ବିଏସ୍‌ଏନ୍‌ଏଲ୍‌-ଏମ୍‌ଟିଏନ୍‌ଏଲ୍‌ କର୍ମଚାରୀଙ୍କ ଧର୍ମଘଟ ଚେତାବନୀ

ନୂଆଦିଲ୍ଲୀ,୧୧-୧୦: ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) ଏବଂ ମହାନଗର ଟେଲିକମ୍‌ ନିଗମ(ଏମ୍‌ଟିଏନ୍‌ଏଲ୍‌)ର କର୍ମଚାରୀ ସଂଘ ପକ୍ଷରୁ ଦିପାବଳୀ ପରେ ଦେଶବ୍ୟାପି ଧର୍ମଘଟ ନେଇ ଚେତାବନୀ ଦିଆଯାଇଛି। କର୍ମଚାରୀଙ୍କୁ ଅଗଷ୍ଟ ଏବଂ ସେପ୍ଟେମ୍ବର ମାସ ଦରମା ମିଳି ନ ଥିବାରୁ ସେମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ବେତନ ଶୀଘ୍ର ନ ମିଳିଲେ କର୍ମଚାରୀମାନେ ଧର୍ମଘଟକୁ ଓହ୍ଲାଇବେ ବୋଲି ସଂଘ ପକ୍ଷରୁ ଗଣମାଧ୍ୟମକୁ ସୂଚନା ରହିଛି। ଦାବି ଉପରେ ଶୀଘ୍ର ବିଚାର କରାନ ଗଲେ ସଂଘ ହାତବାନ୍ଧି ବସିବ ନାହିଁ। ପ୍ରଧାମମନ୍ତ୍ରୀଙ୍କ କାର୍ଯ୍ୟାଳୟ ସାମ୍ନାରେ ମଧ୍ୟ ଧର୍ମଘଟ କରାଯିବ ବୋଲି ଏମ୍‌ଟିଏନ୍‌ଏଲ୍‌ ଫୋରମ ଆଣ୍ଡ ଆସୋସିଏଶନ ଆବାହକ ଧରମ ରାଜ ସିଂ କହିଛନ୍ତି। କମ୍ପାନୀର ପୁନରୁଦ୍ଧାର ନେଇ ସରକାର ରଖିଥିବା ଯୋଜନା ସମ୍ପର୍କରେ ସଂଘ ବୁଝିବାକୁ ଚାହୁଁଛି ବୋଲି ବିଏସ୍‌ଏନ୍‌ଏଲ୍‌ ସଂଘର ନେତା କେ. ସେବାଷ୍ଟିଆନ କହିଛନ୍ତି। ଧର୍ମଘଟରେ ସଂଘ ସାମିଲ ହେବ ବୋଲି ସେ ସ୍ପଷ୍ଟ କରିଛନ୍ତି।
ବିଏସ୍‌ଏନ୍‌ଏଲ୍‌ର ପୁନରୁଦ୍ଧାର ନେଇ ଟେଲିକମ୍‌ ମନ୍ତ୍ରଣାଳୟ ଏକ ଯୋଜନା ରଖିଥିବା ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି। ଏସଂକ୍ରାନ୍ତରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଆଲୋଚନା କରାଯାଇଛି। ଏକ ରିପୋର୍ଟ ମୁତାବକ ମୁମ୍ବାଇ ଏବଂ ନୂଆଦିଲ୍ଲୀରେ କର୍ମଚାରୀ ମାନେ ଚଳିତ ମାସ ୧୬ ମଧ୍ୟାହ୍ନରେ ହରତାଳ କରିବେ। ପେମେଣ୍ଟ ପ୍ରସଙ୍ଗ ବାଦ ଅବସର ବୟସ ୬୦ ବର୍ଷକୁ ବୃଦ୍ଧି ଏବଂ ୨ ରାଷ୍ଟ୍ରାୟତ୍ତ ଟେଲିକମ୍‌ କମ୍ପାନୀ ମିଶ୍ରଣକୁ ବିରୋଧ କରୁଛନ୍ତି।
ବିଏସ୍‌ଏନ୍‌ଏଲ୍‌ ବନ୍ଦ ହେବା ଖବର ଖୁଜବ
ବିଏସ୍‌ଏନ୍‌ଏଲ୍‌ ବନ୍ଦ ହେବା ନେଇ ଏକ ଖବର ପ୍ରେସ ମିଡିଆ ଏବଂ ସୋସିଆଲ ମିଡିଆରେ ପ୍ରକାଶ ପାଇଛି। ଏହାକୁ ନେଇ ବିଏସ୍‌ଏନ୍‌ଏଲ୍‌ ଓଡ଼ିଶା ଶାଖା ମୁଖ୍ୟ ମହାପ୍ରବନ୍ଧକ ଉଦୟ ଶଙ୍କର ପଣ୍ଡା ପ୍ରତିକ୍ରିୟା ରଖିଛନ୍ତି। ଏହି ଖବର ସମ୍ପୂର୍ଣ୍ଣ ମିଥ୍ୟା ଏବଂ ନିରାଧାର ବୋଲି ସେ କହିଛନ୍ତି। ସରକାର ଏଭଳି କିଛି ଆଭିମୂଖ୍ୟ କିମ୍ବା ପ୍ରସ୍ତାବ ରଖି ନାହାନ୍ତି ବୋଲି ସେ ସ୍ପଷ୍ଟ କରିଛନ୍ତି। କେତେକ ନ୍ୟସ୍ତ ସ୍ବାର୍ଥ ବ୍ୟକ୍ତି ବିଏସ୍‌ଏନ୍‌ଏଲ୍‌ ବିରୋଧରେ ଅପପ୍ରଚାର କରି କମ୍ପାନୀର ଗ୍ରାହକଙ୍କୁ ହାତେଇବାକୁ ଷଡଯନ୍ତ୍ର କରିଥିବା ସେ ପ୍ରକାଶ କରିଛନ୍ତି। ଏଭଳି ପ୍ରସଙ୍ଗ ପ୍ରତି ଧ୍ୟାନ ନ ଦେବାକୁ କମ୍ପାନୀ ପକ୍ଷରୁ କୁହାଯାଇଛି। କମ୍ପାନୀ ଏହାର ଗ୍ରାହକଙ୍କୁ ସୁଲଭ ଦରରେ ସେବା ଯୋଗାଣ ନେଇ ପ୍ରତିଶ୍ରୁତିବଦ୍ଧ ବୋଲି ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri