ବାୟ ବାୟ ଦିଲ୍‌

ନୂଆ ଓଡ଼ିଆ ସିନେମା ‘ବାୟ ବାୟ ଦିଲ୍‌’କୁ ନେଇ ଓଲିଉଡ୍‌ରେ ଚର୍ଚ୍ଚା। କାରଣ ଏହାର ନାୟିକା ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି ରୁଷୀୟ ଲଳନା ଆଲେକ୍‌ଜାଣ୍ଡ୍ରା ସ୍କେଲସୁନୋଭା ଓରଫ ସାସା। ମଡେଲିଂ ସହ ଜଡ଼ିତ ଏହି ନବାଗତା ପ୍ରଥମ ଥର ପାଇଁ ଓଡ଼ିଆ ସିନେମାରେ ଅଭିନୟ କରିବେ। ମହ୍ଲାର ଏଣ୍ଟରଟେନ୍‌ମେଣ୍ଟ ଏବଂ ଏ.ବି. ସଲ୍ୟୁଶନ ବ୍ୟାନରରେ ଏହାର ପ୍ରଯୋଜନା କରିଛନ୍ତି ନବାଗତା ଜୟଲକ୍ଷ୍ମୀ ମିଶ୍ର। ନିର୍ଦ୍ଦେଶନା ଦାୟିତ୍ୱ କୁନାଲ ପଟ୍ଟନାୟକ ତୁଲାଇଥିବା ବେଳେ ସଚି ମହାନ୍ତି ଏବଂ ସନ୍ତୋଷଙ୍କ ରଚିତ ଗୀତଗୁଡିକୁ ସ୍ବର ଦେଇଛନ୍ତି ଟୁନା ଭାଇ-ଉନା ଭାଇ। ଚିତ୍ରୋତ୍ତୋଳନ କରିଛନ୍ତି ରଞ୍ଜନ ମିଶ୍ର। ନିକଟରେ ଶୁଟିଂ ଶେଷ ହୋଇଥିବା ଏହି ଫିଲ୍ମରେ ସାସାଙ୍କ ଭୂମିକାଟି ହେଲା ଗ୍ଲୋରି। ଏଥିରେ ତାଙ୍କର ନାୟକ ସାଜିଛନ୍ତି ରାଜ୍‌। ସାସା-ରାଜ୍‌ ଯୋଡ଼ି ବ୍ୟତୀତ ପଲ୍ଲବୀ, ଜୀବନ ପଣ୍ଡା, ଜୟଲକ୍ଷ୍ମୀ, ପ୍ରୀତିରାଜ, କୁନାଲ, ଟୁଲୁ, ଶମ୍ଭୁ, ରାମବାବୁ ବିଭିନ୍ନ ଭୂମିକାରେ ଅଭିନୟ କରିଛନ୍ତି। ଖାସ୍‌ କଥା ହେଲା, ଶୁଟିଂ ସମୟରେ ସାସା ଓଡ଼ିଆ ଭାଷା କେତେକାଂଶରେ ଶିଖିଯାଇଛନ୍ତି। ବିଦେଶୀ ଲଳନା ଓଡ଼ିଆ ସିନେମାରେ ଅଭିନୟ କରିବା ନୂଆ କଥା ନୁହେଁ। ଏହାପୂର୍ବରୁ ପରଦେଶୀ ଚଢ଼େଇରେ ଉତ୍ତମ ମହାନ୍ତିଙ୍କ ସହ ଅରମିଣ୍ଟାଙ୍କୁ ନାୟିକା ଭାବେ ଦେଖିବାକୁ ମିଳିଥିଲା। ଏହା ବ୍ୟତୀତ ଚିତ୍ତରଞ୍ଜନ ତ୍ରିପାଠୀଙ୍କ ନିର୍ଦ୍ଦେଶିତ ‘ମୁଖ୍ୟମନ୍ତ୍ରୀ’ରେ ବିଦେଶୀ ନାୟିକା ସବ୍ରିନା ଜେନିଫର ଅଭିନୟ କରିଥିଲେ। ତେବେ ‘ବାୟ ବାୟ ଦିଲ୍‌’ରେ ସାସା ଦର୍ଶକଙ୍କୁ କେତେ ପ୍ରଭାବିତ କରିପାରୁଛନ୍ତି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri