ବିଏମ୍‌ସିରେ ସାମିଲ ହେବ ସହରତଳି ପଞ୍ଚାୟତ ଅଞ୍ଚଳ

ବ୍ରହ୍ମପୁର ଅଫିସ,୨୬ା୧-ବ୍ରହ୍ମପୁର ମହାନଗର ନିଗମରେ ସହରତଳି ପଞ୍ଚାୟତ ଅଞ୍ଚଳ ସାମିଲ ହେବା ନେଇ ବାଟ ଫିଟିଛି । ଲୋଚାପଡା ପଞ୍ଚାୟତ ସମେତ ୩ ଗଁ। ବିଏମ୍‌ସିରେ ସାମିଲ ହେବାକୁ ସମ୍ମତି ପ୍ରକାଶ କରିଛନ୍ତି ।
ଏ ନେଇ ତୁରନ୍ତ ପଦକ୍ଷେପ ଆରମ୍ଭ କରିବାକୁ ମ୍ୟୁନିସିପାଲ ପ୍ରଶାସନର ନିର୍ଦ୍ଦେଶକଙ୍କୁ ଚିଠି କରାଯାଇଥିବା ନେଇ ଜିଲାପାଳଙ୍କ ପକ୍ଷରୁ ପ୍ରଗତିଶୀଳ ଉତ୍କଳ ସମାଜକୁ ପ୍ରଦାନ କରାଯାଇଥିବା ଚିଠିରେ ସୂଚନା ଦିଆଯାଇଛି ।
ସୂଚନା ପ୍ରକାରେ, ବ୍ରହ୍ମପୁର ସହରତଳି ଅଞ୍ଚଳ ତଥା ୧୮ ପଞ୍ଚାୟତର ୬୨ ଗଁ। କୁ ବିଏମ୍‌ସିରେ ସାମିଲ କରି ଏକ ବୃହତ ମହାନଗର ନିଗମ ଗଠନ ନେଇ ବହୁ ପୂର୍ବରୁ ସରକାରଙ୍କ ପ୍ରସ୍ତାବ ରହିଥିଲା। କିନ୍ତୁ ଦୀର୍ଘ ବର୍ଷ ପରେ ମଧ୍ୟ ସହରତଳି ଅଞ୍ଚଳଗୁଡିକୁ ସାମିଲ କରିବା ଦିଗରେ ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ଏହାକୁ ନେଇ ଜନ ଆନ୍ଦୋଳନ ଜାଗ୍ରତ ହୋଇଥିଲା। ଏ ନେଇ ୨୦୧୭ରେ ଲୋଚାପଡା ପଞ୍ଚାୟତ ସମେତ ସହରତଳି ଅଞ୍ଚଳଗୁଡିକର ନାଗରିକ ପ୍ରତିନିଧିମାନେ ଏକତ୍ରିତ ହେବା ସହ ବିଏମ୍‌ସିରେ ସାମିଲ ନେଇ ଦାବି କରିଥିଲେ । ବିଭିନ୍ନ ପର୍ଯ୍ୟାୟରେ ଆନ୍ଦୋଳନ ଜାରି ରଖିଥିଲେ। ଆନ୍ଦୋଳନର ପ୍ରତ୍ୟୁତ୍ତରରେ ଦୁଇ ଦୁଇଥର ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଜିଲାପାଳ ଓ ବିଏମ୍‌ସି କର୍ତ୍ତୃପକ୍ଷଙ୍କ ନିକଟକୁ ସହରତଳି ଅଞ୍ଚଳଗୁଡିକୁ ବିଏମ୍‌ସିରେ ସାମିଲ ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ଚିଠି ଆସିଥିଲା । କିନ୍ତୁ ଏ ଦିଗରେ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିଲା । ଏହାପରେ ପ୍ରଗତିଶୀଳ ଉତ୍କଳ ସମାଜ ପକ୍ଷରୁ ଜାତୀୟ ମାନବାଧିକାର କମିଶନର ନୂଆଦିଲ୍ଲୀଙ୍କ ନିକଟରେ ୨୦୧୮ରେ କେସ୍‌ ଦାଏର କରାଯାଇଥିଲା। ଏହାପରେ ମାନବାଧିକାର କମିଶନରଙ୍କ ନିର୍ଦ୍ଦେଶ ପ୍ରକାରେ ଜାନୁୟାରୀ ୧୦ରେ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଜିଲାପାଳଙ୍କୁ ବିଏମ୍‌ସିରେ ସହରତଳି ଅଞ୍ଚଳକୁ ସାମିଲ ଦିଗରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ଚିଠି କରିଥିଲେ । ନିର୍ଦ୍ଦେଶକଙ୍କ ନିର୍ଦ୍ଦେଶନାମାକୁ ଆଧାର କରି ୧୮ ପଞ୍ଚାୟତର ୬୨ ଗଁ। ରେ ଏ ନେଇ ବିଭିନ୍ନ ପର୍ଯ୍ୟାୟ ଆଲୋଚନା ବୈଠକ ହୋଇଥିଲାା ଏହାପରେ ସେଥିରୁ ଗୋଟିଏ ପଞ୍ଚାୟତ ୩ ଗଁ। ର ଲୋକେ ବିଏମ୍‌ସିରେ ସାମିଲ ହେବାକୁ ସମ୍ମତି ପ୍ରକାଶ କରିବା ପରେ ଏ ଦିଗରେ ତୁରନ୍ତ ପ୍ରକ୍ରିୟା ଆରମ୍ଭ ନେଇ ଜିଲାପାଳ ମ୍ୟୁନିସିପାଲ ପ୍ରଶାସନ ନିର୍ଦ୍ଦେଶକଙ୍କ ନିକଟକୁ ଚିଠି ପଠାଇ ଥିବା ନେଇ ପ୍ରଗତିଶୀଳ ଉତ୍କଳ ସମାଜ ରାଜ୍ୟ ସମ୍ପାଦକ ସରୋଜ ପଟ୍ଟନାୟକ ସୂଚାଇଛନ୍ତି । ଜିଲାପାଳଙ୍କ ଚିଠି ଅନୁସାରେ, ଲୋଚାପଡା ପଞ୍ଚାୟତ ସମେତ ବଡକୁଶସ୍ଥଳୀ ପଞ୍ଚାୟତର ସାନକୁଶସ୍ଥଳୀ, ଗଞ୍ଜୁ ପଞ୍ଚାୟତର ବ୍ରାହ୍ମଣପଲ୍ଲୀ, ଗୋଳାବନ୍ଧ ଆର୍ମି ଟ୍ରେନିଂ ସ୍କୁଲ ଅଞ୍ଚଳ ବିଏମ୍‌ସିରେ ସାମିଲ ହେବ । ଏନେଇ ସୂଚନା ପରେ ବ୍ରହ୍ମପୁର ସହରତଳି ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଆଶା ପୂରଣ ହେବା ସହ ଉକ୍ତ ଅଞ୍ଚଳର ବିକାଶ ପାଇଁ ବାଟ ଫିଟିଥିବା ଜିଲା ସଂଯୋଜକ ଜିତେନ୍ଦ୍ର କୁମାର ମୁନୀ ପ୍ରକାଶ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri