ବିକାଶ ପାଇଁ ବ୍ଲୁପ୍ରିଣ୍ଟ

ଢେଙ୍କାନାଳ ଅଫିସ, ୨୧।୩

ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ଯୋରନ୍ଦା ଏବଂ ପର୍ଯ୍ୟଟନସ୍ଥଳୀ ସପ୍ତଶଯ୍ୟାର ଉନ୍ନତୀକରଣ ଲାଗି ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ଏହି ଦୁଇ ପର୍ଯ୍ୟଟନ କ୍ଷେତ୍ରର ବିକାଶ ଲାଗି ତ୍ୱରିତ ପଦକ୍ଷେପ ନେବାକୁ ଢେଙ୍କାନାଳ ବିଧାୟକ ସୁଧୀର କୁମାର ସାମଲ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି। ଏ ନେଇ ଜିଲାପାଳଙ୍କ ସହ ଆଲୋଚନା କରାଯାଇଛି। ବିଭିନ୍ନ କାର୍ଯ୍ୟ ସମ୍ପର୍କିତ ଫିଜିବିଲିଟି ରିପୋର୍ଟ ସରକାରଙ୍କୁ ଦିଆଯାଇଥିବା ବିଧାୟକ ସୂଚନା ଦେଇଛନ୍ତି।
ଜିଲାର ପ୍ରଶାସନିକ କେନ୍ଦ୍ରସ୍ଥଳ ଢେଙ୍କାନାଳ ସଦର ଏବଂ ଗଁଦିଆ ବ୍ଲକରେ ବିକାଶକୁ ବିଶେଷ ଗୁରୁତ୍ୱ ଦିଆଯିବ। ଗଁଦିଆରେ କ୍ରୀଡ଼ା ପ୍ରତିଭାଙ୍କ ବିକାଶ ଲାଗି ଏକ ମିନି ଷ୍ଟାଡିୟମ ନିର୍ମାଣ କରାଯିବ। ଢେଙ୍କାନାଳସ୍ଥିତ ଗଣେଶ ବଜାରରେ ଥିବା ଗୋପବନ୍ଧୁ ଟାଉନ ହଲ୍‌ରେ ବର୍ଷତମାମ ବିଭିନ୍ନ ସାମାଜିକ, ସାଂସ୍କୃତିକ କାର୍ଯକ୍ରମ ହେଉଛି। ଏହାକୁ ସାଉଣ୍ଡପ୍ରୁଫ୍‌ କରାଯିବା ସହ ଅତ୍ୟାଧୁନିକ ଅଡିଟୋରିୟମରେ ରୂପାନ୍ତରିତ କରାଯିବ। ସେହିପରି ସଦର ବ୍ଲକର ୩୦ ପଞ୍ଚାୟତରୁ ୯ଟି କାମାକ୍ଷାନଗର ନିର୍ବାଚନମଣ୍ଡଳୀରେ ରହିଛି। ଉକ୍ତ ୯ ପଞ୍ଚାୟତକୁ କାମାକ୍ଷାନଗର ବ୍ଲକ ପ୍ରଶାସନ ପକ୍ଷରୁ ପାନୀୟ ଜଳ ଯୋଗାଣ ହେଉଛି। ଅବଶିଷ୍ଟ ୨୧ ପଞ୍ଚାୟତକୁ ପାନୀୟଜଳ ଯୋଗାଣ ଲାଗି ପ୍ରକଳ୍ପ ନିର୍ମାଣ କରିବାକୁ ବିଧାୟକ ପ୍ରସ୍ତାବ ଦେଇଛନ୍ତି। ପୌରାଞ୍ଚଳରେ ମଧ୍ୟ ପାନୀୟଜଳ ପ୍ରକଳ୍ପ ପାଇଁ ପ୍ରସ୍ତାବ ଯାଇଛି। ଏଥିପୂର୍ବରୁ କପିଳାସ ପୀଠର ଉନ୍ନତୀକରଣ ଲାଗି ରାଜ୍ୟ ସରକାର ୧ କୋଟି ଟଙ୍କାର ଅନୁଦାନ ଘୋଷଣା କରିଥିଲେ। ଏ ସଂକ୍ରାନ୍ତରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା କୁହନ୍ତି, ପ୍ରସ୍ତାବ ଅନୁମୋଦନ ହେବା ପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri