ବିଚାରପତିଙ୍କୁ କୋର୍ଟ ଏଏସ୍‌ଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ, ଦାରିଙ୍ଗବାଡ଼ି ଓକିଲ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ

ଦାରିଙ୍ଗବାଡ଼ି,୨୭।୮(ଡି.ଏନ.ଏ)- ଦାରିଙ୍ଗବାଡ଼ି ପ୍ରଥମ ଶ୍ରେଣୀ ବିଚାର ବିଭାଗ ବିଚାରପତି ଗଗନ ସାହୁଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଛି। ବିଚାର ବିଭାଗରେ କାର୍ଯ୍ୟରତ ସିଏଏସ୍‌ଆଇ ପବିତ୍ର ମୋହନ ଛୋଟରାୟ ସୋମବାର ବିଚାରପତି ସାହୁଙ୍କୁ କୌଣସି ଏକ ଘଟଣାକୁ ନେଇ ଦୁର୍ବ୍ୟବହାର ଓ ଗାଳିଗୁଲଜ କରିଥିଲେ ବୋଲି ଦାରିଙ୍ଗବାଡି ଓକିଲ ସଂଘ ପକ୍ଷରୁ ଅଭିଯୋଗ ହୋଇଛି। ଏନେଇ ମଙ୍ଗଳବାର ସଂଘ ପକ୍ଷରୁ ଏକ ବୈଠକ କରାଯାଇ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଛି। ସିଏଏସ୍‌ଆଇ ଛୋଟରାୟଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନହେବା ଯାଏ ଆନ୍ଦୋଳନ ଜାରୀ ରହିବ ବୋଲି ସଂଘ ନିଷ୍ପତ୍ତି ନେଇଛି। ସଂଘ ପକ୍ଷରୁ ଏନେଇ ଜିଲା ମୁଖ୍ୟ ବିଚାରପତିଙ୍କ ନିକଟକୁ ଚିଠି ମାଧ୍ୟମରେ ଜଣାଯାଇଥିବାବେଳେ କନ୍ଧମାଳ ଏସ୍‌ପି ପ୍ରତୀକ ସିଂଙ୍କ ସମେତ ଦାରିଙ୍ଗବାଡ଼ି ଆଇଆଇସି ଅଲେଖ ଗରଡ଼ିଆ ଏବଂ ପ୍ରଥମ ଶ୍ରେଣୀ ବିଚାରପତି ଗଗନ ସାହୁଙ୍କୁ ମଧ୍ୟ ଲିଖିତ ଭାବେ ଜଣାଇଦିଆଯାଇଛି। ବିଭିନ୍ନ ସମୟରେ ଓକିଲ, ସାଧାରଣ ଜନତାଙ୍କୁ ମଧ୍ୟ ସେ ଏଭଳି ବ୍ୟବହାର କରୁଥିବା ସଂଘ ଅଭିଯୋଗ କରିଛି। ଏନେଇ ସିଏଏସ୍‌ଆଇ ଛୋଟରାୟଙ୍କୁ ଫୋନଯୋଗେ ପଚରାଯିବାରୁ ସେ ଏନେଇ ନିଜକୁ ମୁଁ ଛୋଟ ଚାକିରୀ କରୁଛି କହି ଅଧିକା କିଛି କହିବାକୁ ମନା କରିଥିଲେ। ଓକିଲ ସଂଘର ସଭାପତି ଟିପୁସୁଲତାନ ନାୟକଙ୍କ ସମେତ ଉପସଭାପତି ପ୍ରଦୀପ କୁମାର ସାହୁ, ସମ୍ପାଦକ ଜରଲାଲ୍‌ ସିଂ, ସହ ସମ୍ପାଦକ ଏଲିଆସ ମାଝୀ, କୋଷାଧ୍ୟକ୍ଷ ଦିଲୀପ କୁମାର ବଳିଆର ସିଂ, ମାଥ୍ୟୁ ପ୍ରଧାନ, ମୋନଜ କୁମାର ପଣ୍ଡା, ଉମେଶ କର, ପ୍ରବୀର କୁମାର ସାହୁ ପ୍ରମୁଖ କାର୍ଯ୍ୟବନ୍ଦ ଆନ୍ଦୋଳନରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?