ବିଏମ୍‌ସିର ସୂଚନା: ରାଜଧାନୀରେ ପୁଣି ୧୭ କରୋନା ପଜିଟିଭ୍‌ ଚିହ୍ନଟ; ଅଛନ୍ତି ୭ ରେଳ ବିଭାଗ ଅଧିକାରୀ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜଧାନୀରୁ ୧୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୪ ହୋମ୍‌ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୩ ଲୋକାଲ କେସ୍‌ ରହିଛି। ସେହିଭଳି ୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ବୁଧବାର ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ତେବେ ନୂତନ ହୋମ୍‌ କ୍ୱାରାଣ୍ଟାଇନ୍‌ ଆକ୍ରାନ୍ତଙ୍କ ମଧ୍ୟରେ ୭ଜଣ ରେଳ ବିଭାଗ ଅଧିକାରୀ(୩୬, ୪୦, ୩୧, ୪୦, ୩୫, ୩୬,୩୬ ବର୍ଷ)ର ଅଛନ୍ତି। ସେମାନଙ୍କର ଦିଲ୍ଲୀ ଗସ୍ତ ନେଇ ସୂଚନା ରହିଛି। ଏହାଛଡ଼ା ବିମାନବନ୍ଦର ନିକଟ ଭୀମପୁରର ୨ଜଣ(୩୪ ବର୍ଷ ପୁରୁଷ, ୬୨ ବର୍ଷୀୟ ବୃଦ୍ଧା, ମା’ ଶକ୍ତି ହସ୍ପିଟାଲ ନିକଟ ଭୀମପୁରର ଜଣେ ୬୪ ବର୍ଷୀୟ ବୃଦ୍ଧ, ଡୁମ୍‌ଡୁମା ହାଉସିଂ ବୋର୍ଡ କଲୋନୀର ଜଣେ ୨୫ ବର୍ଷୀୟ ଯୁବକ, ନୟାପଲ୍ଲର ଶବର ସାହିର ୨ଜଣ(୨୦ ବର୍ଷୀୟା ଯୁବତୀ, ୧୫ ବର୍ଷୀୟା ଯୁବକ), ପେଡ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ଜଣେ ୨୪ ବର୍ଷୀୟା ଯୁବତୀ ଅଛନ୍ତି।
ସେହିଭଳି ୩ ଲୋକାଲ୍‌ କେସ୍‌ ମଧ୍ୟରେ ପୁରୀ କେନାଲ ରୋଡ ନିକଟ ନହରକଣ୍ଟାରୁ ଜଣେ ୨୭ ବର୍ଷୀୟ ଯୁବକ, କେନ୍ଦ୍ର ସରକାରଙ୍କ ହସ୍ପିଟାଲର ଜଣେ ୩୨ ବର୍ଷୀୟ କର୍ମଚାରୀ, ଜୟଦେବ ବିହାର ଶରଣପଲ୍ଲୀ ଅଞ୍ଚଳର ତଥା ବେସରକାରୀ ହସ୍ପିଟାଲ୍‌ରେ କାର୍ଯ୍ୟରତ ଜଣେ ୩୭ ବର୍ଷୀୟ ମହିଳା ଅଛନ୍ତି।

ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଏବେ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୪୯ରେ ପହଞ୍ଚିଛି। ସେଥିରୁ ୮୧ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୪ ଆକ୍ଟିଭ୍‌ କେସ ରହିଛି। ୩ଜଣଙ୍କ କରୋନାରେ ମୃତ୍ୟୁ ଘଟିଥିବା ବିଏମ୍‌ସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri