ବିକଳ୍ପ ସ୍ଥାନରେ ନିରନ୍ତର ସ୍ବାସ୍ଥ୍ୟସେବା ମିଳିବ

ସମ୍ବଲପୁର,୧୭ା୪(ବ୍ୟୁରୋ)-ଜିଲା ସଦରଡାକ୍ତରଖାନାରେ କୋଭିଡ-୧୯ ମେଡିକାଲ ନିର୍ମାଣ କାମ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ରୋଗୀମାନଙ୍କୁ ବୁର୍ଲା ସ୍ଥାନାନ୍ତରିତ କରାଯାଇଛି । ଜିଲା ସଦର ଡାକ୍ତରଖାନା ଉପରେ ନିର୍ଭର କରୁଥିବା ରୋଗୀମାନଙ୍କ କୌଣସି ସମସ୍ୟା ହେବ ନାହିଁ । ବିକଳ୍ପ ସ୍ଥାନରେ ନିରନ୍ତର ସ୍ବାସ୍ଥ୍ୟସେବା ପୂର୍ବଭଳି ଯୋଗାଇ ଦିଆଯିବ ବୋଲି ଜିଲାପାଳ ସମ୍ମିଳନୀ କକ୍ଷରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପ୍ରଶାସନିକ ଅଧିକାରୀମାନେ କହିଛନ୍ତି ।
ଏଡିଏମ୍‌ ସୂର୍ଯ୍ୟନାରାୟଣ ଦାସ, ପିଡି ସୁକାନ୍ତ ତ୍ରିପାଠୀ, ସିଡିଏମ୍‌ଓ ଶଶୀ ଭୂଷଣ ପଟେଲ, ଜିଲା ସୂଚନା ଓ ଲୋକ ସମ୍ପର୍କ ଭାରପ୍ରାପ୍ତ ଅଧିକାରୀ ନନ୍ଦିନୀ ମୁଣ୍ଡାରୀ ଏ ନେଇ ସୂଚନା ଦେବା ସହ କହିଛନ୍ତି, ଜିଲା ସଦର ଡାକ୍ତରଖାନା ବିକଳ୍ପ ଭାବେ ଅଇଁଠାପାଲି ଓ ଜନାର୍ଦ୍ଦନ ପୁଜାରୀ ମାତୃମଙ୍ଗଳ କେନ୍ଦ୍ରରେ ୨୪ ଘଣ୍ଟିଆ ସେବା ଯୋଗାଇ ଦିଆଯିବ । ଧନୁପାଲି, କ୍ଷେତରାଜପୁର, ଧନକଉଡା ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ୧୨ଘଣ୍ଟା ଖୋଲା ରହିବ। ଗୁରୁତର ରୋଗୀମାନଙ୍କୁ ବୁର୍ଲା ଭୀମସାର ନେବାକୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ବୁର୍ଲାରେ ଏବେ ରୋଗୀ ସଂଖ୍ୟା ମଧ୍ୟ ହ୍ରାସ ପାଇଛି ା ତେଣୁ ସେଠାରେ କୌଣସି ସମସ୍ୟା ହେବ ନାହିଁ। ଜିଲାରେ ରୋଗୀ ସେବାରେ ସମସ୍ୟା ନ ହେବ ପାଇଁ ଗ୍ରାମଞ୍ଚଳ ଓ ସହରାଞ୍ଚଳରେ ବ୍ୟବସ୍ଥା କରାଯାଇଛି। କରୋନା ସଂକ୍ରମଣ ଭୟ ଥିବା ପର୍ଯ୍ୟନ୍ତ ସଦର ମେଡିକାଲରେ କୋଭିଡ-୧୯ ମେଡିକାଲ ରହିବ। ବୁର୍ଲା ଭୀମସାରର ଡାକ୍ତରୀ ଟିମ୍‌, ନର୍ସ ଓ ଅନ୍ୟକର୍ମଚାରୀ ଆବଶ୍ୟକ ସଂଖ୍ୟାରେ ରହିବେ ବୋଲି ବିଭାଗୀୟ ଅଧିକାରୀମାନେ ସ୍ପଷ୍ଟ କରିଛନ୍ତି । ସୂଚନାଯୋଗ୍ୟ, ଜିଲା ସଦର ଡାକ୍ତରଖାନାକୁ କୋଭିଡ-୧୯ ମେଡିକାଲ ନିର୍ମାଣ କାମ ଚାଲିଛି। ଏହାକୁ ନେଇ କେତେକ ମହଲରେ ବିରୋଧ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ: ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ୩ ଛାତ୍ରୀ

ଭବାନୀପାଟଣା ୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ସ୍ନାତକ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ଏହି ଫଳାଫଳରେ…

୫ ଦିନ ହେଲା ଅଚଳ ହୋଇପଡିଛ BSNL ଟାୱାର, ବିନା ନେଟୱର୍କରେ ହନ୍ତସନ୍ତ ୨୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ନନ୍ଦପୁର, ୧।୬( ତୁଷାର କାନ୍ତ ମହାନ୍ତି ): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତବାସୀଙ୍କୁ ମୋବାଇଲ ନେଟୱର୍କ ସେବା ଯୋଗାଇ ଦେବାକୁ ଥିବା ଏକମାତ୍ର ବିଲାପୁଟ…

ଆନନ୍ଦପୁର ବସଷ୍ଟାଣ୍ଡରେ ଚାଲିଥିଲା ଅବୈଧ ମଦ ବେପାର, ଖବରପାଇ ଅଚାନକ ଚଢାଉ କଲା ପୋଲିସ, ତା’ପରେ…

ହାଟଡିହୀ/ଆନନ୍ଦପୁର,୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ବସଷ୍ଟାଣ୍ଡରେ ଅବୈଧ ଭାବେ ମଦ ବେପାର କରୁଥିବା ଜଣେ ଦୋକାନୀକୁ ପୋଲିସ ଗିରଫ କରିଛି…

ଜମିଜମା ବିବାଦ ନେଲା ବିବାଦ ଉଗ୍ରରୂପ: ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ

ତୁମୁଡିବନ୍ଧ, ୧।୬(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କଦମ ପଦର ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜମି ବିବାଦକୁ ନେଇ…

ବାଟରେ ରୋଗୀଙ୍କ ମୃତ୍ୟୁ ହୋଇଯିବାରୁ ଜଙ୍ଗଲ ରାସ୍ତାରେ ଓହ୍ଲାଇ ପଳାଇଲେ ବୋଲେରୋ ଚାଳକ, ମୃତ ସ୍ବାମୀଙ୍କୁ ଜଗିରହିଲେ ବୃଦ୍ଧା

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): ସମାଜରୁ ହଜିଯାଉଛି ମାନବିକତା, ମଣିଷ ମନରୁ ଦୟାଭାବ କ୍ଷୁର୍ଣ୍ଣ ହେବାରେ ଲାଗିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର- ଭବାନୀପାଟଣା ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri