ବାୟୋମେଟ୍ରିକ୍‌ ଉପସ୍ଥାନ, ପରିଚୟପତ୍ର ବାଧ୍ୟତାମୂଳକ

ଛତ୍ରପୁର, ୮।୭(ଡି.ଏନ.ଏ)-ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀ କାର୍ଯ୍ୟାଳୟକୁ ଠିକ୍‌ ସମୟରେ ଆସିବା ଓ ପରିଚୟପତ୍ର ରଖିବା ବାଧ୍ୟତାମୂଳକ ବୋଲି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଛତ୍ରପୁର, ଭଞ୍ଜନଗର ଓ ବ୍ରହ୍ମପୁର ଉପଜିଲାପାଳ, ଜିଲାର ସମସ୍ତ ବିଡିଓ, ତହସିଲଦାର ଓ ସିଡିପିଓ ଏବଂ ଜିଲାସ୍ତରୀୟ ଅଫିସର, ଡେପୁଟି କଲେକ୍ଟର ଓ ଆସିଷ୍ଟାଣ୍ଟ କଲେକ୍ଟରମାନଙ୍କ ନିକଟକୁ ଏହି ନିର୍ଦ୍ଦେଶନାମା ଆସିଛି। ନିଜ ନିଜ କାର୍ଯ୍ୟାଳୟରେ ଏହାକୁ କଡାକଡି ପାଳନ କରିବାକୁ ଜିଲାପାଳ କହିଛନ୍ତି।
ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ମାସର ଚତୁର୍ଥ ଶନିବାର ଛୁଟି ରହିବା ସହ କାର୍ଯ୍ୟାଳୟ ଖୋଲିବା ଓ ବନ୍ଦ ସମୟରେ ପରିବତ୍ତର୍ର୍ନ କରାଯାଇଥିବା ନେଇ ଜୁନ୍‌ ୨୨ରେ ଏକ ନିର୍ଦ୍ଦେଶନାମା ଜାରି ହୋଇଥିଲା ବର୍ତ୍ତମାନ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ୩୦ ପର୍ଯ୍ୟନ୍ତ ସମସ୍ତ ସରକାରୀ କାର୍ଯ୍ୟାଳୟ ଚାଲୁଛି। ଅପରାହ୍ନ ୧ଟା ୩୦ ମିନିଟରୁ ୨ଟା ପର୍ଯ୍ୟନ୍ତ ମଧ୍ୟାହ୍ନ ଭୋଜନ ବିରତି ହେଉଛି। ଏହି ନିର୍ଦ୍ଦେଶ ଲାଗୁ ସହ ଆଉ କେତେକ ନିର୍ଦ୍ଦେଶ ଜିଲାପାଳଙ୍କ ପକ୍ଷରୁ ଜାରି ହୋଇଛି। କାର୍ଯ୍ୟାଳୟର ମୁଖ୍ୟଙ୍କ ବିନା ଅନୁମତିରେ କୌଣସି ଷ୍ଟାଫ୍‌ ନିଜ ଟେବୁଲ୍‌ ଛାଡି ପାରିବେନି । କାର୍ଯ୍ୟାଳୟକୁ ଆସିବା ଓ ଫେରିବା ସମୟରେ ବାୟୋମେଟ୍ରିକ୍‌ ବ୍ୟବହାର କରିବା ବାଧ୍ୟତାମୂଳକ ବୋଲି ଜିଲାପାଳଙ୍କ ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି। ସେହିପରି ପ୍ରତି ୧୫ ଦିନରେ ଥରେ କର୍ମଚାରୀଙ୍କ ବାୟୋମେଟ୍ରିକ୍‌ ଉପସ୍ଥାନର ରିପୋର୍ଟ ସମସ୍ତ କାର୍ଯ୍ୟାଳୟର ଅଧିକାରୀମାନେ ଜିଲାପାଳଙ୍କ କାର୍ଯ୍ୟାଳୟକୁ ପଠାଇବେ। ବିଭିନ୍ନ କାର୍ଯ୍ୟାଳୟରେ କାର୍ଯ୍ୟରତ ଷ୍ଟାଫ୍‌ ମାନଙ୍କ ଜବ୍‌ ଚାର୍ଟ କାନ୍ଥରେ ପ୍ରଦର୍ଶନ କରାଯିବ ା ଏହାଦ୍ୱାରା ଜନସାଧାରଣଙ୍କର ସୁବିଧା ହେବ।


Enter your email to get our daily news in your inbox.

All Right Reserved By Dharitri.Com

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri