Posted inଜାତୀୟ

ବିକ୍ରମ ସହ ଯୋଗାଯୋଗ ବିଚ୍ଛିନ୍ନ

ନୂଆଦିଲ୍ଲୀ,୭ା୯(ପି.ଟି./ଆଇଏଏନ୍‌ଏସ୍‌): ଭାରତର ଦ୍ୱିତୀୟ ଚନ୍ଦ୍ର ମିଶନ ଚନ୍ଦ୍ରୟାନ-୨ର ଲ୍ୟାଣ୍ଡର ‘ବିକ୍ରମ’ ଶୁକ୍ରବାର ରାତି ୨ଟା ୧୫ମିନିଟ ସୁଦ୍ଧା ଚନ୍ଦ୍ରପୃଷ୍ଠରେ ପାଦ ଥାପିପାରିନାହିଁ। ଜୁଲାଇ ୨୨ରେ ଲଞ୍ଚ ହୋଇଥିବା ଚନ୍ଦ୍ରୟାନ-୨ ରାତି ୧ଟା ୫୩ରେ ଜହ୍ନର ଦକ୍ଷିଣ ମେରୁକୁ ସ୍ପର୍ଶ କରିବାକୁ ଥିବାବେଳେ ଶେଷ ମୁହୂର୍ତ୍ତରେ ‘ବିକ୍ରମ’ ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଚନ୍ଦ୍ରପୃଷ୍ଠରେ ବିକ୍ରମ ଅବତରଣ କରିବା ପରେ ତା’ଠାରୁ ରୋଭର ‘ପ୍ରଜ୍ଞାନ’ ଅଲଗା ହୋଇ ଜଳର ସନ୍ଧାନ କରିବା ସହ ଅନ୍ୟାନ୍ୟ ବିଷୟ ଉପରେ ଅନୁଧ୍ୟାନ କରିବ ଏବଂ ଭବିଷ୍ୟତରେ ଚନ୍ଦ୍ରକୁ ମଣିଷର ଯାତ୍ରାରେ ଏହା ସହାୟକ ହେବ ବୋଲି ଆଶା କରାଯାଉଥିଲା। ଏଥିପାଇଁ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିଲା। ହେଲେ ଚନ୍ଦ୍ରରେ ସୂକ୍ଷ୍ମ ଅବତରଣର ଶେଷ ୧୫ ମିନିଟ ଅତିକ୍ରମ କରିବା ପରେ ମଧ୍ୟ କଣ୍ଟ୍ରୋଲ ରୁମ୍‌କୁ କୌଣସି ସୂଚନା ମିଳି ନ ଥିଲା। ଶେଷରେ ପୂର୍ବରୁ ହସ୍ତଗତ ହୋଇଥିବା ସଙ୍କେତକୁ ବିଶ୍ଳେଷଣ କରାଯିବ ବୋଲି ଇସ୍ରୋ ଅଧ୍ୟକ୍ଷ କେ.ଶିବନ୍‌ ଘୋଷଣା କରିଥିଲେ।
୨୦୦୮ ଅକ୍ଟୋବର ୨୨ରେ ଭାରତର ପ୍ରଥମ ଚନ୍ଦ୍ର ମିଶନ ଚନ୍ଦ୍ରଯାନ-୧ର ଉତ୍‌କ୍ଷେପଣ କରାଯାଇଥିଲା। ପ୍ରଥମ ଚନ୍ଦ୍ର ମିଶନର ଅଧୁରା କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବା ପାଇଁ ଏହାର ପ୍ରାୟ ୧୧ ବର୍ଷ ପରେ ଗତ ଜୁଲାଇ ୨୨ ଅପରାହ୍ନ ୨ଟା ୪୩ରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧଓ୍ବନ ମହାକାଶ କେନ୍ଦ୍ରରୁ ଜିଏସ୍‌ଏଲ୍‌ଭି ଏମ୍‌କେ ତୃତୀୟରୁ ଚନ୍ଦ୍ରୟାନ-୨ ଲଞ୍ଚ୍‌ କରାଯାଇଥିଲା। ଚନ୍ଦ୍ରୟାନ-୨ରେ ସମ୍ପୂର୍ଣ୍ଣ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଏକ ଲୁନାର୍‌ ଅର୍ବିଟର, ଲ୍ୟାଣ୍ଡର ଓ ଲୁନାର ରୋଭର ରହିଛି। ଚନ୍ଦ୍ରରେ ଅବସ୍ଥିତି ଚିହ୍ନଟ କରି ଜଳର ସନ୍ଧାନ କରିବା ହେଉଛି ଏହି ମିଶନର ଉଦ୍ଦେଶ୍ୟ।

ଶୁକ୍ରବାର ରାତିରେ ଲ୍ୟାଣ୍ଡର ‘ବିକ୍ରମ’ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିବା ପରେ ତା’ଠାରୁ ରୋଭର ‘ପ୍ରଜ୍ଞାନ’ ଅଲଗା ହୋଇଥାଆନ୍ତା। ଚନ୍ଦ୍ରପୃଷ୍ଠରେ ୧୪ ଦିନ (ଚନ୍ଦ୍ରର ଦିନେ) ପାଇଁ ଏହା ରାସାୟନିକ ବିଶ୍ଳେଷଣ କରିବା ପାଇଁ ଲକ୍ଷ୍ୟ ରହିଥିଲା। ସେଠାରୁ ଚନ୍ଦ୍ରୟାନ-୨ର ଅର୍ବିଟର ଓ ଲ୍ୟାଣ୍ଡର ଜରିଆରେ ପୃଥିବୀକୁ ତଥ୍ୟ ପ୍ରେରଣ କରିଥାଆନ୍ତା। ଅର୍ବିଟର ସେଠାରେ ବର୍ଷକ ପାଇଁ କାର୍ଯ୍ୟ କରିବ ବୋଲି କୁହାଯାଉଥିଲା। ପୂର୍ବରୁ ଚନ୍ଦ୍ରପୃଷ୍ଠରେ ରୁଷିଆ, ଆମେରିକା ଓ ଚାଇନାର ମହାକାଶ ସଂସ୍ଥାଗୁଡ଼ିକର ଯାନ ସୂକ୍ଷ୍ମ ଅବତରଣ କରିଥିବାବେଳେ ଏହି କ୍ଷେତ୍ରରେ ଭାରତ ଚତୁର୍ଥ ରାଷ୍ଟ୍ର ହୋଇଥାଆନ୍ତା।
୯୭୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ଚନ୍ଦ୍ରୟାନ-୨ର ସଫଳତା ଉପରେ କେବଳ ଭାରତ ନୁହେଁ, ସାରା ବିଶ୍ୱର ବୈଜ୍ଞାନିକମାନଙ୍କ ନଜର ରହିଥିଲା। ଭାରତର ମହାକାଶ କାର୍ଯ୍ୟକ୍ରମର ଏହି ବିଶେଷ ମୁହୂର୍ତ୍ତକୁ ୧୩୦ କୋଟି ଭାରତୀୟ ଅପେକ୍ଷା କରିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ରୋ ସେଣ୍ଟରରେ ଏହାକୁ ଦେଖିବା ପାଇଁ ଯାଇଥିଲେ। ମାଇଁ ଗଭ୍‌ ଓ୍ବେବ୍‌ ପୋର୍ଟାଲ ଜରିଆରେ ଇସ୍ରୋ ସ୍ପେସ୍‌ କୁଇଜ୍‌ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇଥିବା ଦେଶର ବିଭିନ୍ନ ଭାଗର ୭୦ ଛାତ୍ରୀଛାତ୍ର ମଧ୍ୟ ବେଙ୍ଗାଲୁରୁରେ ମୋଦିଙ୍କ ସହ ଏହାକୁ ଦେଖିବା ପାଇଁ ବ୍ୟବସ୍ଥା କରାଯାଇଥିଲା। ଏହି ବହୁ ପ୍ରତୀକ୍ଷିତ ମୁହୂର୍ତ୍ତକୁ କେବଳ ଭାରତ ନୁହେଁ, ବରଂ ସାରା ବିଶ୍ୱ ଉତ୍କଣ୍ଠାର ସହିତ ଅପେକ୍ଷା କରି ରହିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟିଭି ଚ୍ୟାନେଲଗୁଡ଼ିକରେ ଏହାର ସିଧାପ୍ରସାରଣକୁ ଦେଖିବାକୁ ଦେଶବାସୀଙ୍କୁ ଅନୁରୋଧ କରିଥିଲେ। କର୍ନାଟକର ବେଙ୍ଗାଲୁରୁସ୍ଥିତ ଇସ୍ରୋ ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀଙ୍କ ସହ ଭାରତର ବିଭିନ୍ନ ସ୍ଥାନରୁ ଆସିଥିବା ୭୦ ଛାତ୍ରୀଛାତ୍ର ମଧ୍ୟ ଏହି କାର୍ଯ୍ୟକ୍ରମର ସିଧାପ୍ରସାରଣ ଦେଖିଥିଲେ। ବିକ୍ରମ ଚନ୍ଦ୍ରପୃଷ୍ଠକୁ ଛୁଇଁବା ପାଇଁ ୨.୧ କି.ମି. ଦୂରତା ଥିବାବେଳେ କୌଣସି ସିଗ୍‌ନାଲ ନ ମିଳିବା ପରେ ବୈଜ୍ଞାନିକଙ୍କ ମନରେ ଆଶଙ୍କା ସୃଷ୍ଟି ହୋଇଥିଲା। ତେବେ ଏଥିରେ ନିରାଶ ନ ହୋଇ ଆଗକୁ ସାହସର ସହ ପ୍ରଚେଷ୍ଟା ଜାରି ରଖିବା ପାଇଁ ପ୍ରଧାନମନ୍ତ୍ରୀ ଆଶ୍ୱାସନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri