ବିଏସ୍‌ଏଫ୍‌ ଆଇଜି ହେଲେ ହର୍‌ମିନ୍ଦର ପାଲ

ଭୁବନେଶ୍ୱର,୧୩ା୯(ବ୍ୟୁରୋ): ବିଏସ୍‌ଏଫ୍‌ ଓଡିଶା ଫ୍ରଣ୍ଟିୟର କମାଣ୍ଡର(ଆଇଜି) ଭାବେ ନୂଆ ନିଯୁକ୍ତି ପାଇଛନ୍ତି ୧୯୮୪ ବ୍ୟାଚ୍‌ ବିଏସ୍‌ଏଫ୍‌ କ୍ୟାଡର ଅଫିସର ହର୍‌ମିନ୍ଦର ପାଲ। ଖୋର୍ଦ୍ଧାସ୍ଥିତ ବିଏସ୍‌ଏଫ୍‌ ମୁଖ୍ୟାଳୟରେ ଗୁରୁବାର ପୂର୍ବତନ ଆଇଜି ଅଶ୍ୱିନୀ କୁମାର ସିଂହଙ୍କଠାରୁ ସେ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ କାର୍ଯ୍ୟାଳୟର କର୍ମଚାରୀମାନେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିବା ପରେ ସେ ଅଧିକାରୀଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ।
ଜମ୍ମୁ ଓ କଶ୍ମୀରରେ ଆତଙ୍କବାଦୀ ଦମନ ଅପରେଶନରେ ପାଲ ସଫଳତା ହାସଲ କରିଛନ୍ତି। ଏ କ୍ଷେତ୍ରରେ ସେ ବହୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବାବେଳେ ତାଙ୍କର ଦୀର୍ଘ ଅଭିଜ୍ଞତା ରହିଛି। ଦାୟିତ୍ୱ ଗ୍ରହଣ ପରେ ଆଇଜି ପାଲ୍‌ କହିଲେ, ରାଜ୍ୟରେ ଲାଗି ରହିଥିବା ଆତଙ୍କବାଦୀ ଉପଦ୍ରବ ହ୍ରାସ କରିବା ମୋ ପାଇଁ ବଡ଼ ଚ୍ୟାଲେଞ୍ଜ। ସେହିଭଳି ଦେଶରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ରହୁଛି। ଏଭଳି କ୍ଷେତ୍ରରେ ଯେଉଁ ଗୁରୁ ଦାୟିତ୍ୱ ମିଳିଛି ରାଜ୍ୟ ସରକାରଙ୍କ ସହଯୋଗରେ ଆଗକୁ ନେବେ ବୋଲି ସେ କହିଛନ୍ତି। ବିଶେଷକରି ମାଓବାଦୀ ଦମନ ସହ ମାଲକାନଗିରି ଜିଲାର ବିଚ୍ଛିନ୍ନାଞ୍ଚଳର ବିକାଶ ଉପରେ ଅଧିକ ଗୁରୁତ୍ୱ ଦିଆଯିବ। ଓଡିଶାରେ ମାଓବାଦୀ କାର୍ଯ୍ୟକଳାପ ରୋକିବାରେ ୧୦ ହଜାର ବିଏସ୍‌ଏଫ୍‌ ଯବାନ ମୁତୟନ ରହିଛନ୍ତି। ମାଲକାନଗିରି ଓ କୋରାପୁଟ ଜିଲାରେ ଅଧିକ ମୁତୟନ କରାଯାଇଛି। ସୀମାବର୍ତ୍ତୀ ଅଞ୍ଚଳରେ ମାଓବାଦୀଙ୍କ ପ୍ରାଦୁର୍ଭାବ ବଢ଼ୁଥିବାରୁ ସେମାନେ ଓଡ଼ିଶା ଜଙ୍ଗଲ ଭିତରକୁ ପଶିବାର ଆଶଙ୍କା ରହିଛି। ତେଣୁ ସେମାନଙ୍କୁ ମୁକାବିଲା କରିବା ପାଇଁ ନୂଆ ରଣନୀତି ପ୍ରସ୍ତୁତ କରିବା ସହ ସ୍ବାଭିମାନ ଅଞ୍ଚଳରେ ବିଏସ୍‌ଏଫ୍‌ର ଅଧିକ କ୍ୟାମ୍ପ ଖୋଲିବା ଉପରେ ପ୍ରାଧାନ୍ୟ ଦିଆଯିବ ବୋଲି ପାଲ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri