ବିଚାରପତିଙ୍କୁ କୋର୍ଟ ଏଏସ୍‌ଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ, ଦାରିଙ୍ଗବାଡ଼ି ଓକିଲ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ

ଦାରିଙ୍ଗବାଡ଼ି,୨୭।୮(ଡି.ଏନ.ଏ)- ଦାରିଙ୍ଗବାଡ଼ି ପ୍ରଥମ ଶ୍ରେଣୀ ବିଚାର ବିଭାଗ ବିଚାରପତି ଗଗନ ସାହୁଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଛି। ବିଚାର ବିଭାଗରେ କାର୍ଯ୍ୟରତ ସିଏଏସ୍‌ଆଇ ପବିତ୍ର ମୋହନ ଛୋଟରାୟ ସୋମବାର ବିଚାରପତି ସାହୁଙ୍କୁ କୌଣସି ଏକ ଘଟଣାକୁ ନେଇ ଦୁର୍ବ୍ୟବହାର ଓ ଗାଳିଗୁଲଜ କରିଥିଲେ ବୋଲି ଦାରିଙ୍ଗବାଡି ଓକିଲ ସଂଘ ପକ୍ଷରୁ ଅଭିଯୋଗ ହୋଇଛି। ଏନେଇ ମଙ୍ଗଳବାର ସଂଘ ପକ୍ଷରୁ ଏକ ବୈଠକ କରାଯାଇ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଛି। ସିଏଏସ୍‌ଆଇ ଛୋଟରାୟଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନହେବା ଯାଏ ଆନ୍ଦୋଳନ ଜାରୀ ରହିବ ବୋଲି ସଂଘ ନିଷ୍ପତ୍ତି ନେଇଛି। ସଂଘ ପକ୍ଷରୁ ଏନେଇ ଜିଲା ମୁଖ୍ୟ ବିଚାରପତିଙ୍କ ନିକଟକୁ ଚିଠି ମାଧ୍ୟମରେ ଜଣାଯାଇଥିବାବେଳେ କନ୍ଧମାଳ ଏସ୍‌ପି ପ୍ରତୀକ ସିଂଙ୍କ ସମେତ ଦାରିଙ୍ଗବାଡ଼ି ଆଇଆଇସି ଅଲେଖ ଗରଡ଼ିଆ ଏବଂ ପ୍ରଥମ ଶ୍ରେଣୀ ବିଚାରପତି ଗଗନ ସାହୁଙ୍କୁ ମଧ୍ୟ ଲିଖିତ ଭାବେ ଜଣାଇଦିଆଯାଇଛି। ବିଭିନ୍ନ ସମୟରେ ଓକିଲ, ସାଧାରଣ ଜନତାଙ୍କୁ ମଧ୍ୟ ସେ ଏଭଳି ବ୍ୟବହାର କରୁଥିବା ସଂଘ ଅଭିଯୋଗ କରିଛି। ଏନେଇ ସିଏଏସ୍‌ଆଇ ଛୋଟରାୟଙ୍କୁ ଫୋନଯୋଗେ ପଚରାଯିବାରୁ ସେ ଏନେଇ ନିଜକୁ ମୁଁ ଛୋଟ ଚାକିରୀ କରୁଛି କହି ଅଧିକା କିଛି କହିବାକୁ ମନା କରିଥିଲେ। ଓକିଲ ସଂଘର ସଭାପତି ଟିପୁସୁଲତାନ ନାୟକଙ୍କ ସମେତ ଉପସଭାପତି ପ୍ରଦୀପ କୁମାର ସାହୁ, ସମ୍ପାଦକ ଜରଲାଲ୍‌ ସିଂ, ସହ ସମ୍ପାଦକ ଏଲିଆସ ମାଝୀ, କୋଷାଧ୍ୟକ୍ଷ ଦିଲୀପ କୁମାର ବଳିଆର ସିଂ, ମାଥ୍ୟୁ ପ୍ରଧାନ, ମୋନଜ କୁମାର ପଣ୍ଡା, ଉମେଶ କର, ପ୍ରବୀର କୁମାର ସାହୁ ପ୍ରମୁଖ କାର୍ଯ୍ୟବନ୍ଦ ଆନ୍ଦୋଳନରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri