ବିଇଓଙ୍କ ବଦଳି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଶେରଗଡ,୨୧ା୭(ଡି.ଏନ.ଏ.)-ଶେରଗଡ ବ୍ଲକ ମିଳିତ ଶିକ୍ଷକ ସଂଘର ଏକ ବୈଠକ ଶନିବାର ସ୍ଥାନୀୟ ଜୟଚଣ୍ଡୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଇଓ ଭାସ୍କର ଲେଙ୍କା ଛଦ୍ମବେଶରେ ବିଦ୍ୟାଳୟ ପରିଦର୍ଶନ କରି ଶିକ୍ଷକଙ୍କୁ ହଇରାଣ କରୁଥିବାରୁ ତୁରନ୍ତ ତାଙ୍କୁ ଜିଲା ବାହାରକୁ ବଦଳି କରିବାକୁ ଦାବି ଜୋର ଧରିଛି। ୭ଦିନ ମଧ୍ୟରେ ବଦଳି ନ ହେଲେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବେ ବୋଲି ଶିକ୍ଷକମାନେ ଚେତାବନୀ ଦେଇଛନ୍ତି। ବିଇଓଙ୍କ ୧୨ଦଫା ସମ୍ବଳିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ, ଶିକ୍ଷା ସଚିବ, ଗଞ୍ଜାମ ଜିଲାପାଳ, ଭଞ୍ଜନଗର ଉପଜିଲାପାଳ, ଶେରଗଡ ବିଡିଓ ଓ ଥାନା ଅଧିକାରୀଙ୍କୁ ପ୍ରଦାନ କରିଛନ୍ତି। ଉକ୍ତ ଦାବିପତ୍ରରେ ବିଇଓ ୩ଦିନ ଅଫିସରେ ରହି ଅନ୍ୟ ୩ଦିନ ତାଙ୍କ ଘର ଖୋର୍ଦ୍ଧାରେ ରହୁଛନ୍ତି, ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କୁ ଛୁଟି ଦେବାରେ ହଇରାଣ କରିବା, ଛୁଟି ନେଲେ କୈଫିୟତ ତଲବ କରିବା, ପରିଦର୍ଶନ ବେଳେ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ନାଲିଆଖି ଦେଖାଇବା ଆଦି ଉଲ୍ଲେଖ ରହିଛି। ସରକାରଙ୍କ ନିୟମ ଅନୁଯାୟୀ, ଦଣ୍ଡମୁକ୍ତ ଓ ଭୟମୁକ୍ତ ଅଞ୍ଚଳ ବିଦ୍ୟାଳୟ ପରିସରରେ କିପରି ବିଇଓ ଛଦ୍ମବେଶରେ ପଶିଲେ, ତାହା ଛାତ୍ରୀଛାତ୍ରଙ୍କ ମଧ୍ୟରେ ଭୟ ସଂଚାର କଲା ବୋଲି ଅଭିଯୋଗ କରିଛନ୍ତି।
ନେଇ ବିଇଓ ଲେଙ୍କାଙ୍କୁ ପଚାରିବାରୁ, ମୋ ବିରୋଧରେ ଅଭିଯୋଗ ସମ୍ପୂର୍ଣ୍ଣ ଭିତ୍ତିହୀନ ଓ ଉଦ୍ଦେଶ୍ୟ ପ୍ରଣୋଦିତ। ମୁଁ ଏହାର ବିଧିବଦ୍ଧ ତଦନ୍ତ ଦାବି କରୁଛି। ବିଦ୍ୟାଳୟକୁ ଠିକ୍‌ ସମୟରେ ଶିକ୍ଷକ ଆସୁ ନ ଥିବାରୁ ପରିଦର୍ଶନରେ ଯାଇଥିଲି। ବ୍ୟବସ୍ଥାରେ ସୁଧାର ଆଣିବା ମୋ ଲକ୍ଷ୍ୟ ବୋଲି କହିଛନ୍ତି। ମୁଁ କୌଣସି କାମ ପାଇଁ କେବେ ଅର୍ଥ ଦାବି କରିନାହିଁ, ବରଂ ବିଭିନ୍ନ ଅନୁଷ୍ଠାନକୁ ପକେଟରୁ ଅର୍ଥ ପ୍ରଦାନ କରିଛି ଯାହା ତଦନ୍ତ କଲେ ସ୍ପଷ୍ଟ ହେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri