ବିକ୍ରିହେଲା ୧କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ

ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ):ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ଦ୍ୱାରା ୟୁନିଟ୍‌-୩ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ଚାଲିଥିବା ଜାତୀୟ ଖଦି ଓ ଗ୍ରାମୋଦ୍ୟୋଗ ପ୍ରଦର୍ଶନୀ ଓ ବିକ୍ରୟ ମେଳା ‘ଖଦି ବଜାର’ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସମାରୋହରେ ବୋର୍ଡ ସଭାପତି ସଂଗ୍ରାମ କେଶରୀ ପାଇକରାୟ ମେଳାର ସଫଳତା ପାଇଁ ଅଂଶଗ୍ରହଣକାରୀ ସମସ୍ତ ଉଦ୍ୟୋଗୀ, ଜନସାଧାରଣ ଓ ବୋର୍ଡ କର୍ମଚାରୀମାନଙ୍କୁ ଧନ୍ୟବାଦ ଦେଇଥିଲେ। ଲଘୁଚାପ ଜନିତ ବର୍ଷା ଯୋଗୁ ଶେଷ ୩ଦିନ ଖଦି ବଜାରର ବିକ୍ରିବଟା ସୁଚାରୁ ରୂପେ କରାଯାଇ ନ ପାରିବାରୁ ପ୍ରଦର୍ଶନୀର ଅବଧିକୁ ଆଉ ଗୋଟିଏ ଦିନ ବୃଦ୍ଧି କରାଯାଇଥିଲା। ଦୀର୍ଘ ୧୧ଦିନ ବ୍ୟାପୀ ଅନୁଷ୍ଠିତ ଏହି ମେଳାରେ ଓଡ଼ିଶା ସମେତ ବିହାର, ପଶ୍ଚିମବଙ୍ଗ, ମଧ୍ୟପ୍ରଦେଶ, ଆନ୍ଧ୍ରପ୍ରଦେଶର ବିଭିନ୍ନ ଜିଲାରୁ ୭୦ରୁ ଅଧିକ ଉଦ୍ୟୋଗୀ ଅଂଶଗ୍ରହଣ କରି ସେମାନଙ୍କ ସାମଗ୍ରୀ ବିକ୍ରିବଟା କରିଥିଲେ। ଏଥିରେ ପ୍ରାୟ ୧ କୋଟିରୁ ଅଧିକ ଟଙ୍କା ମୂଲ୍ୟର ସାମଗ୍ରୀ ବିକ୍ରି କରାଯାଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରତ୍ୟହ ସନ୍ଧ୍ୟାରେ ଓଡ଼ିଶାର ପାରମ୍ପରିକ ନୃତ୍ୟ ଓ ଗୀତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହାସହ ଓଡ଼ିଶାର ପାରମ୍ପରିକ ଖାଦ୍ୟ ଷ୍ଟଲ ମଧ୍ୟ ଖୋଲାଯାଇଥିଲା। ଦୈନିକ ପ୍ରାୟ ୬ ହଜାରରୁ ଅଧିକ ଲୋକ ଏହି ମେଳା ପରିଦର୍ଶନ ପାଇଁ ଆସୁଥିଲେ। ଆଗାମୀ ବାଲିଯାତ୍ରା ମହୋସତ୍ବରେ ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ଦ୍ୱାରା ଆର୍ଥତ୍କ ସହାୟତାପ୍ରାପ୍ତ ଏକକ ଉଦ୍ୟୋଗୀମାନେ ସେମାନଙ୍କ ସାମଗ୍ରୀ ବିକ୍ରି କରିବାର ସୁଯୋଗ ପାଇବେ ବୋଲି ବୋର୍ଡ ସଭାପତି ପାଇକରାୟ କହିଥିଲେ। ଉଦ୍‌ଯାପନୀ ସମାରୋହରେ ମେଳାରେ ଅଂଶଗ୍ରହଣ କରିଥିବା ସମସ୍ତ ଷ୍ଟଲକୁ ସାର୍ଟିଫିକେଟ ପ୍ରଦାନ କରାଯିବା ସହ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ହୋଇଥିବା ୩ଟି ପ୍ରମୁଖ ଷ୍ଟଲକୁ ସମ୍ବର୍ଦ୍ଧିତ କରାଯାଇଥିଲା। ଭୁବନେଶ୍ୱରର ପ୍ରମୁଖ ଅନୁଷ୍ଠାନ ଶିଶୁ ଜାଗରଣ ମଞ୍ଚ ଦ୍ୱାରା ଆୟୋଜିତ ଚିତ୍ରାଙ୍କନ ଓ ପ୍ରବନ୍ଧ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ଛାତ୍ରୀଛାତ୍ରମାନଙ୍କୁ ପୁରସ୍କୃତ କରାଯାଇଥିଲା। ବୋର୍ଡ ସଚିବ ସରୋଜ କୁମାର ପଟେଲ ଧନ୍ୟବାଦ ଅର୍ପଣ କରିଥିବାବେଳେ ଉପସଚିବ ରେଣୁପ୍ରଭା ନାୟକ ଓ ତ୍ରିଯୋଗୀ ନାରାୟଣ ଦାସ ଉଦ୍‌ଯାପନୀ ସମାରୋହ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri