ବିଏମ୍‌ସି ସେବାକୁ ନେଇ ଲୋକଙ୍କ ଅସନ୍ତୋଷ

ଭୁବନେଶ୍ୱର, ୮ା୪ (ବ୍ୟୁରୋ): ଭୁବନେଶ୍ୱରରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ସହରବାସୀଙ୍କ ନିଦ ହଜିଛି। ସହରର ଅଧିକାଂଶ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯିବା ସହ ସିଲ୍‌ କରିଦିଆଯାଇଛି। ଏଭଳି ସ୍ଥଳେ ଘରେ ଘରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ହେଲେ ଏହି ସେବାକୁ ନେଇ ଏବେ ନାନା ଅଭିଯୋଗ ହୋଇଛି। ସେବାରୁ ବଞ୍ଚତ୍ତ ଲୋକେ ଅସନ୍ତୋଷ ପ୍ରକାଶ କରୁଥିବାବେଳେ ଟୁଇଟରରେ ଅଭିଯୋଗ ବଢ଼ି ଚାଲିଛି। ଲୋକଙ୍କ ଘର ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବାକୁ ବିଏମ୍‌ସି ପକ୍ଷରୁ ହୋମ୍‌ ଡେଲିଭରି ସହ ସିଲ୍‌ ଅଞ୍ଚଳରେ ମୋବାଇଲ୍‌ ଭ୍ୟାନ୍‌ରେ ସାମଗ୍ରୀ ଯୋଗାଣର ବ୍ୟବସ୍ଥା ହୋଇଛି। ଜୋନ୍‌ ଅନୁସାରେ ନିର୍ଦ୍ଦିଷ୍ଟ ଫୋନ୍‌ ନମ୍ବର ଜାରି କରାଯାଇଥିଲେ ମଧ୍ୟ ଲୋକେ ଯୋଗାଯୋଗ କରି ସାମଗ୍ରୀ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଅଧିକାଂଶ ସମୟରେ ଫୋନ୍‌ ଅପହଞ୍ଚ ରହୁଛି। ଯେତେବେଳେ ଲାଗୁଛି ସେତେବେଳେ କିଏ ଫୋନ୍‌ କାଟି ଦେଉଛି ତ କିଏ ଉତ୍ତର ଦେଉନାହିଁ। ସେହିଭଳି କ୍ଷୀର, ଦହି ଭଳି ଅତ୍ୟାବଶ୍ୟକ ଦୁଗ୍ଧଜାତ ଦ୍ରବ୍ୟ ପାଇବାରୁ ମଧ୍ୟ ଅଧିକାଂଶ ବଞ୍ଚତ୍ତ ହେଉଛନ୍ତି। କଣ୍ଟେନ୍‌ମେଣ୍ଟ ଜୋନ୍‌ଗୁଡ଼ିକରେ ଏହି ସମସ୍ୟା ଅଧିକ ଦେଖିବାକୁ ମିଳୁଛି। ଟୁଇଟ୍‌ର ଉତ୍ତର ମଧ୍ୟ ଦିଆଯାଉଛି। କେବଳ ଭିଆଇପି ଅଞ୍ଚଳରେ ସାମଗ୍ରୀ ପହଞ୍ଚାଇବାକୁ ବିଏମ୍‌ସି ଅଧିକ ଗୁରୁତ୍ୱ ଦେଉଥିବାରୁ ଅନ୍ୟ ଅଞ୍ଚଳକୁ ଗୁରୁତ୍ୱ ଦିଆଯାଉନି ବୋଲି ଅଭିଯୋଗରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri