ବିଏମସିର ନୂଆ ଗାଇଡଲାଇନ: ଖୋଲିବ ସ୍ପା, ସେଲୁନ ଓ ପାର୍ଲର

ଭୁବନେଶ୍ୱର,୧୯।୫(ବ୍ୟୁରୋ)-ଗତ ୧୮ ତାରିଖରୁ ସାରା ଦେଶରେ ୪ର୍ଥ ପର୍ଯ୍ୟାୟ ଲକଡାଉନ ଜାରି ହୋଇଛି। ଏ ନେଇ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ନୂଆ ଗାଇଡଲାଇନ ଜାରି କରିଥିବାବେଳେ ମଙ୍ଗଳବାର ଭୁବନେଶ୍ୱର ପାଇଁ ବିଏମସି ପକ୍ଷରୁ ନୂଆ ଗାଇଡଲାଇନ ଜାରି କରାଯାଇଛି। ଦୀର୍ଘଦିନ ପରେ ରାଜଧାନୀରେ ଖୋଲିବ ସ୍ପା, ସେଲୁନ ଓ ପାର୍ଲର। ମାତ୍ର ଏଥିପାଇଁ ବିଏମସି ପକ୍ଷରୁ କେତେକ ସର୍ତ୍ତାବଳୀ ଲାଗୁ ହୋଇଛି।
ସର୍ତ୍ତାବଳୀ ଅନୁଯାୟୀ, ସେଲୁନ, ପାର୍ଲର ଓ ସ୍ପାର କର୍ମଚାରୀମାନେ ହାତରେ ଗ୍ଲୋବ୍ସ ଏବଂ ମୁହଁରେ ମାସ୍କ ପିନ୍ଧିବେ। ସେହିପରି ରାସ୍ତାକଡ଼ ଜଳଖିଆ ଦୋକାନ ଖୋଲା ରହିବ। ମାତ୍ର ଏଠାରେ କେହି ଖାଇପାରିବେ ନାହିଁ। ପାର୍ସଲ ନେଇ ଘରକୁ ଯିବା ପାଇଁ ଗାଇଡଲାଇନରେ ଉଲ୍ଲେଖ ରହିଛି। ହୋଟେଲ ଓ ଲଜ ପୂର୍ବ ପରି ବନ୍ଦ ରହିବ। କେବଳ ରେଷ୍ଟୁରାଣ୍ଟରୁ ଲୋକେ ଖାଦ୍ୟ ପାର୍ସଲ ନେଇପାରିବେ। ବିମାନ ଚଳାଚଳ, ସ୍କୁଲ, କଲେଜ, କୋଚିଂ ସେଣ୍ଟର ବନ୍ଦ ରହିବ। ସବୁ ସାମାଜିକ, ରାଜନୈତିକ, ମନୋରଞ୍ଜନ କାର୍ଯ୍ୟକ୍ରମ ପୂର୍ବଭଳି ବନ୍ଦ ରହିବ। ଧର୍ମୀୟ ଅନୁଷ୍ଠାନରେ ସାଧାରଣ ଲୋକଙ୍କ ପ୍ରବେଶକୁ ବାରଣ କରାଯାଇଛି। ସେହିପରି ଭୁବନେଶ୍ୱରରେ ଥିବା ଏସ୍‌ପ୍ଲାନେଡ, ଫୋରମ ମାର୍ଟ, ବିଏମସି ଭବାନୀ ମଲ, ସେଣ୍ଟ୍ରାଲ ସପିଂ ମଲ, ପାଣ୍ଟାଲୁନ ଆଦି ସପିଂ ମଲ ବନ୍ଦ ରହିବ ବୋଲି ଗାଇଡ ଲାଇନରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri