ବିଏସ୍‌ଏନ୍‌ଏଲ୍‌ର ପୁନରୁଦ୍ଧାର ଲାଗି ମୋଦିଙ୍କ ହସ୍ତକ୍ଷେପ ଲୋଡିଲେ ଇଞ୍ଜିନିୟର

ନୂଆଦିଲ୍ଲୀ,୨୪।୬: ରାଷ୍ଟ୍ରାୟତ୍ତ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌)ର ପୁନରୁଦ୍ଧାର ଲାଗି କମ୍ପାନୀର ଇଞ୍ଜିନିୟର ଓ ଆକାଉଣ୍ଟସ ଅଧିକାରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ଅଲ୍‌ ଇଣ୍ଡିଆ ଗ୍ରାଜୁଏଟ୍‌ ଇଞ୍ଜିନିୟର୍ସ ଏବଂ ଟେଲିକମ୍‌ ଅଫିସର୍ସ ଆସୋସିଏଶନ ପକ୍ଷରୁ ଗତ ୧୮ରେ ମୋଦିଙ୍କୁ ପତ୍ର ଲେଖାଯାଇଛି। ବିଏସ୍‌ଏନ୍‌ଏଲ୍‌ର ନଗଦ ସଙ୍କଟ ଦୂର କରିବା ଲାଗି ସରକାର ବଜେଟରେ ସହାୟତା କରିବାକୁ ନିବେଦନ କରାଯାଇଛି। ଏହାଛଡ଼ା କର୍ମଚାରୀଙ୍କ ମଧ୍ୟ ପ୍ରଦର୍ଶନଭିତ୍ତିକ ଏକ ବ୍ୟବସ୍ଥା ଲାଗୁ କରିବାକୁ ପତ୍ରରେ ସୁପାରିସ୍‌ କରାଯାଇଛି। ଏହାଦ୍ୱାରା ଭଲ ପ୍ରଦର୍ଶନ କରୁଥିବା କର୍ମଚାରୀଙ୍କୁ ପୁରସ୍କୃତ କରାଯିବା ସହ ନିକମାଙ୍କୁ ଦାୟୀ କରାଯାଇପାରିବ। ୨୦୧୦ରୁ ନିଲାମ ଭିତ୍ତିରେ ସ୍ପେକ୍ଟ୍ରମ ବ୍ୟବହାର ଲାଗି ସରକାରଙ୍କୁ ଅର୍ଥ ପୈଠ କରିବାକୁ କୁହାଯିବା ପରେ ଦୁଇଟି ରାଷ୍ଟ୍ରାୟତ୍ତ ଟେଲିକମ କମ୍ପାନୀ ବିଏସ୍‌ଏନ୍‌ଏଲ୍‌ ଓ ଏମ୍‌ଟିଏନ୍‌ଏଲ୍‌ କ୍ଷତିରେ ଚାଲିବା ଆରମ୍ଭ କରିଛି ବୋଲି ପତ୍ରରେ ଦର୍ଶାଯାଇଛି। ଏଥିରେ କୁହାଯାଇଛି ଯେ, ଟେଲିକମ୍‌ ସେକ୍ଟର ଚାପଗ୍ରସ୍ତ ହୋଇଥିଲେ ମଧ୍ୟ ଆମତ୍ନିର୍ଭରଶୀଳ ତଥା ଋଣମୁକ୍ତ ଭାବେ ବିଏସ୍‌ଏନ୍‌ଏଲ୍‌ର ବଜାର ଅଂଶ ବଢ଼ିବାରେ ଲାଗିଛି ବୋଲି ଆସୋସିଏଶନ ପକ୍ଷରୁ ଯୁକ୍ତି ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri