ବିଏମ୍‌ସି ହାତକୁ ଗଲା କୋଚିଲେଇ ହାଟ

ଭୁବନେଶ୍ୱର, ୨୮।୯(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଚଳିତବର୍ଷ ତା’ର ରାଜସ୍ବ ବଢାଇବା ଉଦ୍ୟମ ଜାରି ରଖିଛି। ଏହି ମର୍ମରେ ରସୁଲଗଡ଼ ଛକ ନିକଟରେ ଥିବା ଦୀର୍ଘ ୨୩ ବର୍ଷର କୋଚିଲେଇ ହାଟକୁ ନିଜ ଦାୟିତ୍ୱକୁ ନେଇଛି। ଏକ ସ୍ବତନ୍ତ୍ର ସରକାରୀ ପ୍ରକ୍ରିୟାରେ ହାଟଟି ସାଧାରଣ ପ୍ରଶାସନ ବିଭାଗ ଅଧୀନରୁ ବିଏମ୍‌ସି ଅଧୀନକୁ ଆସିଛି ବୋଲି ବିଏମ୍‌ସି କର୍ତ୍ତୃପକ୍ଷ ବିଜ୍ଞପ୍ତି ଜାରି କରିଛନ୍ତି।
ପୂର୍ବରୁ ରାଜ୍ୟ ସରକାରଙ୍କର ସାଧାରଣ ପ୍ରଶାସନ ବିଭାଗ ଅଧୀନରେ ହାଟ ଥିଲା। ହାଟଟି ବମିଖାଲ ମୌଜାର ଜମି ଭାବେ ଉଲ୍ଲେଖ ରହିଛି। ଓଡ଼ିଶା କର୍ପୋରେଶନ ନିୟମ ୨୦୦୩ର ଭାଗ ୫୫୯ ଅନୁଯାୟୀ ହାଟଟି ବିଏମ୍‌ସିକୁ ଆସିଛି। ହାଟର ରକ୍ଷଣାବେକ୍ଷଣ ଦାୟିତ୍ୱ ଏବେଠାରୁ ବିଏମ୍‌ସି ନେବ। ବିଏମ୍‌ସି କର୍ତ୍ତୃପକ୍ଷ ହାଟର ପରିଚାଳନା କମିଟିକୁ ନିୟନ୍ତ୍ରଣ କରିବା ସହ ଏହାର ବିଭିନ୍ନ ବିକାଶ ପାଇଁ ଯୋଜନା କରିବ। ହାଟକୁ ଏକ ନୂଆ ଢାଞ୍ଚା ଦିଆଯିବ ବୋଲି କର୍ତ୍ତୃପକ୍ଷ ପ୍ରକାଶ କରିଛନ୍ତି।
ଓ୍ବାର୍ଡ ଅଫିସର ହାଟର ଭଲମନ୍ଦ ବୁଝାଶୁଝା କରିବାକୁ ଥିବା ବେଳେ ଦୈନିକ ପରିବା ହାଟରୁ ଓ ଅନ୍ୟ ସମୟରେ ବ୍ୟବସାୟୀମାନଙ୍କଠାରୁ ରାଜସ୍ବ ସଂଗ୍ରହ କରିବେ ବୋଲି ବିଏମ୍‌ସିର ଜନୈକ ଅଧିକାରୀ ସୂଚନା ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ରସୁଲଗଡ଼ର ବାସିନ୍ଦା ସ୍ବର୍ଗତ କାଳନ୍ଦୀ ଚରଣ ରାଉତରାୟ ହାଟର ପ୍ରତିଷ୍ଠାତା ଥିଲେ। ୧୯୯୬ ଫେବୃୟାରୀ ୧୪ରେ ହାଟଟି ତତ୍‌କାଳୀନ ଅବକାରୀ ମନ୍ତ୍ରୀ ସୁରେଶ କୁମାର ରାଉତରାୟଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫେଲ ମାରିଲା ପାକିସ୍ତାନର ମଧ୍ୟସ୍ଥତା, ହର୍ମୁଜ ବନ୍ଦ! ୟୁ-ଟର୍ନ ନେଲା ୨ ତେଲ ଟ୍ୟାଙ୍କର, ପାକିସ୍ତାନ ଜାହାଜ ବି ସାମିଲ

ତେହରାନ,୧୨।୪: ଇସଲାମାବାଦରେ ଆମେରିକା ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ ହୋଇଛି। ୧୪ ଦିନିଆ ଅସ୍ତ୍ରବିରତି ଉପରେ ସହମତି ପରେ ଉଭୟ ଦେଶ ଆଲୋଚନାରେ ସାମିଲ…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ…

‘ସମସ୍ତ ଏମ୍‌ପି ଏପ୍ରିଲ ୧୬ ରୁ ୧୮ ପର୍ଯ୍ୟନ୍ତ ସଂସଦରେ ରହିବା ଜରୁରୀ’; ହ୍ବିପ ଜାରି କଲା ଭାଜପା

ନୂଆଦିଲ୍ଲୀ,୧୨।୪: ଭାରତୀୟ ଜନତା ପାର୍ଟି (ଭାଜପା) ଆଗାମୀ ସ୍ବତନ୍ତ୍ର ସଂସଦୀୟ ଅଧିବେଶନ ସମ୍ପର୍କରେ ଏହାର ସମସ୍ତ ଏମ୍‌ପିଙ୍କୁ କଡ଼ା ନିର୍ଦ୍ଦେଶ ଜାରି କରିଛି। ଲୋକ ସଭା ଏବଂ…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଧନୀ-ଦରିଦ୍ର ରାଷ୍ଟ୍ର ମଧ୍ୟରେ ବଢୁଛି ବ୍ୟବଧାନ: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ଜାତିସଂଘ,୧୨ା୪:ଧନୀ ଓ ଦରିଦ୍ର ଦେଶଗୁଡ଼ିକ ମଧ୍ୟରେ ବ୍ୟବଧାନ ଅଧିକ ପ୍ରଶସ୍ତ ହେଉଥିବା ଜାତିସଂଘ ରିପୋର୍ଟରୁ ଜଣାପଡ଼ିଛି। ବ୍ୟବଧାନ କମାଇବା ଦିଗରେ କାର୍ଯ୍ୟ କରିବା ପାଇଁ ବୃହତ୍‌ ବୈଶ୍ୱିକ…

ଆରମ୍ଭ ହେଲା ପାକିସ୍ତାନର ଖରାପ ସମୟ, ଇସଲାମାବାଦରେ ମାଡ଼ ହେବ ମିଶାଇଲ!

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧବିରତି ଆଲୋଚନା ଭାଙ୍ଗିବା କେବଳ ପଶ୍ଚିମ ଏସିଆରେ କ୍ଷେପଣାସ୍ତ୍ର ଏବଂ ବୋମା ଆକ୍ରମଣ ପୁନରାବୃତ୍ତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri