ବିଆର୍‌ଆଇ ଫୋରମ୍‌ରେ ଯୋଗଦେଲାନି ଭାରତ

ବେଜିଂ,୨୭ା୪(ଆଇଏଏନ୍‌ଏସ୍‌): ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି)କୁ ବିରୋଧ କରି ଭାରତ ଦ୍ୱିତୀୟ ଥର ଲାଗି ବେଜିଂର ବେଲ୍ଟ ଆଣ୍ଡ ରୋଡ୍‌ ଇନିସିଏଟିଭ୍‌ (ବିଆର୍‌ଆଇ) ଫୋରମ୍‌ରୁ ନିଜକୁ ଦୂରେଇ ରଖିଛି। ଅନ୍ୟପକ୍ଷରେ ଏହି ବିବାଦୀୟ ପ୍ରକଳ୍ପ ଏକ ନୂଆ ପର୍ଯ୍ୟାୟରେ ପହଞ୍ଚତ୍ଛି ଏବଂ ଆହୁରି ଆଗେଇ ଚାଲିବ ବୋଲି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ କହିଛନ୍ତି। ପାକ୍‌ -ଅଧିକୃତ କଶ୍ମୀର ଦେଇ ଯାଉଥିବା ବିଆର୍‌ଆଇ ପ୍ରୋଜେକ୍ଟର ମୁଖ୍ୟ ଅଂଶ ସିପିଇସିକୁ ଭାରତ ଦୃଢ଼ ବିରୋଧ କରିଆସୁଛି। ୨୦୧୭ରେ ବେଲ୍ଟ ଆଣ୍ଡ ରୋଡ୍‌ ଫୋରମ୍‌ ଆରମ୍ଭ ହୋଇଥିଲା।
ଅନ୍ୟପକ୍ଷରେ ଉକ୍ତ ପ୍ରକଳ୍ପ ସମ୍ପୂର୍ଣ୍ଣ ଅର୍ଥନୈତିକ ଏବଂ କଶ୍ମୀର ପ୍ରସଙ୍ଗରେ ବେଜିଂର ନିରପେକ୍ଷ ଆଭିମୁଖ୍ୟକୁ ଏହା ପ୍ରଭାବିତ କରିବ ନାହିଁ ବୋଲି ଚାଇନା ପକ୍ଷରୁ କୁହାଯାଇଛି। ଏହି ଟ୍ରିଲିୟନ ଡଲାର ସଂଯୋଗ ପ୍ରକଳ୍ପର ତିନିଦିନିଆ ସମିଟ୍‌ରେ ଜାତୀୟ ଏବଂ ଅନ୍ତର୍ଜାତୀୟ ସଂଗଠନର ପ୍ରତିନିଧିଙ୍କ ସମେତ ୩୭ ରାଷ୍ଟ୍ରର ମୁଖ୍ୟ ଯୋଗଦେଇଛନ୍ତି। ଏହି ପ୍ରକଳ୍ପ ଲାଗି ବେଜିଂ ଗରିବ ରାଷ୍ଟ୍ରଗୁଡିକୁ ଋଣଯନ୍ତା ମଧ୍ୟକୁ ଠେଲିଦେଇଛି ବୋଲି ହେଉଥିବା ଅଭିଯୋଗକୁ ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ ଖଣ୍ଡନ କରିଛନ୍ତି। ଅନ୍ୟପକ୍ଷରେ ସାମାଜିକ-ଅର୍ଥନୈତିକ ବିକାଶକୁ ସର୍ବାଧିକ ଗୁରୁତ୍ୱ ଦେଇ ପାକିସ୍ତାନ ଓ ଚାଇନା ସିପିଇସିର ଦ୍ୱିତୀୟ ପର୍ଯ୍ୟାୟରେ ପ୍ରବେଶ କରିଥିବା ଇମ୍ରାନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଭାରତ ଆସିବେ ବାଂଲାଦେଶୀ ପ୍ରଧାନମନ୍ତ୍ରୀ? ଆସିଲା ନୂଆ ତାରିଖ

ନୂଆଦିଲ୍ଲୀ,୨୨।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହkସିନାଙ୍କ ବହିଷ୍କାର ଏବଂ ଭାରତରେ ଆଶ୍ରୟ ନେବା ମଧ୍ୟରେ, ବାଂଲାଦେଶୀ ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ 23 ରୁ 25 ମଧ୍ୟରେ…

ମିତ୍ର ଦେଶ କାନାଡାକୁ ଶକ୍ତ ଝଟକା ଦେଲେ ଟ୍ରମ୍ପ!

ଓ୍ବାଶିଂଟନ,୨୨।୮: ଡୋନାଲ୍ଡ ଟ୍ରମ୍ପ ଆମେରିକାର ଘନିଷ୍ଠ ସହଯୋଗୀ ଏବଂ ବନ୍ଧୁ କାନାଡା ଉପରେ ‘ଶୁଳ୍କ ବୋମା’ ପକାଇଛନ୍ତି। ବାଣିଜ୍ୟ ଚୁକ୍ତି ଆଲୋଚନା ସମୟରେ ଦୁଇ ରାଷ୍ଟ୍ର ଏକ…

ଷ୍ଟେଜ ଉପରେ କାହିଁକି ହଠାତ ନାଚିଲେ ଟ୍ରମ୍ପ? ସାମ୍ନାକୁ ଆସିଲା ଭିଡ଼ିଓ

ଓ୍ବାଶିଂଟନ,୨୨।୮: ଦକ୍ଷିଣ କାରୋଲିନାର ପ୍ରସିଦ୍ଧ ରିସର୍ଟ ସହର ମର୍ଟଲ ବିଚରେ ଏକ କାର୍ଯ୍ୟକ୍ରମରେ ଡୋନାଲ୍ଡ ଟ୍ରମ୍ପ ନାଚିଥିବାର ଦେଖାଯାଇଥିଲା। ଏହି କାର୍ଯ୍ୟକ୍ରମ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଥିଲା…

କଡ଼ା ଜବାବ ଦେବୁ: ଇରାନ

ତେହେରାନ, ୨୨।୮: ଇରାନର ନେତୃତ୍ୱକୁ କ୍ଷତବିକ୍ଷତ କରିବା ପାଇଁ ଆମେରିକା ଇତିହାସର ସବୁଠାରୁ କଠୋର ଆର୍ଥିକ କଟକଣା ଲଗାଇବାକୁ ଘୋଷଣା କରିବା ପରେ, ଇରାନ ଏହାର ଏକ…

ପାକିସ୍ତାନରେ କେତେ ଟଙ୍କାରେ ମିଳୁଛି ସେକେଣ୍ଡ ହ୍ୟାଣ୍ଡ୍‌ ଗାଡ଼ି, ଦାମ୍‌ ଜାଣିଲେ ଚମକି ପଡିବେ…

ଇସଲାମାବାଦ,୨୧।୮: ପାକିସ୍ତାନରେ ପ୍ରବଳ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଲୋକଙ୍କ ବଜେଟ ସମ୍ପୂର୍ଣ୍ଣ ବିଗିଡ଼ି ଯାଇଛି। ନିତ୍ୟବ୍ୟବହାର୍ଯ୍ୟ ଜିନିଷଠାରୁ ଆରମ୍ଭ କରି ପେଟ୍ରୋଲ-ଡିଜେଲ ପର୍ଯ୍ୟନ୍ତ ସବୁକିଛି ମହଙ୍ଗା…

କ୍ରାଶ ହେଲା ଚାଟାର୍ଡ ପ୍ଲେନ; ୮ ମୃତ, ଜାଣନ୍ତୁ କିପରି ହେଲା ଦୁର୍ଘଟଣା

ଆଲାସ୍କା,୨୧।୮: ପଶ୍ଚିମ ଆଲାସ୍କାର ଏକ ଦୁର୍ଗମ ରାଡାର ସାଇଟ୍ ନିକଟରେ ୮ ଜଣଙ୍କୁ ନେଇ ଯାଉଥିବା ଏକ ଚାଟାର୍ଡ ପ୍ଲେନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗୁରୁବାର ଏନେଇ…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri