ବାୟୋମେଟ୍ରିକ୍‌ ଉପସ୍ଥାନ, ପରିଚୟପତ୍ର ବାଧ୍ୟତାମୂଳକ

ଛତ୍ରପୁର, ୮।୭(ଡି.ଏନ.ଏ)-ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀ କାର୍ଯ୍ୟାଳୟକୁ ଠିକ୍‌ ସମୟରେ ଆସିବା ଓ ପରିଚୟପତ୍ର ରଖିବା ବାଧ୍ୟତାମୂଳକ ବୋଲି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଛତ୍ରପୁର, ଭଞ୍ଜନଗର ଓ ବ୍ରହ୍ମପୁର ଉପଜିଲାପାଳ, ଜିଲାର ସମସ୍ତ ବିଡିଓ, ତହସିଲଦାର ଓ ସିଡିପିଓ ଏବଂ ଜିଲାସ୍ତରୀୟ ଅଫିସର, ଡେପୁଟି କଲେକ୍ଟର ଓ ଆସିଷ୍ଟାଣ୍ଟ କଲେକ୍ଟରମାନଙ୍କ ନିକଟକୁ ଏହି ନିର୍ଦ୍ଦେଶନାମା ଆସିଛି। ନିଜ ନିଜ କାର୍ଯ୍ୟାଳୟରେ ଏହାକୁ କଡାକଡି ପାଳନ କରିବାକୁ ଜିଲାପାଳ କହିଛନ୍ତି।
ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ମାସର ଚତୁର୍ଥ ଶନିବାର ଛୁଟି ରହିବା ସହ କାର୍ଯ୍ୟାଳୟ ଖୋଲିବା ଓ ବନ୍ଦ ସମୟରେ ପରିବତ୍ତର୍ର୍ନ କରାଯାଇଥିବା ନେଇ ଜୁନ୍‌ ୨୨ରେ ଏକ ନିର୍ଦ୍ଦେଶନାମା ଜାରି ହୋଇଥିଲା ବର୍ତ୍ତମାନ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ୩୦ ପର୍ଯ୍ୟନ୍ତ ସମସ୍ତ ସରକାରୀ କାର୍ଯ୍ୟାଳୟ ଚାଲୁଛି। ଅପରାହ୍ନ ୧ଟା ୩୦ ମିନିଟରୁ ୨ଟା ପର୍ଯ୍ୟନ୍ତ ମଧ୍ୟାହ୍ନ ଭୋଜନ ବିରତି ହେଉଛି। ଏହି ନିର୍ଦ୍ଦେଶ ଲାଗୁ ସହ ଆଉ କେତେକ ନିର୍ଦ୍ଦେଶ ଜିଲାପାଳଙ୍କ ପକ୍ଷରୁ ଜାରି ହୋଇଛି। କାର୍ଯ୍ୟାଳୟର ମୁଖ୍ୟଙ୍କ ବିନା ଅନୁମତିରେ କୌଣସି ଷ୍ଟାଫ୍‌ ନିଜ ଟେବୁଲ୍‌ ଛାଡି ପାରିବେନି । କାର୍ଯ୍ୟାଳୟକୁ ଆସିବା ଓ ଫେରିବା ସମୟରେ ବାୟୋମେଟ୍ରିକ୍‌ ବ୍ୟବହାର କରିବା ବାଧ୍ୟତାମୂଳକ ବୋଲି ଜିଲାପାଳଙ୍କ ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି। ସେହିପରି ପ୍ରତି ୧୫ ଦିନରେ ଥରେ କର୍ମଚାରୀଙ୍କ ବାୟୋମେଟ୍ରିକ୍‌ ଉପସ୍ଥାନର ରିପୋର୍ଟ ସମସ୍ତ କାର୍ଯ୍ୟାଳୟର ଅଧିକାରୀମାନେ ଜିଲାପାଳଙ୍କ କାର୍ଯ୍ୟାଳୟକୁ ପଠାଇବେ। ବିଭିନ୍ନ କାର୍ଯ୍ୟାଳୟରେ କାର୍ଯ୍ୟରତ ଷ୍ଟାଫ୍‌ ମାନଙ୍କ ଜବ୍‌ ଚାର୍ଟ କାନ୍ଥରେ ପ୍ରଦର୍ଶନ କରାଯିବ ା ଏହାଦ୍ୱାରା ଜନସାଧାରଣଙ୍କର ସୁବିଧା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri