ବିକାଶ ପଥରେ ଆତଙ୍କବାଦ କଣ୍ଟା

ଓସାକା,୨୯ା୬ (ପି.ଟି./ଆଇଏଏନ୍‌ଏସ୍‌): ସମଗ୍ର ମାନବ ଜାତି ପାଇଁ ସବୁଠୁ ବଡ଼ ବିପଦ ହେଉଛି ଆତଙ୍କବାଦ। ଏହି ବିପତ୍ତି କେବଳ ନିରୀହମାନଙ୍କ ଜୀବନ ନେଉଛି ତାହା ନୁହେଁ, ବରଂ ଅର୍ଥନୈତିକ ବିକାଶ ଓ ସ୍ଥିରତାକୁ ବହୁଳ ଭାବେ ପ୍ରଭାବିତ କରୁଛି। ତେଣୁ ଏହାକୁ ଦୃଢ଼ହସ୍ତରେ ଦମନ କରିବା ପାଇଁ ସମସ୍ତ ପ୍ରକାର ମାଧ୍ୟମ ଆପଣାଇବା ଜରୁରୀ ବୋଲି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ବାନ ଦେଇଛନ୍ତି।
ଓସାକା ସହରରେ ଶୁକ୍ରବାର ଜି-୨୦ ରାଷ୍ଟ୍ର ସମୂହର ଦୁଇଦିନିଆ ସମ୍ମିଳନୀ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ବ୍ରାଜିଲ, ରୁଷିଆ, ଭାରତ, ଚାଇନା ଓ ଦକ୍ଷିଣ ଆଫ୍ରିକା (ବ୍ରିକ୍ସ) ନେତାମାନେ ଯୋଗଦେଇ ଆତଙ୍କବାଦ ସମେତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ବ୍ରିକ୍ସ ରାଷ୍ଟ୍ରନେତାମାନଙ୍କୁ ସମ୍ବୋଧିତ କରି କହିଛନ୍ତି, ଆତଙ୍କବାଦ ସାରା ବିଶ୍ୱ ପାଇଁ ସର୍ବବୃହତ ଚ୍ୟାଲେଞ୍ଜ ଭାବେ ଛିଡ଼ା ହୋଇଛି। ଏଥିଯୋଗୁ ବିକାଶ ଓ ନିରାପତ୍ତା ବିପନ୍ନ ହେବାରେ ଲାଗିଛି। ତେଣୁ ଆତଙ୍କବାଦ ବିରୋଧରେ ମିଳିତ ଲଢ଼େଇ କରିବା ସହ ବିଶ୍ୱ ବାଣିଜ୍ୟ ସଙ୍ଗଠନ (ଡବ୍ଲ୍ୟୁଟିଓ)କୁ ସୁଦୃଢ଼ କରିବା ଓ ଶକ୍ତି ନିରାପତ୍ତା ଉପରେ ଗୁରୁତ୍ୱ ଦିଆଯିବା ଜରୁରୀ ହୋଇପଡ଼ିଛି ବୋଲି ମୋଦି ମତବ୍ୟକ୍ତ କରିଛନ୍ତି। ଅନୁରୂପ ଭାବେ ବ୍ରିକ୍ସ ନେତାମାନେ ଆତଙ୍କବାଦ ବିରୋଧରେ ଲଢ଼େଇକୁ ଜୋର୍‌ଦାର କରିବା ପାଇଁ ସହମତି ପ୍ରକାଶ କରି ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ଇଣ୍ଟରନେଟ୍‌ର ବ୍ୟବହାର ରୋକିବା ଉପରେ ମଧ୍ୟ ଗୁରୁତ୍ୱାରୋପ କରିଛନ୍ତି।
ଶେଷରେ ବ୍ରିକ୍ସ ରାଷ୍ଟ୍ର ସମୂହ ପକ୍ଷରୁ ଏକ ମିଳିତ ବିବୃତି ଜାରି କରାଯାଇଛି। ରାଷ୍ଟ୍ରଗୁଡ଼ିକ ନିଜ ଭୂଖଣ୍ଡରେ ଆତଙ୍କବାଦୀଙ୍କ ନେଟ୍‌ଓ୍ବର୍କକୁ ପାଣ୍ଠି ଯୋଗାଣ ଏବଂ ବେଆଇନ ଉତ୍ସରୁ ଅର୍ଥର ସ୍ରୋତକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିବା ପାଇଁ ଏକମତ ହୋଇଥିବା ଏଥିରେ ଉଲ୍ଲେଖ କରାଯାଇଛି। ଆତଙ୍କବାଦର ମୂଳୋତ୍ପାଟନ ପାଇଁ ମିଳିତ ଓ ବିସ୍ତୃତ କାର୍ଯ୍ୟସୂଚୀ ପ୍ରସ୍ତୁତ କରି ଫାଇନାନ୍‌ସିଆଲ ଆକ୍ସନ ଟାସ୍କ ଫୋର୍ସ (ଏଫ୍‌ଏଟିଏଫ୍‌) ଏବଂ ଓ୍ବାଲର୍‌ଡ କଷ୍ଟମ୍ସ ଅର୍ଗାନାଇଜେଶନ୍‌ ଭଳି ଅନ୍ତର୍ଜାତୀୟ ସଂସ୍ଥାଗୁଡ଼ିକର ବହୁପାକ୍ଷିକ ବ୍ୟବସ୍ଥା ଜରିଆରେ ଉଦ୍ୟମ ଜାରି ରଖିବା ପାଇଁ ବ୍ରିକ୍ସ ନେତାମାନେ ଜୋର୍‌ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଓ ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ଙ୍କ ସମେତ ୫ ନେତା କୌଣସି ରାଷ୍ଟ୍ରର ନାମ ନ ନେଇ ଆତଙ୍କବାଦୀ ନେଟ୍‌ଓ୍ବର୍କକୁ ସବୁ ଦେଶ ନିଜ ଭୂଖଣ୍ଡରୁ ହଟାଇବା ଆବଶ୍ୟକ ବୋଲି ଦୋହରାଇଛନ୍ତି।
ରୁଷିଆ-ଭାରତ-ଚାଇନା (ଆର୍‌ଆଇସି) ମଞ୍ଚରେ ମୋଦି କହିଥିଲେ, ଆତଙ୍କବାଦ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଅନ୍ତର୍ଜାତୀୟ ସମୁଦାୟ ମିଳିତ ଭାବେ ଏହାର ମୁକାବିଲା କରିବା ଉଚିତ। ଆତଙ୍କବାଦ ବିରୋଧରେ କିପରି ଲଢ଼େଇ କରାଯିବ ସେନେଇ ଭାରତ ଅନ୍ତର୍ଜାତୀୟ ସମ୍ମିଳନୀର ଆୟୋଜନ କରୁଛି। ଚାଇନା ଓ ରୁଷିଆ ଏହି ପଦକ୍ଷେପକୁ ସମର୍ଥନ କରିବେ ବୋଲି ଆଶା। ଏହି ଅବସରରେ ବହୁପାକ୍ଷିକ ଚ୍ୟାଲେଞ୍ଜଗୁଡ଼ିକର ମୁକାବିଲା ପାଇଁ ପନ୍ଥା ବାହାର କରିବାକୁ ୩ ନେତାଙ୍କ ମଧ୍ୟରେ ସହମତି ପ୍ରକାଶ ପାଇଥିବା ଭାରତର ବହିର୍ବ୍ୟାପାର ସଚିବ ବିଜୟ ଗୋଖଲେ ଖବରଦାତାମାନଙ୍କୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri