ବିକାଶ ପ୍ରକ୍ରିୟାରେ ସାମିଲ ହେବାକୁ ଆହ୍ବାନ

ଫୁଲବାଣୀ ଅଫିସ, ୭ା୧୨-ଲୋକଙ୍କ ସମସ୍ୟା ସମାଧାନ କରିବାକୁ ହେଲେ ସରକାରଙ୍କୁ ଲୋକଙ୍କ ଆଖିରେ ହିଁ ସମସ୍ୟା ଦେଖିବାକୁ ପଡିବ। ଚାରି କାନ୍ଥ ଭିତରେ ବସି ଯୋଜନା ତିଆରି କରିଦେଲେ ଗ୍ରାମାଞ୍ଚଳରେ ଲୋକଙ୍କର ଉନ୍ନତି ହେବନାହିଁ। ଦୀର୍ଘ ୭୦ ବର୍ଷ ତଳେ ବେକାରି, ଅନୁସୂଚିତ ଜାତି ଓ ପଛୁଆ ବର୍ଗର ବିକାଶ ପାଇଁ ଆମ୍ବେଦକର ଦେଖିଥିବା ସ୍ବପ୍ନ ଆଜି ପର୍ଯ୍ୟନ୍ତ ସାକାର ହୋଇପାରି ନାହିଁ। ସବୁକିଛି ସରକାର ଉପରେ ଛାଡି ନ ଦେଇ ନିଜକୁ ବିକାଶ ପ୍ରକ୍ରିୟାରେ ସାମିଲ କରିବାକୁ ପଡିବ। ତାହା ହେଲେ ଆମର ତଥା ଦେଶର ଉନ୍ନତି ହେବ ବୋଲି ଜାଗ୍ରତ କନ୍ଧମାଳ ପକ୍ଷରୁ ଅନୁଷ୍ଠିତ ଡ. ବି. ଆର୍‌. ଆମ୍ବେଡକରଙ୍କ ତିରୋଧାନ ଦିବସରେ ମୁଖ୍ୟଅତିଥି ଭାବେ ପୂର୍ବତନ ମନ୍ତ୍ରୀ ବିଜୟ ମହାପାତ୍ର ଯୋଗଦେଇ କହିଥିଲେ।
ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଓଡିଶା ଜନ ଅଧିକାର ଅଭିଯାନ ଆବାହକ ବିଜୟ ପରିଡା ଯୋଗଦେଇ ରାମାୟଣଠାରୁ ଭାରତର ସମ୍ବିଧାନ ଅନୁସୂଜିତ ଜାତିର ବ୍ୟକ୍ତିଙ୍କ ଦ୍ୱାରା ଲେଖା ହୋଇଛି। ଜାତିସଂଘରେ କବି ଭୀମ ଭୋଇଙ୍କ କବିତା ମଧ୍ୟ ସଂରକ୍ଷିତ ହୋଇ ରହିଛି। ଦୁର୍ଭାଗ୍ୟର ବିଷୟ ଭାରତବର୍ଷରେ ଆଜି ପର୍ଯ୍ୟନ୍ତ ଅନୁସୂଚିତ ଜାତିର ଲୋକମାନେ ସେମାନଙ୍କ ନାର୍ଯ୍ୟ ଅଧିକାର ହାସଲ କରି ପାରିନାହାନ୍ତି ବୋଲି କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜାଗ୍ରତ କନ୍ଧମାଳର ସଭାପତି ପ୍ରଶାନ୍ତ ମହାନ୍ତି, ଶ୍ରମିକ ନେତା ଘନ କୁମାର ଶବର, ଭାଜପା ଜିଲା ସଭାପତି ଲିଙ୍ଗରାଜ ଦଳବେହେରା, ବିଜେଡି ନେତ୍ରୀ ପୁନମ କହଁର, ଯୁବନେତା ଶୁଭେନ୍ଦୁ ମହାନ୍ତି ପ୍ରମୁଖ ବକ୍ତବ୍ୟ ରଖିଥିଲେ। ପୂର୍ବାହ୍ନରେ ସହରରେ ଥିବା ଆମ୍ବେଡକରଙ୍କ ପ୍ରତିମୂର୍ତ୍ତିରେ ମ୍ୟାଲ୍ୟାର୍ପଣ କରାଯାଇଥିଲା। ଏହି ଅବସରରେ ଏକ ଶୋଭାଯାତ୍ରା ସ୍ଥାନୀୟ ମାଦିକୁନ୍ଦା ଛକରୁ ବାହାରି ସହର ପରିକ୍ରମା କରିବା ପରେ ବିଜୁ କଲ୍ୟାଣ ମଣ୍ଡପରେ ପହଞ୍ଚତ୍ଥିଲା। ସଙ୍ଗଠନ ସମ୍ପାଦକ ସତ୍ୟନାରାୟଣ ବେହେରା, ସମ୍ପାଦକ ବିଚିତ୍ରବୀର୍ଯ୍ୟ ପ୍ରଧାନ, ରମେଶ ପ୍ରଧାନ, ସୂର୍ଯ୍ୟ ନାରାୟଣ ବେହେରା ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ଅଚଳ: ଚୁଆଁ ପାଣି ଭରସାରେ ସାହିବାସୀ

ଖଜୁରିପଡ଼ା,୨୨ା୫ (ବିଦୁର ବେହେରା): କନ୍ଦମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଗୁଦାରୀ ପାୟତ ୪ ନମ୍ବର ୱାର୍ଡ ଅନ୍ତର୍ଗତ ମଲିକ ସାହିରେ ପାନୀୟ ଜଳ ସମସ୍ୟା ଉଟ ରୂପ…

ଚୁଆକୁ ପାଣି ପିଇବାକୁ ଆସିଲା କୁଟ୍ରା, ଘେରିଗଲେ କୁକୁର: ଆଉ ତା’ପରେ ଘଟିଲା..

ରାଇକିଆ,୨୨।୫-(ପ୍ରଦୀପ ବେହେରା): ଜଙ୍ଗଲରୁ ପାଣି ସନ୍ଧାନରେ ଗାଁ ନିକଟକୁ ଚାଲିଆସିଥିବା ଏକ କୁଟ୍ରାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଛି ରାଇକିଆ ବନବିଭାଗ। ପାଟଳୀ ସାହି ନିକଟ ଏକ…

ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ: କିରନ-ଆବୀଗଲ ଟପ୍ପର

ରାଇକିଆ,୨୧/୫(ପ୍ରଦୀପ ବେହେରା): ଓଡିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। କନ୍ଧମାଳ ଜିଲା ରାଇକିଆ ବ୍ଲକରେ…

ଅନ୍ତେବାସୀଙ୍କୁ ଘର କାମରେ ଲଗାଇବା ପଡ଼ିଲା ମହଙ୍ଗା

ଚକାପାଦ,୧୮ା୫(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ର ବପଲମେଣ୍ଡି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମେଟ୍ରୋନ ସୁଜାତା ସାହୁଙ୍କୁ ଜିଲାପାଳ ବେଦଭୂଷଣ ତୁମୁଡ଼ିବନ୍ଧ ରାଙ୍ଗାପାରୁ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟକୁ…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…

ସିଆଇଆଇର ଆଦର୍ଶ ମହିଳା ସମ୍ମାନରେ ସମ୍ମାନିତ ହେଲେ ଦାରିଙ୍ଗବାଡ଼ିର ସୁନାଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ାଙ୍କୁ ଦେଶ ସ୍ତରରେ ସିଆଇଆଇ ଆଦର୍ଶ ମହିଳା ସମ୍ମାନ ମିଳିବା ବ୍ରାହ୍ମଣୀଗାଁ ଅଞ୍ଚଳ…

ନିଜସ୍ବ ଗୃହକୁ ପ୍ରବେଶ କଲା ବଣିକ ସଙ୍ଘ: ସିମନବାଡ଼ିରେ ଗୃହ ପ୍ରତିଷ୍ଠା, ଉତ୍ସବ ସମ୍ପନ୍ନ

ଦାରିଙ୍ଗବାଡ଼ି,୧୫।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ସିମନବାଡ଼ି ମା’ ପାଟ୍ଟଖଣ୍ଡା ବଣିକ ସଙ୍ଘ ଶୁକ୍ରବାର ନିଜସ୍ବ ନୂତନ କୋଠାରେ ପ୍ରବେଶ କରିଛି। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri