ବିଆଇଏସ୍‌ ଅଧୀନକୁ ଆସିବ ହେଲମେଟ ସୁରକ୍ଷାମାନ

ନୂଆଦିଲ୍ଲୀ,୨୩-୪: ଦୁଇଚକିଆ ଗାଡ଼ିଚାଳକମାନେ ବ୍ୟବହାର କରୁଥିବା ହେଲମେଟର ସୁରକ୍ଷା ମାନକୁ ବ୍ୟୁରୋ ଅଫ୍‌ ଇଣ୍ଡିଆନ ଷ୍ଟାଣ୍ଡାର୍ଡ(ବିଆଇଏସ୍‌) ଅଧୀନକୁ ଅଣାଯିବ। ଏଥିପାଇଁ ଏକ ନୂଆ ନିୟମ ଲାଗୁ ହେବ। ହେଲମେଟ ପ୍ରସ୍ତୁତି ବିଆଇଏସ୍‌ ମାନଦଣ୍ଡ ଅନୁଯାୟୀ ହେଉ ନ ଥିବାରୁ ଏହାର ମାନ ନେଇ ପ୍ରଶ୍ନବାଚୀ ଉଠିଛି। ଦେଶରେ ବର୍ଷରେ ପ୍ରାୟ ୨ କୋଟି ହେଲମେଟ ତିଆରି ହେଉଥିବା ବେଳେ ତହିଁରୁ ୭୦ ପ୍ରତିଶତ କ୍ଷୁଦ୍ର ଓ ଅସଂଗଠିତ କମ୍ପାନୀ ଦ୍ୱାରା ତିଆରି କରାଯାଉଛି। ସରକାର ପୂର୍ବରୁ ସଂଗଠିତ କ୍ଷେତ୍ରରେ ହେଲମେଟ ନିର୍ମାତାଙ୍କ ପାଇଁ ବିଆଇଏସ୍‌ ମାନଦଣ୍ଡ ପାଳନ କରିବା ବାଧ୍ୟତାମୂଳକ କରାଯାଇଛି। ଟୁ-ହ୍ବିଲର ହେଲମେଟ ମ୍ୟାନୁଫାକଚରର୍ସ ଆସୋସିଏଶନର ପ୍ରେସିଡେଣ୍ଟ ତଥା ଷ୍ଟିଲବୋର୍ଡ ହେଲମେଟ୍ସ ଏମ୍‌ଡି ରାଜୀବ କପୁର କହିଛନ୍ତି ଯେ, ସରକାର ଆଇଏସ୍‌ଆଇ ମାର୍କକୁ ବାଧ୍ୟତାମୂଳକ କରିବା ଲାଗି ଏକ ନିୟମ ଲାଗୁ କରିବାକୁ ଯାଉଛନ୍ତି। ଏହା ପୂର୍ବରୁ ଚଳିତବର୍ଷ ଜାନୁୟାରୀ ୧୫ରେ ଲାଗୁ କରାଯିବାର ଥିଲା। ପରେ ଏହାକୁ ଏପ୍ରିଲ ୧୫କୁ ଘୁଞ୍ଚାଇ ଦେବା ପରେ ଏବେ ଏହାକୁ ଜୁଲାଇ ୧୫ରୁ ଲାଗୁ କରାଯିବ। ସରକାର  ବିଆଇଏସ୍‌ ଆଇନ, ୨୦୧୬ ଅଧୀନରେ ସୁରକ୍ଷିତ ହେଲମେଟ ତିଆରି କରିବା ଲାଗି ସାର୍ଟିଫିକେଟ ନେବା ବାଧ୍ୟତାମୂଳକ କରିବା ନେଇ ଏକ ନୋଟିଫିକେଶନ ଗତବର୍ଷ ଅଗଷ୍ଟ ୨ରେ ଜାରି କରିଥିଲେ। ଏହାକୁ ହେଲମେଟ୍ସ(କ୍ୱାଲିଟି କଣ୍ଟ୍ରୋଲ) ଅର୍ଡର୨୦୧୮ ନାମ ଦିଆଯାଇଥିଲା, କିନ୍ତୁ ଏହା ଅଦ୍ୟାବଧି ଚିଠା ଆକାରରେ ରହିଯାଇଛି। ଏହାକୁ ନୋଟିଫାଇ କରାଯାଇନାହିଁ। ଦେଶରେ ଏବେ ୨୧୯ କମ୍ପାନୀ ହେଲମେଟ ତିଆରି କରୁଥିବା ବେଳେ ମାତ୍ର ୯ଟି ଆବଶ୍ୟକୀୟ ସାର୍ଟିଫିକେଟ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri