ବିଏମ୍‌ସି ଅବସରପ୍ରପ୍ତ କର୍ମଚାରୀ ପାଇବେ ପେନସନ

ବ୍ରହ୍ମପୁର ଅଫିସ,୧୮ା୧-ବ୍ରହ୍ମପୁର ମହାନଗର ନିଗମ ଅବସରପ୍ରାପ୍ତ କର୍ମଚାରୀ ସପ୍ତମ ବେତନ କମିଶନ ସୁପାରିସ ଅନୁସାର ପାଇବେ ପେନ୍‌ସନ। ରାଜ୍ୟ ସରକାରଙ୍କ ମଞ୍ଜୁରୀପତ୍ର ବିଏମ୍‌ସିରେ ପହଞ୍ଚତ୍ଛି ଓ ଚଳିତ ମାସରୁ ଲାଗୁ ହେବା ଜଣାପଡ଼ିଛି। ଏହାଦ୍ୱାରା ପ୍ରାୟ ୬ ଶହ ପେନ୍‌ସନଭୋଗୀ ଉପକୃତ ହେବେ। ବର୍ତ୍ତମାନ ପାଉଥିବା ମୂଳ ପେନ୍‌ସନର ୨.୫୭% ଅଧିକ ମିଳିବ। ସରକାରଙ୍କ ଏହି ନିଷ୍ପତ୍ତିକୁ ମହାନଗର ନିଗମ ଅବସରପ୍ରାପ୍ତ କର୍ମଚାରୀ ସଂଘ ସ୍ବାଗତ କରିଛି।
ବିଏମ୍‌ସିର ସ୍ଥାୟୀ କର୍ମଚାରୀମାନେ ପୂର୍ବରୁ ସପ୍ତମ ବେତନ କମିଶନ ସୁପାରିସ ଅନୁସାରେ ପାଉଥିଲେ ବର୍ଦ୍ଧିତ ଦରମା । ଅବସରପ୍ରାପ୍ତ କର୍ମଚାରୀ ସଂଘ ସଭାପତି ମନୋହର ପାତ୍ର କହିଛନ୍ତି, ୨୦୧୬ ଜାନୁୟାରୀରୁ ସପ୍ତମ ବେତନ କମିଶନ ସୁପାରିସ ଲାଗୁ ହୋଇଛି। ତେବେ ବିଏମ୍‌ସିରେ ଏହା କାର୍ଯ୍ୟକାରୀ ହୋଇ ନ ଥିଲା। ଗତବର୍ଷ ମାର୍ଚ୍ଚରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ବ୍ରହ୍ମପୁର ଆସିଥିଲେ। ଆୟୋଜିତ ସମାବେଶରେ ପୌର କର୍ମଚାରୀଙ୍କୁ ସପ୍ତମ ବେତନ ପ୍ରକାରେ ବର୍ଦ୍ଧିତ ଦରମା ଦିଆଯିବାକୁ ଘୋଷଣା କରିଥିଲେ। ଫଳରେ ରାଜ୍ୟର ହଜାର ହଜାର ପୌର କର୍ମଚାରୀ ଉପକୃତ ହୋଇଥିଲେ। ତେବେ ଅବସରପ୍ରାପ୍ତ କର୍ମଚାରୀ ବାଦ ପଡ଼ିଥିଲେ। ବିଳମ୍ବରେ ପେନ୍‌ସନ ଭୋଗୀ କର୍ମଚାରୀଙ୍କ ପାଇଁ ସରକାର ମଞ୍ଜୁର କରିଛନ୍ତି।
ଗତ ୧୫ ମାସ ହେବ ବିଏମ୍‌ସି ନିର୍ବାଚିତ ପରିଷଦର କାର୍ଯ୍ୟକାଳ ପୂରିଯାଇଛି। ଗଞ୍ଜାମ ଜିଲାପାଳ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ୱରେ ଅବସ୍ଥାପିତ ହୋଇଛନ୍ତି। କର୍ପୋରେଶନ ବା କାଉନସିଲ ବୈଠକ ଅଧିକାରୀମାନଙ୍କୁ ନେଇ ଅନୁଷ୍ଠିତ ହେଉଛି। ସରକାରୀ ନିର୍ଦ୍ଦେଶ ପ୍ରକାରେ ବର୍ଦ୍ଧିତ ହାରରେ ପେନସନ ପ୍ରଦାନ ପାଇଁ କାଉନସିଲ ବୈଠକରେ ଅନୁମୋଦିତ ହେବାର ବିଧି ରହିଛି। ଆଗାମୀ ବୈଠକରେ ଏହା ଉପସ୍ଥାପିତ ହେବ। ତେବେ ଚଳିତ ମାସରୁ ବର୍ଦ୍ଧିତ ପେନ୍‌ସନ ଦିଆଯିବାର ବିଏମ୍‌ସି କର୍ତ୍ତୃପକ୍ଷ ଆଶ୍ୱସନା ଦେଇଥିବା ସଂଘ ସଭାପତି ସୂଚାଇଛନ୍ତି। ଗତ ୪ ବର୍ଷର ବକେୟା ପ୍ରାପ୍ୟ ମଧ୍ୟ ପର୍ଯ୍ୟାୟକ୍ରମେ ମିଳିବ। ତେବେ ତାହା ମଧ୍ୟ ତୁରନ୍ତ ପ୍ରଦାନ ପାଇଁ କର୍ତ୍ତୃପକ୍ଷ ପଦକ୍ଷେପ ନେବାକୁ ସଂଘ ସଭାପତି ପାତ୍ର ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

୩୮୦ କୋଟିର ଗଡ଼ବଡ଼ ଅଭିଯୋଗ ଆଣିଲା CJP , ତଦନ୍ତ ଦାବି: ଓଡ଼ିଶା ସରକାର ଛାନିଆ!

ଭୁବନେଶ୍ୱର,୨୨।୯: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ଓ ଛପା-ବଣ୍ଟନକୁ ନେଇ ବିବାଦ ମଧ୍ୟରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କକରୋଚ ଜନତା ପାର୍ଟି (CJP)। ଦଳର ସହ-ସଂଯୋଜକ…

ଆଜି ସୁପ୍ରିମକୋର୍ଟରେ ଡିଜିପି ଚୟନ ଶୁଣାଣି

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ସୁପ୍ରିମକୋର୍ଟରେ ମଙ୍ଗଳବାର ଶୁଣାଣି ହେବ। ଏନେଇ ସୁପ୍ରିମକୋର୍ଟଙ୍କ ଲିଷ୍ଟିଂରେ ଓଡ଼ିଶା ଡିଜିପି ଚୟନ ପ୍ରସଙ୍ଗକୁ ସାମିଲ କରାଯାଇଛି।…

ONGCର ବଡ଼ ସଫଳତା, ଓଡ଼ିଶା ଉପକୂଳରେ ଗ୍ୟାସ୍‌ର ସନ୍ଧାନ

ନୂଆଦିଲ୍ଲୀ,୨୨।୯: ଓଡ଼ିଶା ଉପକୂଳରେ କୋଣାର୍କଠାରୁ ପ୍ରାୟ ୪୩ କି.ମି. ଦୂରରେ ଭାରତୀୟ ରାଷ୍ଟ୍ରାୟତ୍ତ କମ୍ପାନୀ ଅଏଲ୍‌ ଆଣ୍ଡ୍‌ ନ୍ୟାଚୁରାଲ ଗ୍ୟାସ୍‌ କର୍ପୋରେଶନ ଲିଃ (ଓଏନ୍‌ଜିସି) ଗ୍ୟାସ୍‌ର ସନ୍ଧାନ…

ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ, ଆଗତ ହୋଇପାରେ ୬ ବିଲ୍‌

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ଆସନ୍ତା ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?