ବିଏସ୍‌କେୱାଇ : ମହିଳାଙ୍କ ବାର୍ଷିକ ସ୍ବାସ୍ଥ୍ୟ ସହାୟତା ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର, ୨୬ା୬(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ)ରେ ମହିଳାଙ୍କୁ ବାର୍ଷିକ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ସହାୟତା ମିଳିବ। ପୂର୍ବରୁ ଏହି ସୁବିଧା ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରହିଥିଲା। ଓଡ଼ିଶା ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ପ୍ରାରମ୍ଭରେ ମଙ୍ଗଳବାର ରାଜ୍ୟପାଳ ଗଣେଶୀ ଲାଲଙ୍କ ଅଭିଭାଷଣରୁ ଏହା ଜଣାପଡିଛି। ବିଏସ୍‌କେୱାଇ ଆରମ୍ଭ ବେଳେ ମହିଳାଙ୍କ ପାଇଁ ୫ ଲକ୍ଷ ଟଙ୍କାର ବାର୍ଷିକ ସହାୟତା ରଖାଯାଇଥିଲା। ହେଲେ ମାଲକାନଗିରିର ଜନୈକ ମହିଳା ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ମହିଳାଙ୍କ ସ୍ବାସ୍ଥ୍ୟ ସହାୟତା ରାଶି ବୃଦ୍ଧି କରିବା ପାଇଁ ଅନୁରୋଧ କରିଥିଲେ। ଏହି ଅନୁରୋଧ ପରେ ମୁଖ୍ୟମନ୍ତ୍ରୀ ତୁରନ୍ତ ଏହାକୁ କାର୍ଯ୍ୟକାରୀ କରାଇଥିଲେ।
ସୂଚନାଯୋଗ୍ୟ, ବିଏସ୍‌କେୱାଇରେ ଅନ୍ୟମାନଙ୍କୁ ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ସୁବିଧା ଯୋଗାଇ ଦିଆଯିବାର ନିୟମ ରହିଛି। ରାଜ୍ୟର ସମସ୍ତ ସରକାରୀ ହସ୍ପିଟାଲରେ ଏହି ସୁବିଧା ଉପଲବ୍ଧ। ରାଜ୍ୟ ସରକାରଙ୍କ ଏହା ଏକ ନିଜସ୍ବ ଯୋଜନା। ଅନୁରୂପଭାବେ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଯୋଜନା ରହିଛି। ହେଲେ ଏହି ଯୋଜନା ଓଡ଼ିଶାରେ ଏଯାବତ୍‌ ଲାଗୁ ହୋଇନାହିଁ। ନିକଟରେ କେନ୍ଦ୍ର -ରାଜ୍ୟର ପ୍ରଶାସନିକ ଅଧିକାରୀ ଉଭୟ ଯୋଜନା ସମ୍ମିଶ୍ରଣ ନେଇ ପ୍ରାଥମିକ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା

ଭୁବନେଶ୍ୱର,୭।୯: ଚିଫ୍‌ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା…

ଶିରିଝୋଲି ହତ୍ୟାକାଣ୍ଡରେ ବଡ଼ ରାୟ, ବୁଡୁଙ୍କୁ ଆଜୀବନ….

ଗୁଣପୁର, ୭।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅତିରିକ୍ତ ଜିଲା ଜଜ୍‌ (ଏଡିଜେ) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଗୁଣପୁର…

ବିଲରେ କାମ କରୁଥିବା ବେଳେ ଦୁଇ ଭାଇଙ୍କ ଉପରେ ମାଡିବସିଲା ଭାଲୁ, ରକ୍ତ ଜୁଡୁବୁଡୁ…

ଆନନ୍ଦପୁର,୭।୯(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁରରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି । ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ…

ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ…

ବଡ଼ ଘୋଷଣା; ଛାତ୍ରୀଛାତ୍ର ଓଡ଼ିଆରେ ପଢ଼ିବେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ

ଭୁବନେଶ୍ୱର, ୭।୯: ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆସିବାକୁ ଯାଇଛି । ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ ହେବ । ମୁକ୍ତ ବିଦ୍ୟାଳୟରେ ମିଳିବ ମାଗଣା ଯୁକ୍ତ…

ବଡ଼ ଖବର! ଗଣଶିକ୍ଷା ସଚିବଙ୍କ ସୂଚନା, ଦଶମ-ଦ୍ୱାଦଶ ପାଇଁ ହେବ ଗୋଟିଏ ବୋର୍ଡ

ଭୁବନେଶ୍ୱର, ୭।୯: ଦଶମ ଓ ଦ୍ବାଦଶ ପରୀକ୍ଷା ନେଇ ବଡ଼ ସୂଚନା ଦେଲେ ଗଣଶିକ୍ଷା ସଚିବ । ଏଣିକି ଦଶମ ଓ ଦ୍ବାଦଶ ପରୀକ୍ଷା ପାଇଁ ଗୋଟିଏ…

୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି

ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri