ବିକ୍ରି ହେବ ଏୟାର ଇଣ୍ଡିଆର ୧୦୦% ଅଂଶଧନ

ନୂଆଦିଲ୍ଲୀ,୨୧-୧୦: ସରକାର ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆର ୧୦୦% ଅଂଶଧନ ବିକ୍ରି ନେଇ ଯୋଜନା ରଖିଛନ୍ତି। ଏଥି ଲାଗି ପ୍ରକ୍ରିୟା ଆରମ୍ଭ କରାଯାଇଛି। ଏହି ଧାରାରେ ଆସନ୍ତା ମାସରେ ପ୍ରାଥମିକ ବିଡ୍‌ ଆହ୍ବାନ କରାଯିବ। କ୍ଷତିରେ ଚାଲୁଥିବା ଏହି ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀରେ ଅଂଶଧନ ହାସଲ ନେଇ କିଛି କମ୍ପାନୀ ଆଗ୍ରହ ଦେଖାଇଥିବା ପ୍ରକ୍ରିୟା ସହ ଜଡିତ ଜଣେ ଅଧିକାରୀ ରବିବାର ସୂଚନା ଦେଇଛନ୍ତି। ଏୟାର ଇଣ୍ଡିଆ ଉପରେ ବର୍ତ୍ତମାନ ୫୮,୦୦୦ କୋଟି ଟଙ୍କାର ଋଣ ରହିଛି। ଏହା ବୃହତ୍‌ ପରିମାଣର ପରିଚାଳନା କ୍ଷତି ମଧ୍ୟ ସହୁଛି।
ଅଂଶଧନ ବିକ୍ରି ପ୍ରକ୍ରିୟା ଅନ୍ତର୍ଗତ ଏକ୍ସପ୍ରେଶନ ଅଫ୍‌ ଇଣ୍ଟରେଷ୍ଟ(ଇଓଆଇ) ଦସ୍ତାବିଜ କୁ ବର୍ତ୍ତମାନ ଚୂଡାନ୍ତ ରୂପ ଦିଆଯାଉଥିବା ସୂଚନା ରହିଛି। କମ୍ପାନୀର ୧୦୦% ଅଂଶଧନ ବିକ୍ରି ଯୋଜନା ଧାର୍ଯ୍ୟ ହୋଇଥିବା ବେଳେ ଚଳିତ ମାସ କିମ୍ବା ଆଗାମୀ ମାସରେ ଏ ନେଇ ବିଡ୍‌ ଆହ୍ବାନ କରାଯାଇ ପାରେ। ନୂଆ କରି ଉନ୍ନତିକରଣ ହୋଇଥିବା ଇ-ବିଡିଂ ସିଷ୍ଟମରେ ଏହି ପ୍ରକ୍ରିୟା ସମ୍ପାଦିତ ହେବ। ଅକ୍ଟୋବର ୨୨ରେ ବିମାନ କମ୍ପାନୀର ବୋର୍ଡ ବୈଠକ ବସିବ। ଆର୍ଥତ୍କ ବର୍ଷ ୨୦୧୯ର ବିଭିନ୍ନ କାର୍ଯ୍ୟଧାରା ଉପରେ ଏଠାରେ ତର୍ଜମା କରାଯିବ। ଏହାର ଅବ୍ୟବହିତ ପୂର୍ବରୁ ଗତ ସପ୍ତାହରେ ବେସାମରିକ ବିମାନ ଚଳାଚଳ ସଚିବ ପ୍ରଦୀପ ସିଂ ଖରୋଲା ଏକ ରିଭ୍ୟୁ ବୈଠକ ଡାକିଥିଲେ।
ଘରୋଇକରଣ ନେଇ ବିଭିନ୍ନ ପ୍ରସଙ୍ଗ ଉପରେ ଶ୍ରମିକ ସଙ୍ଗଠନଗୁଡିକ ସହ ବିମାନ କମ୍ପାନୀର ପରିଚାଳନା ସଂସ୍ଥା ପକ୍ଷରୁ ଏକ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଥିଲା। ନିଯୁକ୍ତି ଚାଲିଥିବା ଭୟରେ ଶ୍ରମିକ ସଙ୍ଗଠନଗୁଡିକ ଏହି ପ୍ରସ୍ତାବକୁ ବିରୋଧ କରୁଛନ୍ତି। ଏୟାର ଇଣ୍ଡିଆ ଆସେଟ ହୋଲ୍ଡିଂ ଲିମିଟେଡ ନାମକ ସ୍ପେଶାଲ ପରପୋଜ ଭେଇକିଲ ଦ୍ୱାରା ବଣ୍ଡ ଜାରି କରାଯିବା ସହ ବିମାନ କମ୍ପାନୀର ୩୦ ହଜାର କୋଟି ଟଙ୍କାର ଋଣକୁ ସୁଝି ବାଲାନ୍ସ ଶିଟ୍‌ ସ୍ବଚ୍ଛ କରିବା ଲାଗି ଯୋଜନା ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri