ବିକାଶ ଚିତ୍ର ଦେଖିଲା ଗଞ୍ଜାମ ଜିଲା ପ୍ରଶାସନ

ଛେଣ୍ଡିପଦା, ୯।୬ (ଡି.ଏନ.ଏ.) – ଜଙ୍ଗଲ ଗ୍ରାମରୁ ରାଜସ୍ବ ଗ୍ରାମ ମାନ୍ୟତା ପାଇଥିବା ଛେଣ୍ଡିପଦା ବ୍ଲକ କତଡା ପଞ୍ଚାୟତ ବଡ଼ମୂଳ ଏବେ ଉଦାହରଣ ପାଲଟିଛି। ଯୋଜନାବଦ୍ଧ ଭାବେ ଗ୍ରାମରେ କାର୍ଯ୍ୟକାରୀ ହୋଇଛି ବିଭିନ୍ନ ସରକାରୀ ଯୋଜନା। ଯାହା ଏବେ ଅନ୍ୟ ଜିଲା ପାଇଁ ପ୍ରେରଣାର ଉତ୍ସ ହୋଇଛି। ଜଙ୍ଗଲ ଗ୍ରାମରୁ ରାଜସ୍ବ ଗ୍ରାମ ଯାଏ ବଡମୂଳର ବିକାଶଯାତ୍ରାକୁ ଅନୁସରଣ କରିବାକୁ ଶନିବାର ଏଠାରେ ପହଞ୍ଚିଥିଲେ ଗଞ୍ଜାମ ଜିଲାର ପ୍ରଶାସନିକ ଅଧିକାରୀ।
ଅନୁଗୋଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ତଥା ଜିଲା ପ୍ରଶାସନ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ବଡମୂଳ ଗ୍ରାମର ଅଗ୍ରଗତି ତଥା ଏହାର ସଫଳତା ସମ୍ପର୍କରେ ଅଧିକାରୀମାନେ ଜନସାଧାରଣଙ୍କ ସହିତ ଆଲୋଚନା କରିଥିଲେ। ପରେ ଉକ୍ତ ପ୍ରଶାସନିକ ଟିମ୍‌ ଗ୍ରାମରେ ହୋଇଥିବା ବିଭିନ୍ନ ବିକାଶମୂଳକ କାର୍ଯ୍ୟ ବୁଲି ଦେଖିଥିଲେ। ଗଞ୍ଜାମ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ (ଗ୍ରାମ୍ୟ ଗୃହ ନିର୍ମାଣ ବିଭାଗ) ସୌମ୍ୟ ରଞ୍ଜନ ହୋତା ପରିଦର୍ଶନକାରୀ ଟିମ୍‌ ମୁଖ୍ୟଙ୍କ ତତ୍ତ୍ୱାବଧାନରେ ପ୍ରାୟ ୬୪ ଜଣ କନିଷ୍ଠ ଯନ୍ତ୍ରୀ, ପଞ୍ଚାୟତ ନିର୍ବାହୀ ଅଧିକାରୀ ତଥା ଜିଲା ପ୍ରଶାସନିକ ଅଧିକାରୀ ସାମିଲ ହୋଇଥିଲେ। ସେହିପରି ଅନୁଗୋଳ ଜିଲା ଏବଂ ବ୍ଲକ ପ୍ରଶାସନ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ସମସ୍ତ ସରକାରୀ ଯୋଜନାର ସଫଳତା ତଥା ଅଗ୍ରଗତି ସମ୍ପର୍କରେ ଉକ୍ତ ପରିଦର୍ଶନକାରୀ ଟିମ ପ୍ରଶଂସା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅନୁଗୋଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ହରିହର ପାଢୀ, ଏପିଡିଆରଏଚ ପ୍ରଣତି ନିବେଦିତା, ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନ, ଅତିରିକ୍ତ ବିଡିଓ ଦିଲୀପ କୁମାର ପ୍ରଧାନ, ସହକାରୀ ଯନ୍ତ୍ରୀ ଯାଦବାନନ୍ଦ ସାହୁ, କନିଷ୍ଠ ଯନ୍ତ୍ରୀ ରବୀନ୍ଦ୍ର ନାଥ ଟୁଡୁ ପ୍ରମୁଖ ଯୋଗ ଦେଇଥିଲେ। ସେହିପରି ଗ୍ରାମ ସଭାପତି ଶରତଚନ୍ଦ୍ର ସାହୁ, ସମ୍ପାଦକ ପ୍ରଦୀପ କୁମାର ଦେହୁରୀ, ଦେବରାଜ ସାହୁ, ଦୁଷ୍ମନ୍ତ ସାହୁ, ନିଶାମଣି ସାହୁଙ୍କ ସମେତ ଗ୍ରାମର ଅନେକ ବୁଦ୍ଧିଜୀବୀ ତଥା ମହିଳା ଗୋଷ୍ଠୀ ସଦସ୍ୟା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

୧୨ ଘଣ୍ଟିଆ ଧର୍ମଘଟ: ସ୍କୁଲ, କଲେଜ, ବ୍ୟାଙ୍କ, ପେଟ୍ରୋଲ ପମ୍ପ , ପରିବହନ ସେବା ବାଧାପ୍ରାପ୍ତ

ଅନୁଗୋଳ, ୧୨।୨ (ମାନସ ବିଶ୍ୱାଳ): ଅନୁଗୋଳ ସହର ତଥା ଉପକଣ୍ଠ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ପିକେଟିଂ ସହ ଡେଲି ମାର୍କେଟ, ଦୋକାନ…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri