ବିଗ୍‌ବଜାର ପକ୍ଷରୁ ପ୍ଲାଷ୍ଟିକ ସଚେତନତା: ‘ପ୍ଲାଷ୍ଟିକ ଭରୋ-ରିସାଇକେଲ କରୋ’ ଆରମ୍ଭ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ଫ୍ୟୁଚର ଗ୍ରୁପର ରିଟେଲ ଚେନ୍‌ ବିଗ୍‌ବଜାର ପକ୍ଷରୁ ଭୁବନେଶ୍ୱରରେ ପ୍ଲାଷ୍ଟିକ ସଚେତନତା କାର୍ଯ୍ୟକ୍ରମ ‘ପ୍ଲାଷ୍ଟିକ ଭରୋ-ରିସାଇକେଲ କରୋ’ଆରମ୍ଭ ହୋଇଛି। ୟୁନାଇଟେଡ ନେଶନ୍ସ ଡେଭଲପମେଣ୍ଟ ପ୍ରୋଗ୍ରାମ (ୟୁଏନ୍‌ଡିପି) ଏବଂ ହିନ୍ଦୁସ୍ତାନ କୋକାକୋଲା ବେଭେରେଜସ୍‌ ପ୍ରାଇଭେଟ ଲିମିଟେଡର ମିଳିତ ସହଯୋଗରେ ରାଜଧାନୀରେ ପ୍ଲାଷ୍ଟିକର ଠିକ ବ୍ୟବହାର, ପୃଥକୀକରଣ ଏବଂ ପରିଚାଳନା ନେଇ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ, ଅତିରିକ୍ତ କମିଶନର ସୁରଥ ଚନ୍ଦ୍ର ମଲ୍ଲିକ, ଡେପୁଟି କମିଶନର ଶୁଭେନ୍ଦୁ କୁମାର ସାହୁ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ବରିଷ୍ଠ ବୈଜ୍ଞାନିକ ବି.କେ. ନାୟକ, ୟୁଏନ୍‌ଡିପିର ଡେପୁଟି ରେସିଡେନ୍ସ ରିପ୍ରେଜେଣ୍ଟେଟିଭ ନାଦିଆ ରସିଦ, ଡେପୁଟି ଡାଇରେକ୍ଟର ରାକେଶ କୁମାରଙ୍କ ଉପସ୍ଥିତିରେ ଏହାର ଉନ୍ମୋଚନ ହୋଇଯାଇଛି। ଉକ୍ତ ଅଭିଯାନ ଆସନ୍ତା ୨୪ ତାରିଖ ଯାଏ ଚାଲିବ। ଦେଶର ୨୦ଟି ସହରରେ ୟୁଏନ୍‌ଡିପି ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ଭୁବନେଶ୍ୱର ବିଗ୍‌ବଜାର ଏହାକୁ ଅଗ୍ରସର କରାଇବ। ଦେଶର ୫୦ ସହରରୁ ୮୫ ହଜାର ମେଟ୍ରିକ ଟନ୍‌ ପ୍ଳାଷ୍ଟିକ ବର୍ଜ୍ୟ ଉକ୍ତ ଅଭିଯାନ ଦ୍ୱାରା ସଂଗ୍ରହ କରିବାକୁ ଲକ୍ଷ୍ୟ ରଖାଯାଇଛି। ପ୍ଲାଷ୍ଟିକ ବର୍ଜ୍ୟ ପରିଚାଳନା ନେଇ ଜନ ସଚେତନତା ସୃଷ୍ଟି ଲକ୍ଷ୍ୟରେ ଏଭଳି କାର୍ଯ୍ୟକ୍ରମ ହାତକୁ ନିଆଯାଇଥିବା ୟୁଏନ୍‌ଡିପିର ଇଣ୍ଡିଆନ ରେସିଡେଣ୍ଟ ରିପ୍ରେଜେଣ୍ଟେଟିଭ ଶୋକା ନାଡା କହିଛନ୍ତି। ୟୁଏନ୍‌ଡିପି, ବିଏମ୍‌ସି ଏବଂ ଏଚ୍‌ସିସିବିଏଲ୍‌ ଉଦ୍ୟମରେ ଆରମ୍ଭ ହୋଇଥିବା ଏହି ଅଭିଯାନରେ ଭାଗ ନେଇ ଅତ୍ୟନ୍ତ ଖୁସି ବୋଲି ବିଗ୍‌ବଜାରର ଇଷ୍ଟ ଜୋନ ସିଇଓ ମନୀଷ ଅଗ୍ରଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri