ବିଏସ୍‌ଏନ୍‌ଏଲ୍‌-ଏମ୍‌ଟିଏନ୍‌ଏଲ୍‌ ମିଶ୍ରଣ ଉଦ୍ୟମ

ନୂଆଦିଲ୍ଲୀ,୩୧-୭: କ୍ଷତିରେ ଚାଲୁଥିବା ରାଷ୍ଟ୍ରାୟତ୍ତ ଟେଲିକମ୍‌ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) ଏବଂ ମହାନଗର ଟେଲିକମ୍‌ ନିଗମ ଲିିମିଟେଡ(ଏମ୍‌ଟିଏନ୍‌ଏଲ୍‌)କୁ ମିଶାଇ ଦେବା ଲାଗି ଉଦ୍ୟମ କରୁଛନ୍ତି। ଟେଲିକମ ବିଭାଗ(ଡିଓଟି) ଏ ସମ୍ପର୍କରେ ଆଗତ ପ୍ରସ୍ତାବକୁ ବିଚାର କରୁଛି। ତେବେ ଶେଷ ନିଷ୍ପତ୍ତି କେନ୍ଦ୍ର କ୍ୟାବିନେଟ ନେବ ବୋଲି ଜଣେ ଅଧିକାରୀ କହିଛନ୍ତି।
ସୂଚନାଯୋଗ୍ୟ ଯେ, ଉକ୍ତ ଦୁଇ ରାଷ୍ଟ୍ରାୟତ୍ତ ଟେଲିକମ୍‌ କମ୍ପାନୀର କ୍ଷତି ବଢ଼ି ବଢ଼ି ଚାଲିଥିବା ବେଳେ ଏହା ନିଜର କର୍ମଚାରୀଙ୍କୁ ଠିକ୍‌ ସମୟରେ ଦରମା ଦେଇପାରୁ ନାହିଁ। ଅଧିକାରୀଙ୍କ କହିବାନୁଯାୟୀ ଟେଲିକମ୍‌ ବିଭାଗ ବିଏସ୍‌ଏନ୍‌ଏଲ୍‌ ଓ ଏମ୍‌ଟିଏନ୍‌ଏଲର ରିଭାଇବାଲ ବା ପୁନରୁଜ୍ଜୀବନ ପ୍ରକ୍ରିୟା ନେଇ ମଧ୍ୟ ବିଚାର କରୁଛି। ତେବେ ଏହାଦ୍ୱାରା ଉକ୍ତ ଦୁଇ କମ୍ପାନୀ ନିଜ ଅସ୍ତିତ୍ୱ ରକ୍ଷା କରିବାକୁ ଅକ୍ଷମ। ଏହି କାରଣରୁ ଦୁଇ କମ୍ପାନୀକୁ ମିଶାଇ ଦେବାକୁ ସରକାର ବିଚାର କରୁଛନ୍ତି। ତେବେ ଚୂଡାନ୍ତ ନିଷ୍ପତ୍ତି କେନ୍ଦ୍ର ମନ୍ତ୍ରିମଣ୍ଡଳ ନେବେ। ଟେଲିକମ୍‌ ବିଭାଗ ପକ୍ଷରୁ ଉକ୍ତ ଦୁଇ କମ୍ପାନୀର ଖର୍ଚ୍ଚକୁ କମାଇବା ସହ ଆୟ ବଢ଼ାଇବା ଲାଗି ଯୋଜନା ପ୍ରସ୍ତୁତ କରିଛି। କର୍ମଚାରୀଙ୍କୁ ଭିଆର୍‌ଏସ ପ୍ରଦାନ କରି ଖର୍ଚ୍ଚ କମାଇବା ସହ ସମ୍ପତ୍ତିକୁ ଲିଜ୍‌ରେ ଦେଇ ତଥା ୪ଜି ସ୍ପେକ୍ଟ୍ରମ ଆବଣ୍ଟନ ମାଧ୍ୟମରେ ଆୟ ବଢ଼ାଇବାକୁ ଉଦ୍ୟମ କରାଯିବ। ଚଳିତବର୍ଷ ଏପ୍ରିଲ ପହିଲା ସୁଦ୍ଧା ବିଏସ୍‌ଏନ୍‌ଏଲ୍‌ର ମୋଟ ସମ୍ପତ୍ତି ୩୪,୨୭୬ କୋଟି(ବିନା ଅଡିଟ) ଥିବା ବେଳେ ଏମ୍‌ଟିଏନ୍‌ଏଲ୍‌ର ସମ୍ପତ୍ତି ମୂଲ୍ୟ ୯୭୩୫ କୋଟି ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କବାଦୀ ଟାର୍ଗେଟ୍‌ରେ ରାଜଧାନୀ: ବଢିଲା ସୁରକ୍ଷା

ନୂଆଦିଲ୍ଲୀ,୨୧।୨: ସୁରକ୍ଷା ଏଜେନ୍ସିଗୁଡ଼ିକ ପୁଣି ଥରେ ଜାତୀୟ ରାଜଧାନୀ ଦିଲ୍ଲୀରେ ଆତଙ୍କବାଦୀ ସତର୍କତା ଜାରି କରିଛନ୍ତି। ଗୋଇନ୍ଦା ସୂତ୍ରରୁ ଜଣାପଡିଛି ଯେ, ଲସ୍କର-ଏ-ତୋଇବା (LeT) ଆତଙ୍କବାଦୀମାନେ ଲାଲକିଲ୍ଲା…

ବୁଲେଟକୁ ଧକ୍କା ଦେଲା ବାଇକ: ଆଉ ତା’ପରେ…

ଭଞ୍ଜନଗର,୨୧।୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସମ୍ମୁଖରେ ଶନିବାର ସକାଳେ ଏକ ବୁଲେଟ ଗାଡ଼ି ସହ ବାଇକ ମଧ୍ୟରେ ଧକ୍କା ହୋଇଛି।…

ଜମିରେ ପଡ଼ିଛି ମୃତଦେହ, ଉପରେ ପଡ଼ିଛି ସାଇକେଲ, ହତ୍ୟା ଅଭିଯୋଗ ଆଣି…

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ବାରକୋଟ ଥାନା ଦଣ୍ଡାସିଂହା ଗ୍ରାମ ନିକଟ ରାସ୍ତାକଡ଼ରୁ ଏକ ମୃତଦେହ ଜବତ ହୋଇଛି। ମୃତକ ଦଣ୍ଡାସିଂହା ଗ୍ରାମର ଶଙ୍କର…

ଗାଁରେ ଭୂତ ଭୟ ଘଟଣା, ଜିଲା ପ୍ରଶାସନ ସଚେତନ…..

ରାୟଗଡ଼ା,୨୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲାସ୍ତରୀୟ ଡାହାଣୀ ପ୍ରଥା ନିଷେଧ ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି…

କିସ୍‌ ହଷ୍ଟେଲ୍‌ରୁ ମିଳିଲା ଜଣେ ଛାତ୍ରଙ୍କ ମୃତଦେହ: ବଢୁଛି ସନ୍ଦେହ

ଭୁବନେଶ୍ୱର,୨୧।୨(ତ୍ରିନାଥ ମହାନ୍ତି):ଇନ୍‌ଫୋସିଟି ଥାନା ଅନ୍ତର୍ଗତ କିସ୍‌(କଳିଙ୍ଗ ଇନ୍‌ଷ୍ଟଚ୍ୟୁଟ୍‌ ଅଫ୍‌ ସୋସିିଆଲ ସାଇନ୍ସ)ରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଛାତ୍ର ହେଲେ ଚନ୍ଦନ ସବର। ତାଙ୍କ…

ବାଇକକୁ ପିଟିଲା ଟ୍ରକ, ଚାପି ହୋଇ ବାଇକ ଆରୋହୀଙ୍କ ଜୀବନ ଗଲା

ବାଲେଶ୍ୱର, ୨୧।୨( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଦଣ୍ଡିକା ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି…

ଧସିଲା ଜଳସେଚନ ବିଭାଗର ସର୍ବପୁରାତନ କେନାଲ ବ୍ରିଜ୍‌, ଯାତାୟାତ ଠପ୍‌

ଜୟପୁର,୨୧।୨(ପବନ ପାଣିଗ୍ରାହୀ): ଜଳସେଚନ ବିଭାଗର ଏହି ସର୍ବପୁରାତନ କେନାଲ ବ୍ରିଜ ଧସିଯାଇଛି । ଫଳରେ ଜୟପୁର ସହରରୁ ବାରିଣୀପୁଟ ପଞ୍ଚାୟତର ଅନେକ ଗାଁକୁ ଯାତାୟତ ଠପ୍ ହୋଇଯାଇଛି…

ନାଣ୍ଡୁ ଆଣିଥିଲେ ବନ୍ଧୁକ, ଚଳାଇଲେ ଉତ୍କଳ କେଶରୀ

କଟକ,୨୧।୨(କାର୍ତ୍ତିକ ସାହୁ):କଟକ ମଧୁପାଟଣା ଥାନା ଅନ୍ତର୍ଗତ ନୂଆପଡ଼ା ଗୁଳିକାଣ୍ଡ ମାମଲାରେ କମିଶନରେଟ ପୋଲିସ ୫ଜଣଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ହୁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri