ବିଇଡି ପରୀକ୍ଷା ଘୁଞ୍ଚାଇବା ନେଇ କୁଳସଚିବଙ୍କୁ ଦାବିପତ୍ର

ବ୍ରହ୍ମପୁର ଅଫିସ,୨୮ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ବିଇଡି ମହାବିଦ୍ୟାଳୟଗୁଡିକର ଦ୍ୱିତୀୟ ବର୍ଷ ପରୀକ୍ଷା ତାରିଖ ଘୁଞ୍ଚାଇବାକୁ ଦାବି ହୋଇଛିା ଏନେଇ ଶନିବାର ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ବିଭିନ୍ନ ବିଇଡି କଲେଜ ଛାତ୍ରୀଛାତ୍ରମାନେ କୁଳସଚିବ ରଞ୍ଜନ ବିଶ୍ୱାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଅଗଷ୍ଟ ୫ ରୁ ୨୪ ତାରିଖ ପର୍ଯ୍ୟନ୍ତ ବିଇଡି ପରୀକ୍ଷା କରାଯିବାକୁ ବିଶ୍ୱବିଦ୍ୟାଳୟ ନିଷ୍ପିତ୍ତି ନେଇଛି ା କିନ୍ତୁ ଏକା ସମୟ ଅର୍ଥାତ୍‌ ଆସନ୍ତା ୫ ରୁ ୧୪ତାରିଖ ପର୍ଯ୍ୟନ୍ତ ଓଟିଇଟି ପରୀକ୍ଷା ହେବା ନେଇ ସୂଚନା ମିଳିଛି ା
୪ ଦିନରେ ଏକା ସମୟରେ ବିଇଡି ଓ ଓଟିଇଟିର ପରୀକ୍ଷା ରହୁଛି। ଫଳରେ ଛାତ୍ରୀଛାତ୍ରମାନେ ଦ୍ୱନ୍ଦ୍ୱରେ ପଡିଥିବା ସେମାନେ କହିଛନ୍ତି ା ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ବିଇଡି ପରୀକ୍ଷା ଅନୁଷ୍ଠିତ ହେଲେ ଅନେକ ଛାତ୍ରୀଛାତ୍ର ଓଟିଇଟିରୁ ବଞ୍ଚିତ ହେବେ ବୋଲି ଛାତ୍ରୀଛାତ୍ରମାନେ କୁଳସଚିବ ରଞ୍ଜନ ବିଶ୍ୱାଳ ଓ ପରୀକ୍ଷା ନିୟନ୍ତ୍ରକ ସୁରେନ୍ଦ୍ର ସେଠୀଙ୍କୁ ଜଣାଇଛନ୍ତି ା ଏହାକୁ ଦୃଷ୍ଟିରେ ରଖି ବିଇଡି ଦ୍ୱିତୀୟ ବର୍ଷ ପରୀକ୍ଷାକୁ ଘୁଞ୍ଚାଇବାକୁ ସେମାନେ ଦାବି କରିଛନ୍ତି। ପରୀକ୍ଷା ନିୟନ୍ତ୍ରଣ କମିଟି ସହ ଏନେଇ ଆଲୋଚନା କରାଯାଇ ଅଗଷ୍ଟ ୧ ସୁଦ୍ଧା ତାରିଖ ଘୁଞ୍ଚାଇବା ଦିଗରେ ପଦକ୍ଷେପ ନିଆଯିବ ବୋଲି ପରୀକ୍ଷା ନିୟନ୍ତ୍ରକ ସେଠୀ ସୂଚାଇଛନ୍ତି। ଦାବିପତ୍ର ପ୍ରଦାନ ବେଳେ ଡିଏସ୍‌ଓ ରାଜ୍ୟ ଉପସଭାପତି ସୋମନାଥ ବେହେରାଙ୍କ ସମେତ କନିଷିର ଦିବାକର ପଟ୍ଟନାୟକ ବିଇଡି କଲେଜ, ଫୁଲବାଣୀ ଜିଟିଟିସି ବିଇଡି କଲେଜ, କଳିଙ୍ଗା ବିଇଡି କଲେଜ, କୋରାପୁଟ ବିିିଇଡି କଲେଜ, ଭଞ୍ଜନଗର ବିଇଡି କଲେଜ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri