ବିଇଓଙ୍କ କାର୍ଯ୍ୟାଳୟରେ ଶିକ୍ଷକଙ୍କ ସାର୍ଟିଫିକେଟ୍‌ ଯାଞ୍ଚ

ଉଦଳା,୧୪ା୮(ଡି.ଏନ୍‌.ଏ.)- ରାଜ୍ୟର ବିଭିନ୍ନ ଜିଲାରେ ଜାଲ ସାର୍ଟିଫିକେଟରେ ଶିକ୍ଷକ ଚାକିରି କରିଥିବା ଚର୍ଚ୍ଚାକୁ ଆସିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ଶିକ୍ଷା ବିଭାଗ ସମସ୍ତ କାର୍ଯ୍ୟରତ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ମୟୂରଭଞ୍ଜ ଜିଲା ଉଦଳାରେ ଏହି ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଛି ା ଉଦଳା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ପ୍ରଥମ ଦିନରେ ବ୍ଲକ ଅଧୀନରେ କାର୍ଯ୍ୟରତ ବିଭିନ୍ନ ବିଦ୍ୟାଳୟର ଶିକ୍ଷୟିତ୍ରୀ ଶିକ୍ଷକ ନିଜର ସାର୍ଟିଫିକେଟ୍‌ ଦାଖଲ କରିଛନ୍ତି। ପ୍ରଥମ ଦିନରେ ଜିଲା ବାହାରୁ ପାସ୍‌ କରି ଚାକିରି କରିଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ ଆରମ୍ଭ ହୋଇଛି। ଏହି ଯାଞ୍ଚ ପ୍ରକ୍ରିୟା ଜାରି ରହିବା ସହିତ ବ୍ଲକ ଅଧୀନରେ ସମସ୍ତ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ କରାଯାଇଛି। ମଙ୍ଗଳବାର ଶିକ୍ଷୟିତ୍ରୀ ଶିକ୍ଷକମାନେ ନିଜର ଚାକିରି ସମୟରେ ବିଭାଗକୁ ପ୍ରଦାନ କରିଥିବା ଶିକ୍ଷାଗତ ଯୋଗ୍ୟତାର ସାର୍ଟିଫିକେଟ ଦାଖଲ କରିଛନ୍ତି। ୨୦୧୧ ମସିହାଠାରୁ ନିଯୁକ୍ତି ପାଇଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ ଚାଲିଥିବା ବେଳେ ଆଗାମୀ ଦିନରେ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ ହେବ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଧାକର ବେହେରା କହିଛନ୍ତି। ୩ଟି ଜୋନରେ ଉଦଳା ବ୍ଲକକୁ ଭାଗ କରାଯାଇଥିବା ବେଳେ ପ୍ରଥମ ଦିନରେ ୧ ନଂ. ଜୋନରେ ଥିବା ବିଦ୍ୟାଳୟଗୁଡିକର ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସାର୍ଟିଫିକେଟ୍‌ ଯାଞ୍ଚ ହୋଇଛି ା ୩ ଦିନ ଧରି ଏହି ଯାଞ୍ଚ ପ୍ରକ୍ରିୟା ଚାଲିବ ା ତେବେ ୩ ଦିନ ମଧ୍ୟରେ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ ପ୍ରକ୍ରିୟା ଶେଷ ନ ହେଲେ ପରବର୍ତ୍ତୀ ସମୟରେ ପୁନଶ୍ଚ ଯାଞ୍ଚ ହେବ ବୋଲି ବିଇଓ କହିଛନ୍ତି ା ପ୍ରଥମ ଦିନରେ ଦୁଗୁଧା, ରାଢୋ ଏବଂ ବଡଖମଣ ପଞ୍ଚାୟତ ଅଞ୍ଚଳର ବିଦ୍ୟାଳୟର ଯାଞ୍ଚ ପ୍ରକ୍ରିୟା ଚାଲିଛି। ଏହି ଯାଞ୍ଚ ପ୍ରକ୍ରିୟାରେ ସିଆରସିସି, ବିଆରସିସିମାନେ ସାମିଲ ହୋଇ ସାର୍ଟିଫିକେଟ ଯାଞ୍ଚ କରୁଥିବା ଜଣାଯାଇଛି ା ତେବେ ସବୁ ସାର୍ଟିଫିକେଟ ଯାଞ୍ଚ ସରିବା ପରେ କିଏ ଜାଲ ପ୍ରମାଣପତ୍ରରେ ଚାକିରି କରିଛନ୍ତି ତାହା ସାମ୍ନାକୁ ଆସିବ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀ କହିଛନ୍ତି ା ଅନ୍ୟପଟେ ଏହି ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଜାଲ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଶିକ୍ଷୟିତ୍ରୀ ଶିକ୍ଷକ ଛାନିଆ ହୋଇପଡିଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri