ବିଏମ୍‌ସିରେ ସାମିଲ ହେବ ସହରତଳି ପଞ୍ଚାୟତ ଅଞ୍ଚଳ

ବ୍ରହ୍ମପୁର ଅଫିସ,୨୬ା୧-ବ୍ରହ୍ମପୁର ମହାନଗର ନିଗମରେ ସହରତଳି ପଞ୍ଚାୟତ ଅଞ୍ଚଳ ସାମିଲ ହେବା ନେଇ ବାଟ ଫିଟିଛି । ଲୋଚାପଡା ପଞ୍ଚାୟତ ସମେତ ୩ ଗଁ। ବିଏମ୍‌ସିରେ ସାମିଲ ହେବାକୁ ସମ୍ମତି ପ୍ରକାଶ କରିଛନ୍ତି ।
ଏ ନେଇ ତୁରନ୍ତ ପଦକ୍ଷେପ ଆରମ୍ଭ କରିବାକୁ ମ୍ୟୁନିସିପାଲ ପ୍ରଶାସନର ନିର୍ଦ୍ଦେଶକଙ୍କୁ ଚିଠି କରାଯାଇଥିବା ନେଇ ଜିଲାପାଳଙ୍କ ପକ୍ଷରୁ ପ୍ରଗତିଶୀଳ ଉତ୍କଳ ସମାଜକୁ ପ୍ରଦାନ କରାଯାଇଥିବା ଚିଠିରେ ସୂଚନା ଦିଆଯାଇଛି ।
ସୂଚନା ପ୍ରକାରେ, ବ୍ରହ୍ମପୁର ସହରତଳି ଅଞ୍ଚଳ ତଥା ୧୮ ପଞ୍ଚାୟତର ୬୨ ଗଁ। କୁ ବିଏମ୍‌ସିରେ ସାମିଲ କରି ଏକ ବୃହତ ମହାନଗର ନିଗମ ଗଠନ ନେଇ ବହୁ ପୂର୍ବରୁ ସରକାରଙ୍କ ପ୍ରସ୍ତାବ ରହିଥିଲା। କିନ୍ତୁ ଦୀର୍ଘ ବର୍ଷ ପରେ ମଧ୍ୟ ସହରତଳି ଅଞ୍ଚଳଗୁଡିକୁ ସାମିଲ କରିବା ଦିଗରେ ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ଏହାକୁ ନେଇ ଜନ ଆନ୍ଦୋଳନ ଜାଗ୍ରତ ହୋଇଥିଲା। ଏ ନେଇ ୨୦୧୭ରେ ଲୋଚାପଡା ପଞ୍ଚାୟତ ସମେତ ସହରତଳି ଅଞ୍ଚଳଗୁଡିକର ନାଗରିକ ପ୍ରତିନିଧିମାନେ ଏକତ୍ରିତ ହେବା ସହ ବିଏମ୍‌ସିରେ ସାମିଲ ନେଇ ଦାବି କରିଥିଲେ । ବିଭିନ୍ନ ପର୍ଯ୍ୟାୟରେ ଆନ୍ଦୋଳନ ଜାରି ରଖିଥିଲେ। ଆନ୍ଦୋଳନର ପ୍ରତ୍ୟୁତ୍ତରରେ ଦୁଇ ଦୁଇଥର ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଜିଲାପାଳ ଓ ବିଏମ୍‌ସି କର୍ତ୍ତୃପକ୍ଷଙ୍କ ନିକଟକୁ ସହରତଳି ଅଞ୍ଚଳଗୁଡିକୁ ବିଏମ୍‌ସିରେ ସାମିଲ ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ଚିଠି ଆସିଥିଲା । କିନ୍ତୁ ଏ ଦିଗରେ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିଲା । ଏହାପରେ ପ୍ରଗତିଶୀଳ ଉତ୍କଳ ସମାଜ ପକ୍ଷରୁ ଜାତୀୟ ମାନବାଧିକାର କମିଶନର ନୂଆଦିଲ୍ଲୀଙ୍କ ନିକଟରେ ୨୦୧୮ରେ କେସ୍‌ ଦାଏର କରାଯାଇଥିଲା। ଏହାପରେ ମାନବାଧିକାର କମିଶନରଙ୍କ ନିର୍ଦ୍ଦେଶ ପ୍ରକାରେ ଜାନୁୟାରୀ ୧୦ରେ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଜିଲାପାଳଙ୍କୁ ବିଏମ୍‌ସିରେ ସହରତଳି ଅଞ୍ଚଳକୁ ସାମିଲ ଦିଗରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ଚିଠି କରିଥିଲେ । ନିର୍ଦ୍ଦେଶକଙ୍କ ନିର୍ଦ୍ଦେଶନାମାକୁ ଆଧାର କରି ୧୮ ପଞ୍ଚାୟତର ୬୨ ଗଁ। ରେ ଏ ନେଇ ବିଭିନ୍ନ ପର୍ଯ୍ୟାୟ ଆଲୋଚନା ବୈଠକ ହୋଇଥିଲାା ଏହାପରେ ସେଥିରୁ ଗୋଟିଏ ପଞ୍ଚାୟତ ୩ ଗଁ। ର ଲୋକେ ବିଏମ୍‌ସିରେ ସାମିଲ ହେବାକୁ ସମ୍ମତି ପ୍ରକାଶ କରିବା ପରେ ଏ ଦିଗରେ ତୁରନ୍ତ ପ୍ରକ୍ରିୟା ଆରମ୍ଭ ନେଇ ଜିଲାପାଳ ମ୍ୟୁନିସିପାଲ ପ୍ରଶାସନ ନିର୍ଦ୍ଦେଶକଙ୍କ ନିକଟକୁ ଚିଠି ପଠାଇ ଥିବା ନେଇ ପ୍ରଗତିଶୀଳ ଉତ୍କଳ ସମାଜ ରାଜ୍ୟ ସମ୍ପାଦକ ସରୋଜ ପଟ୍ଟନାୟକ ସୂଚାଇଛନ୍ତି । ଜିଲାପାଳଙ୍କ ଚିଠି ଅନୁସାରେ, ଲୋଚାପଡା ପଞ୍ଚାୟତ ସମେତ ବଡକୁଶସ୍ଥଳୀ ପଞ୍ଚାୟତର ସାନକୁଶସ୍ଥଳୀ, ଗଞ୍ଜୁ ପଞ୍ଚାୟତର ବ୍ରାହ୍ମଣପଲ୍ଲୀ, ଗୋଳାବନ୍ଧ ଆର୍ମି ଟ୍ରେନିଂ ସ୍କୁଲ ଅଞ୍ଚଳ ବିଏମ୍‌ସିରେ ସାମିଲ ହେବ । ଏନେଇ ସୂଚନା ପରେ ବ୍ରହ୍ମପୁର ସହରତଳି ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଆଶା ପୂରଣ ହେବା ସହ ଉକ୍ତ ଅଞ୍ଚଳର ବିକାଶ ପାଇଁ ବାଟ ଫିଟିଥିବା ଜିଲା ସଂଯୋଜକ ଜିତେନ୍ଦ୍ର କୁମାର ମୁନୀ ପ୍ରକାଶ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri