ବିକାଶରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର, ୨୦-୭(ବ୍ୟୁରୋ): ବର୍ତ୍ତମାନ ସାରା ଦେଶରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଶାଖା ୧.୪୧ ଲକ୍ଷ ଛୁଇଁଛି। ବ୍ୟାଙ୍କଗୁଡିକ ଦେଶର ୯୫% ଲୋକଙ୍କ ନିକଟରେ ପହଞ୍ଚି ପାରିଛନ୍ତି। ଦେଶର ଭିତ୍ତିଭୂମି ବିକାଶ, ଶିଳ୍ପ, କୃଷି ଏବଂ ଅନ୍ୟ କ୍ଷେତ୍ର ବିକାଶରେ ବ୍ୟାଙ୍କଗୁଡିକ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ସର୍ବଭାରତୀୟ ବ୍ୟାଙ୍କ ଅଧିକାରୀ ମହାସଂଘ(ଏଆଇବିଓସି) ପକ୍ଷରୁ ସ୍ଥାନୀୟ ଇଡ୍‌କଲ ଅଡିଟୋରୀୟମଠାରେ ଶୁକ୍ରବାର ଅନୁଷ୍ଠିତ ବ୍ୟାଙ୍କ ଜାତୀୟକରଣର ୫୦ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଏହା ମତ ପ୍ରକାଶ ପାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ବିଜୟ କୁମାର ସାହୁ ଯୋଗ ଦେଇ ଅର୍ଥନୀତିରେ ଜାତୀୟକରଣ ବ୍ୟାଙ୍କଗୁଡିକର ଭୂମିକା ଏବଂ ସରକାରଙ୍କ ପୁଞ୍ଜିକରଣ ପଦକ୍ଷେପ ଉପରେ ଗୁରୁତ୍ୱାରୋପ କରିଥିଲେ। ବ୍ୟାଙ୍କ ଶିଳ୍ପର ଇତିହାସ ଏବଂ ଜାତୀୟକରଣର ଆବଶ୍ୟକତା ଉପରେ ମତ ରଖି ଅର୍ଥନୀତିଜ୍ଞ ଡ.ଦିବାକର ନାୟକ କହିଛନ୍ତି, ରାଷ୍ଟ୍ରାୟତ୍ତ ବ୍ୟାଙ୍କର ସହଭାଗିତା ବିନା ୫ ଲକ୍ଷ କୋଟି ଡଲାର ଅର୍ଥନୀତି କଥା ଚିନ୍ତା କରାଯାଇ ନ ପାରେ। କାର୍ଯ୍ୟକ୍ରମରେ ରାଜ୍ୟ ଏଆଇବିଓସି ସଭାପତି ମନୋରଞ୍ଜନ ଦାସ ଏଥିରେ ସଭାପତିତ୍ୱ କରିଥିଲେ। ସମ୍ପାଦକ ସବ୍ୟସାଚୀ ସ୍ବାଇଁ ଅତିଥିଙ୍କୁ ସ୍ବାଗତ କରିଥିଲେ। ଏଥିରେ ସର୍ବଭାରତୀୟ ଷ୍ଟେଟବ୍ୟାଙ୍କ ଅଫିସର୍ସ ମହାସଂଘ ସଭାପତି ସମ୍ବିତ ମିଶ୍ର, ରାଜ୍ୟ ସଭାପତି ଅରୁଣ ବିଶୋୟୀ, ପିଏନ୍‌ବି ଅଧିକାରି ସଂଘ ଅଧ୍ୟକ୍ଷ ପ୍ରମୋଦ ମେକାପ, ଏଆଇବିଓସି ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ସେଣ୍ଟ୍ରାଲ ବ୍ୟାଙ୍କ ଅଧିକାରି ସଂଘ ସାଧାରଣ ସମ୍ପାଦକ ଦାମୋଦର ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

କ୍ଷମା ମାଗିଲେ ଲଲିତ ମୋଦି

ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri