ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ଆସିକା,୧୬ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ସବ୍‌ଜେଲରେ ଶୁକ୍ରବାର ସକାଳେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି ା ସେ ହେଲେ ଧରାକୋଟ ଥାନା ଅନ୍ତର୍ଗତ ବାଦଗଡ଼ ଗ୍ରାମର ଡାକ୍ତର ସାହୁ ଓରଫ ଡାକ (୩୪) ା ବାଦଗଡ଼ର ବାବୁ ପ୍ରଧାନଙ୍କୁ ଗତ ଅକ୍ଟୋବର ମାସରେ ହତ୍ୟା କରାଯାଇଥିଲା। ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ଡାକ ଓ ତାଙ୍କର ୩ ଭାଇ ଗିରଫ ହୋଇ ଗତ ୨୯ ତାରିଖରୁ ଆସିକା ସବ୍‌ ଜେଲରେ ବିଚାରାଧୀନ କଏଦୀ ଭାବେ ରହିଥିଲେ। ସବ୍‌ଜେଲର ୩ ନମ୍ବର ସେଲ୍‌ରେ ଏମାନେ ଥିଲେ ା ଶୁକ୍ରବାର ସକାଳ ୬ଟାରେ ଉକ୍ତ ସେଲ୍‌ର ଫାଟକ ଖୋଲାଯାଇଥିଲା ା ସମସ୍ତ କଏଦୀ ବାହାରକୁ ଆସିଥିବା ବେଳେ ଡାକ ନିଶ୍ଚେତ ଅବସ୍ଥାରେ ପଡ଼ି ରହିଥିଲେ ା ଜେଲ କର୍ତ୍ତୃପକ୍ଷ ତାଙ୍କୁ ଆସିକା ଡାକ୍ତରଖାନାକୁ ନେଇଥିଲେ ା ସେଠାରେ ଡାକଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ା
ଖବରପାଇ ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ଡାକ୍ତରଖାନାରେ ପହଞ୍ଚିଥିଲେ। କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ଆଶୁତୋଷ ଗୌରବ କରଙ୍କ ଉପସ୍ଥିତିରେ ମୃତଦେହକୁ ଜବତ କରାଯାଇ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଥିଲା। ଏ ନେଇ ଆସିକା ଥାନାରେ ନଂ.୨୮/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି ା ପୂର୍ବରୁ ଶାରୀରିକ ଅସୁସ୍ଥତା ସମ୍ପର୍କରେ ଜେଲ କର୍ତ୍ତୃପକ୍ଷଙ୍କୁ ଡାକ କୌଣସି ସୂଚନା ଦେଇ ନ ଥିଲେ ବୋଲି ଆସିକା ସବ୍‌ଜେଲ ଅଧୀକ୍ଷକ ଚିତ୍ତରଞ୍ଜନ ସାହୁ ପ୍ରକାଶ କରିଛନ୍ତି। କେଉଁ ପରିସ୍ଥିତିରେ ତାଙ୍କ ମୃତ୍ୟୁ ଘଟିଲା ତାହା ସ୍ପଷ୍ଟ ହୋଇନାହିଁ ା


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…

ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି ।…

ବାଇକ୍‌ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…   

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ…

ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍‌ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri