ବିଗ୍‌ବଜାର ପକ୍ଷରୁ ପ୍ଲାଷ୍ଟିକ ସଚେତନତା

ଭୁବନେଶ୍ୱର, ୧୨-୯(ବ୍ୟୁରୋ): ଫ୍ୟୁଚର ଗ୍ରୁପର ରିଟେଲ ଚେନ୍‌ ବିଗ୍‌ବଜାର ପକ୍ଷରୁ ଭୁବନେଶ୍ୱରରେ ପ୍ଲାଷ୍ଟିକ ସଚେତନତା କାର୍ଯ୍ୟକ୍ରମ ‘ପ୍ଲାଷ୍ଟିକ ଭରୋ-ରିସାଇକେଲ କରୋ’ଆରମ୍ଭ ହୋଇଛି। ୟୁନାଇଟେଡ ନେଶନ୍ସ ଡେଭଲପମେଣ୍ଟ ପ୍ରୋଗ୍ରାମ (ୟୁଏନ୍‌ଡିପି) ଏବଂ ହିନ୍ଦୁସ୍ତାନ କୋକାକୋଲା ବେଭେରେଜସ୍‌ ପ୍ରାଇଭେଟ ଲିମିଟେଡର ମିଳିତ ସହଯୋଗରେ ରାଜଧାନୀରେ ପ୍ଲାଷ୍ଟିକର ଠିକ ବ୍ୟବହାର, ପୃଥକୀକରଣ ଏବଂ ପରିଚାଳନା ନେଇ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ, ଅତିରିକ୍ତ କମିଶନର ସୁରଥ ଚନ୍ଦ୍ର ମଲ୍ଲିକ, ଡେପୁଟି କମିଶନର ଶୁଭେନ୍ଦୁ କୁମାର ସାହୁ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ବରିଷ୍ଠ ବୈଜ୍ଞାନିକ ବି.କେ. ନାୟକ, ୟୁଏନ୍‌ଡିପିର ଡେପୁଟି ରେସିଡେନ୍ସ ରିପ୍ରେଜେଣ୍ଟେଟିଭ ନାଦିଆ ରସିଦ, ଡେପୁଟି ଡାଇରେକ୍ଟର ରାକେଶ କୁମାରଙ୍କ ଉପସ୍ଥିତିରେ ଏହାର ଉନ୍ମୋଚନ ହୋଇଯାଇଛି। ଉକ୍ତ ଅଭିଯାନ ଆସନ୍ତା ୨୪ ତାରିଖ ଯାଏ ଚାଲିବ। ଦେଶର ୨୦ଟି ସହରରେ ୟୁଏନ୍‌ଡିପି ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ଭୁବନେଶ୍ୱର ବିଗ୍‌ବଜାର ଏହାକୁ ଅଗ୍ରସର କରାଇବ। ଦେଶର ୫୦ ସହରରୁ ୮୫ ହଜାର ମେଟ୍ରିକ ଟନ୍‌ ପ୍ଳାଷ୍ଟିକ ବର୍ଜ୍ୟ ଉକ୍ତ ଅଭିଯାନ ଦ୍ୱାରା ସଂଗ୍ରହ କରିବାକୁ ଲକ୍ଷ୍ୟ ରଖାଯାଇଛି। ପ୍ଲାଷ୍ଟିକ ବର୍ଜ୍ୟ ପରିଚାଳନା ନେଇ ଜନ ସଚେତନତା ସୃଷ୍ଟି ଲକ୍ଷ୍ୟରେ ଏଭଳି କାର୍ଯ୍ୟକ୍ରମ ହାତକୁ ନିଆଯାଇଥିବା ୟୁଏନ୍‌ଡିପିର ଇଣ୍ଡିଆନ ରେସିଡେଣ୍ଟ ରିପ୍ରେଜେଣ୍ଟେଟିଭ ଶୋକା ନାଡା କହିଛନ୍ତି। ୟୁଏନ୍‌ଡିପି, ବିଏମ୍‌ସି ଏବଂ ଏଚ୍‌ସିସିବିଏଲ୍‌ ଉଦ୍ୟମରେ ଆରମ୍ଭ ହୋଇଥିବା ଏହି ଅଭିଯାନରେ ଭାଗ ନେଇ ଅତ୍ୟନ୍ତ ଖୁସି ବୋଲି ବିଗ୍‌ବଜାରର ଇଷ୍ଟ ଜୋନ ସିଇଓ ମନୀଷ ଅଗ୍ରଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

କ୍ଷମା ମାଗିଲେ ଲଲିତ ମୋଦି

ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri