ବିଏସ୍‌ଏନ୍‌ଏଲ୍‌ କାଜୁଆଲ କର୍ମଚାରୀ ସଂଘ ପକ୍ଷରୁ ଧାରଣା

ବାଲେଶ୍ୱର ଅଫିସ, ୧୮।୫-ବାଲେଶ୍ୱର-ଭଦ୍ରକ ଜିଲାର ବିଏସ୍‌ଏନ୍‌ଏଲ୍‌ (ଭାରତ ସଞ୍ଚାର ନିଗମ)ରେ କାଜୁଆଲ ଭାବେ କାର୍ଯ୍ୟ କରୁଥିବା କର୍ମଚାରୀ ସଂଘ ପକ୍ଷରୁ ଶୁକ୍ରବାର ବାଲେଶ୍ୱର ବିଏସ୍‌ଏନ୍‌ଏଲ୍‌ ଅଫିସ୍‌ ସମ୍ମୁଖରେ ଧାରଣା ଦିଆଯାଇଥିଲା। ୭ମାସର ବକେୟା ଦରମା ମିଳି ନ ଥିବାରୁ କର୍ମଚାରୀମାନେ ବାଧ୍ୟ ହୋଇ ଧାରଣାରେ ବସିଥିବା ଜଣାପଡ଼ିଛି।
ବାଲେଶ୍ୱର-ଭଦ୍ରକ ଜିଲାର ବିଏସ୍‌ଏନ୍‌ଏଲ୍‌ରେ ୨ଶହରୁ ଉର୍ଦ୍ଧ୍ୱ କାଜୁଆଲ କର୍ମଚାରୀ ଭାବରେ କାର୍ଯ୍ୟ କରି ସମସ୍ତଙ୍କୁ ଟେଲିଫୋନ୍‌ ଏବଂ ଇଣ୍ଟରନେଟ୍‌ ସେବା ଯୋଗାଇ ଆସୁଛନ୍ତି। ଡାଟା ଏଣ୍ଟ୍ରି, ବିଲ୍‌ ପେମେଣ୍ଟ, କେବୁଲ୍‌ ଜଏଣ୍ଟ, ଏମ୍‌ବିଏଫ୍‌ ୱାର୍କ ପରି ବିଭିନ୍ନ ବିଭାଗୀୟ କାର୍ଯ୍ୟ ସମ୍ପାଦନ କରୁଛନ୍ତି। ଦକ୍ଷ କୁଶଳୀ କର୍ମଚାରୀଙ୍କ କାମ ମଧ୍ୟ ଅଣକୁଶଳୀ ଭାବରେ ଯୋଗଦାନ କରିଥିବା କାଜୁଆଲ କର୍ମଚାରୀମାନଙ୍କୁ ମଧ୍ୟ ବିଭାଗୀୟ ଅଧିକାରୀମାନେ କରାଉଛନ୍ତି। ସରକାରଙ୍କ ପକ୍ଷରୁ ମାସିକ ୭ହଜାର ୫ଶହ ଟଙ୍କା ବେତନ ନିର୍ଦ୍ଧାରିତ ହୋଇଥିବା ବେଳେ ପ୍ରତିମାସ ଏହା ମିଳିବା କଷ୍ଟ ହୋଇପଡ଼ିଛି। ବିଭାଗୀୟ ଅଧିକାରୀମାନଙ୍କୁ ବାରମ୍ବାର ଲିଖିତ ଜଣାଇବା ପରେ ମଧ୍ୟ ସେ କର୍ଣ୍ଣପାତ କରୁ ନ ଥିବା ସଂଘର ବରିଷ୍ଠ ସଦସ୍ୟ ପୁରୁଷୋତ୍ତମ ଜେନା ଅଭିଯୋଗ କରିଛନ୍ତି। ଉଭୟ ଜିଲାର କର୍ମଚାରୀମାନେ ଶୁକ୍ରବାର ବାଲେଶ୍ୱର ବିଏସ୍‌ଏନ୍‌ଏଲ୍‌ ଅଫିସ୍‌ର କୌଣସି କର୍ମଚାରୀଙ୍କୁ ଅଫିସ୍‌ ଭିତରକୁ ଛାଡ଼ି ନ ଥିବାବେଳେ ଦରମା ନ ମିଳିବା ଯାଏ ଅଫିସ୍‌ ଖୋଲିବାକୁ ଦେଇ ନ ଥିଲେ। ଘଟଣାସ୍ଥଳରେ ଡିଜିଏମ୍‌ ପ୍ରଶାନ୍ତ କୁମାର ନାୟକ ପହଞ୍ଚତ୍ ୭ ଦିନ ଭିତରେ ୨ମାସର ବକେୟା ଦରମା ଏବଂ ଅନ୍ୟ ବକେୟା ଦରମା ଅତିଶୀଘ୍ର ପଇଠ କରିବାର ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନକାରୀମାନେ ଆନ୍ଦୋଳନରୁ ଓହରିଥିଲେ। ପ୍ରଦୀପ କୁମାର ନାୟକ, ମନୋଜ ଶତପଥୀ ଓ ଲମ୍ବୋଧର ଦାସ ପ୍ରମୁଖଙ୍କ ନେତୃତ୍ୱରେ କର୍ମଚାରୀମାନେ ଆନ୍ଦୋଳନରେ ବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri