୟରେ ଏବଂ ସମସ୍ତ କାର୍ଯ୍ୟରେ ୫-ଟି କାର୍ଯ୍ୟକାରୀ କରିବାକୁ ଗୁରୁତ୍ୱାରୋପ କରିଥିଲେ। ୫-ଟିକୁ ସଫଳ ଭାବେ କାର୍ଯ୍ୟକାରୀ ପାଇଁ ୧୬ ସୂତ୍ରୀ ଡ୍ରାଫ୍ଟ ପ୍ରସ୍ତୁତ କରାଯାଇଛି। ଏଥିରେ ସ୍ବାସ୍ଥ୍ୟ, ଶିକ୍ଷା, ପରିମଳ ଠାରୁ ଆରମ୍ଭ କରି ବିଭିନ୍ନ ସେବାକୁ ଅନ୍ତର୍ଭୁକ୍ତ କରାଯାଇଛି । ଏଣିକି ପ୍ରତି ସରକାରୀ କାର୍ଯ୍ୟାଳୟରେ ବାୟୋମେଟ୍ରିକ ଉପସ୍ଥାନ ଓ ଅଧିକାରୀମାନଙ୍କ ଟୁର୍‌ ଡାଏରୀ ୧୫ ଦିନକୁ ଥରେ ଦାଖଲ କରିବା ବାଧ୍ୟତାମୂଳକ ହେବ। ଏଥିରେ ଖିଲାପ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ସତର୍କ କରାଇ ଦେଇଥିଲେ । ଏଣିକି ପଲିଥିନ ବଦଳରେ ପେପର୍‌ ବ୍ୟାଗ୍‌ରେ ଛତୁଆ ପ୍ୟାକିଂ ହେବ। ସହର ଭଳି ଗ୍ରାମାଞ୍ଚଳରେ ମଧ୍ୟ ପଲିଥିନ ବ୍ୟାନ୍‌ କରିବାକୁ କୁହାଯାଇଥିଲା। ଗୋପାଳପୁର, ସୁନପୁର ଓ ବିଭିନ୍ନ ଡ୍ୟାମ୍‌ ନିକଟରେ ଲୋକେ ଯେଭଳି ପଲିଥିନ ଓ ପ୍ଲାଷ୍ଟିକ୍‌ ପ୍ଲେଟ୍‌ ନ ଫିଙ୍ଗିବେ ସେ ନେଇ ସଚେତନ କରିବାକୁ କୁହାଯାଇଛି। ସ୍କୁଲଗୁଡିକରେ ପିଲାଙ୍କ ପାଇଁ ୱାଟର ବଟଲ ଦାନ କରିବାକୁ ସମସ୍ତ ଅଧିକାରୀଙ୍କୁ ଜିଲାପାଳ ଅନୁରୋଧ କରିଥିଲେ । ଆସନ୍ତା ୨୫ତାରିଖରୁ ସମସ୍ତ ସ୍କୁଲରେ ୱାଟର ବେଲ୍‌ ବଜାଯିବ। ଏହା ଶୁଣିବା ପରେ ପିଲାମାନେ ପାଣି ପିଇବେ । ସମସ୍ତ ଆର୍‌ଆଇ ଅଫିସରେ ପାଣି ବ୍ୟବସ୍ଥା କରାଯିବ। କେନାଲ ମରାମତି ଓ ପୁନରୁଦ୍ଧାର କାମ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କରାଯିବ ବୋଲି ଡିଆରଡିଏ ପିଡି ଇଂ.ସିଦ୍ଧାନ୍ତ ଶଙ୍କର ସ୍ବାଇଁ କହିଥିଲେ । ବୈଠକରେ ଅତିରିକ୍ତ ଜିଲାପାଳ କବୀନ୍ଦ୍ର କୁମାର ସାହୁ ଓ ଲକ୍ଷ୍ମୀକାନ୍ତ ସେଠୀ, ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତାତ୍ରୟ ଭାଉସାହେବ, ଛତ୍ରପୁର ଉପଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ, ଡୁଡା ପିଡି ସୁଦାମ ଚରଣ ମଣ୍ଡଳ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…

ରହସ୍ୟମୟ ମନ୍ଦିର: ଯେଉଁଠାରେ ନିଜ ପିଣ୍ଡଦାନ ନିଜେ କରଥାନ୍ତି ଲୋକ!

ଦେଶରେ ଏପରି ଏକ ମନ୍ଦିର ରହିଛି, ଯେଉଁଠାରେ ଜୀବିତ ଲୋକମାନେ ନିଜର ପିଣ୍ଡଦାନ ନିଜେ କରନ୍ତି। ଏହି ମନ୍ଦିରଟି ସମ୍ପୂର୍ଣ୍ଣ ନିଆରା ଏବଂ ଅନନ୍ୟ। ସାଧାରଣତଃ ମୃତ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ୱାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ୱାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?