ଭୁବନେଶ୍ୱର, ୨୬ା୬(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କେୱାଇ)ରେ ମହିଳାଙ୍କୁ ବାର୍ଷିକ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ସହାୟତା ମିଳିବ। ପୂର୍ବରୁ ଏହି ସୁବିଧା ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରହିଥିଲା। ଓଡ଼ିଶା ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ପ୍ରାରମ୍ଭରେ ମଙ୍ଗଳବାର ରାଜ୍ୟପାଳ ଗଣେଶୀ ଲାଲଙ୍କ ଅଭିଭାଷଣରୁ ଏହା ଜଣାପଡିଛି। ବିଏସ୍କେୱାଇ ଆରମ୍ଭ ବେଳେ ମହିଳାଙ୍କ ପାଇଁ ୫ ଲକ୍ଷ ଟଙ୍କାର ବାର୍ଷିକ ସହାୟତା ରଖାଯାଇଥିଲା। ହେଲେ ମାଲକାନଗିରିର ଜନୈକ ମହିଳା ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ମହିଳାଙ୍କ ସ୍ବାସ୍ଥ୍ୟ ସହାୟତା ରାଶି ବୃଦ୍ଧି କରିବା ପାଇଁ ଅନୁରୋଧ କରିଥିଲେ। ଏହି ଅନୁରୋଧ ପରେ ମୁଖ୍ୟମନ୍ତ୍ରୀ ତୁରନ୍ତ ଏହାକୁ କାର୍ଯ୍ୟକାରୀ କରାଇଥିଲେ।
ସୂଚନାଯୋଗ୍ୟ, ବିଏସ୍କେୱାଇରେ ଅନ୍ୟମାନଙ୍କୁ ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ସୁବିଧା ଯୋଗାଇ ଦିଆଯିବାର ନିୟମ ରହିଛି। ରାଜ୍ୟର ସମସ୍ତ ସରକାରୀ ହସ୍ପିଟାଲରେ ଏହି ସୁବିଧା ଉପଲବ୍ଧ। ରାଜ୍ୟ ସରକାରଙ୍କ ଏହା ଏକ ନିଜସ୍ବ ଯୋଜନା। ଅନୁରୂପଭାବେ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଯୋଜନା ରହିଛି। ହେଲେ ଏହି ଯୋଜନା ଓଡ଼ିଶାରେ ଏଯାବତ୍ ଲାଗୁ ହୋଇନାହିଁ। ନିକଟରେ କେନ୍ଦ୍ର -ରାଜ୍ୟର ପ୍ରଶାସନିକ ଅଧିକାରୀ ଉଭୟ ଯୋଜନା ସମ୍ମିଶ୍ରଣ ନେଇ ପ୍ରାଥମିକ ଆଲୋଚନା କରିଛନ୍ତି।
ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍କୁ ଧକ୍କା ଦେଇ ଟ୍ରକ୍କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...
ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…
ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...
ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ
ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...
ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ
ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...
ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର
ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି
ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି E-KYC ଅବଧି...
ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC
ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...
Archives


