ବିଏସ୍‌ଏଫ୍‌ କର୍ମଚାରୀଙ୍କ ବିରୋଧରେ ହତ୍ୟା ଅଭିଯୋଗ : ପାପରମେଟଲା ଥାନା ଘେରିଲେ ଆଦିବାସୀ

ଚିତ୍ରକୋଣ୍ଡା,୧୫।୯(ଡି.ଏନ୍‌.ଏ.) : ବିଏସ୍‌ଏଫ୍‌ କର୍ମଚାରୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ନେଇ ଶତାଧିକ ଆଦିବାସୀ ପାପରମେଟଲା ଥାନା ତଥା ବିଏସ୍‌ଏଫ୍‌ କ୍ୟାମ୍ପ ଘେରାଉ କରିଛନ୍ତି। ମାଲକାନଗିରି ଜିଲା ଚିତ୍ରକୋଣ୍ଡାର ସ୍ବାଭିମାନ ଅଞ୍ଚଳରେ ପାପରମେଟଲା ପଞ୍ଚାୟତ ଯନ୍ତାପାଇ ଗାଁମୁଣ୍ଡରେ ଥିବା ଅଙ୍ଗନବାଡ଼ି କେନ୍ଦ୍ର ରୋଷେଇ ଘରୁ ମିଳିଛି ଏକ ମୃତଦେହ। ମୃତଦେହରେ କ୍ଷତଚିହ୍ନ ଥିବା ଦେଖିବାକୁ ମିଳିଛି। ମୃତକ ଜଣକ ହେଉଛନ୍ତି ଧୂଳିପୁଟ ପଞ୍ଚାୟତ ରାଙ୍ଗନିଗୁଡ଼ା ଗ୍ରାମର ରାଜୁ ହାନ୍ତାଳ। ଶନିବାରଠାରୁ ସେ ନିଖୋଜ ଥିଲେ। ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ, ଶୁକ୍ରବାର ଯନ୍ତାପାଇ ଠାରେ ସାପ୍ତାହିକୀ ହାଟକୁ ତାଙ୍କ ଦୁଇ ଝିଅଙ୍କ ସହିତ ଔଷଧ ଓ ସଉଦା କିଣିବାକୁ ଆସିଥିଲେ। ସେହି ହାଟରୁ ବିଏସ୍‌ଏଫ୍‌ କର୍ମଚାରୀ ରାଜୁଙ୍କୁ ଡାକି ନେଇଥିଲେ। ତା’ ପରଠାରୁ ରାଜୁ ଘରକୁ ଫେରି ନ ଥିଲେ। ପରେ ଯନ୍ତାପାଇ ଅଙ୍ଗନବାଡ଼ି ରୋଷେଇ ଘରେ ରାଜୁଙ୍କ ମୃତଦେହ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ଖବର ପାଇ ପରିବାର ଲୋକେ ଏବଂ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ। ତେବେ ରାଜୁଙ୍କ ମୃତ୍ୟୁକୁ ନେଇ ଜନସାଧାରଣଙ୍କ ମନରେ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କିଛି ସମୟ ମଧ୍ୟରେ ଘଟଣାସ୍ଥଳରେ ସାଧା ପୋଷାକରେ ଥିବା ବିଏସ୍‌ଏଫ୍‌ କର୍ମଚାରୀ ପହଞ୍ଚିଥିଲେ। ଏହି ଘଟଣାକୁ ନେଇ ବିଏସ୍‌ଏଫ୍‌ ଓ ଲୋକଙ୍କ ମଧ୍ୟରେ ବଚସା ହୋଇଥିଲା। ପୋଲିସ ସେଠାରେ ବୁଝାସୁଝା କରିଥିଲା। ଅନ୍ୟପକ୍ଷରେ ଏ ସମ୍ପର୍କରେ କୌଣସି ବିଏସ୍‌ଏଫ୍‌ କର୍ମଚାରୀଙ୍କ ପ୍ରତିକ୍ରିୟା ମିଳିନାହିଁ। ମୃତଦେହ ବ୍ୟବଚ୍ଛେଦ ପରେ ତଦନ୍ତ କରାଯାଇ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ କହିଛି। ମୃତଦେହ ବ୍ୟବଚ୍ଛେଦ ପାଇଁ ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟରେ ପୋଲିସ ପହଞ୍ଚାଇଥିବା ବେଳେ ଧୂଳିପୁଟ, ରାଲେଗଡା ଓ ଯନ୍ତାପାଇ ଅଞ୍ଚଳର ଶତାଧିକ ଆଦିବାସୀ ପାପରମେଟେଲା ଥାନା ଓ ବିଏସ୍‌ଏଫ୍‌ କ୍ୟାମ୍ପ ଘେରାଉ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri