ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ନବରଙ୍ଗପୁର,୯।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ବିଚାରାଧୀନ ଜଣେ କଏଦୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୋରାପୁଟ ଜିଲା ପାଡୁଆ ଥାନା ଅନ୍ତର୍ଗତ ଶୋଭାପୁଟ ଗ୍ରାମର ପୁରୋଶତୀ ଖୋଡ଼ା। ଗତବର୍ଷ ସେପ୍ଟେମ୍ବର ୨୩ରୁ ଗଞ୍ଜେଇ କାରବାରରେ ନବରଙ୍ଗପୁର ଉପକାରାଗାରରେ ବିଚାରାଧୀନ ବନ୍ଦୀ ଭାବରେ ରହୁଥିଲେ। ସେ ଯକୃତ ଓ ଟିବି ରୋଗରେ ପୀଡ଼ିତ ହୋଇଥିବାରୁ ଜେଲ କର୍ତ୍ତୃପକ୍ଷ ଫେବୃୟାରୀ ୪ ତାରିଖରେ ତାଙ୍କୁ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଶନିବାର ରାତିରେ ରକ୍ତ ଦିଆ ଯାଉଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ସମୟରେ ପାଖରେ ତାଙ୍କ ସ୍ତ୍ରୀ ଉପସ୍ଥିତ ଥିଲେ l ମୃତକଙ୍କ ପରିବାର ପକ୍ଷରୁ କିଛି ଅଭିଯୋଗ ନ ଥିଲା ବେଳେ ଜେଲ୍‌ କର୍ତ୍ତୃପକ୍ଷ ୩ ହଜାର ଟଙ୍କା ସହାୟତା ରାଶି ଓ ରେଡକ୍ରସ ପକ୍ଷରୁ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଛି। ପରିବାର ଲୋକେ ପହଞ୍ଚିବା ପରେ ରବିବାର ମୃତଦେହ ବ୍ୟବଚ୍ଛେଦ କରାଯାଇ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବଗଛରେ ଝୁଲୁଛି ପୁଷ୍ପାଞ୍ଜଳୀଙ୍କ ମୃତଦେହ, ଦେହରେ….

ପାଟଣା,୨୭ା୮(ବୀର କିଶୋର ଦାଶ): ପାଟଣା ଥାନା ଡାଳପକା ପଞ୍ଚାୟତର ବନବୀର ଗ୍ରାମର ଆମ୍ବଗଛରୁ ଜଣେ ଯୁବତୀଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ…

ଯୁବକ ସଂଘ ପକ୍ଷରୁ ରାସ୍ତା ସଫେଇ ଅଭିଯାନ: ଗ୍ରାମବାସୀଙ୍କ ପ୍ରଶଂସା

କର୍ଲାମୁଣ୍ଡା,୨୭।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ରାଧା ମାଧବ ଯୁବକ ସଂଘ ପକ୍ଷରୁ ଗାଁର ପରିବେଶକୁ ସ୍ବଚ୍ଛ ଓ ସୁନ୍ଦର ରଖିବା ଲକ୍ଷ୍ୟରେ…

ଏତେ ଅଧିକ ବଢିଯିବ ଅଣ୍ଡା ଦାମ୍‌, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ, ୨୭।୮: ପିଆଜ, ଚିନି ଓ ଡାଲିର ବଢ଼ୁଥିବା ଦର ମଧ୍ୟରେ ଏବେ ଅଣ୍ଡାର ଦାମ ମଧ୍ୟ ବହୁତ ବଢ଼ିବାର ଆଶଙ୍କା ରହିଛି। ଗତ ଏକ ବର୍ଷ…

ବିବାହର ୨ ବର୍ଷ ପରେ ଗୁମର ଖୋଲିଲେ ଶୋଭିତା: ନାଗା ଚୈତନଙ୍କ ସହ…

ମୁମ୍ବାଇ: ବିବାହର ପ୍ରାୟ ଦୁଇ ବର୍ଷ ପରେ ଶୋଭିତା ତାଙ୍କ ବୈବାହିକ ଜୀବନ ବିଷୟରେ ମୁହଁ ଖୋଲିଛନ୍ତି। ଅଭିନେତ୍ରୀ ଶୋଭିତା ଧୂଲିପାଲା ଏବଂ ନାଗା ଚୈତନ୍ୟ ୨୦୨୪ରେ…

ଯାତ୍ରା ଚାଲିଥିବା ବେଳେ ମଞ୍ଚରେ ପଡିଗଲେ ଅଭିନେତା ପିୟୁଷ, ତାପରେ….

ଦେବଗଡ଼,୨୭ା୮(ଶଶାଙ୍କ ଶେଖର ଝାଙ୍କର): ମୁଣ୍ଡ ବୁଲାଇ ମଞ୍ଚରେ ପଡିଗଲେ ଯାତ୍ରା ଅଭିନେତା ପିୟୁଷ ତ୍ରିପାଠୀ । ବାରକୋଟ ବ୍ଳକ ବାସୁପାଲି ଗାଁରେ ଯାତ୍ରା ପରିବେଷଣ ବେଳେ ଏହି…

୩ ସନ୍ତାନର କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟଙ୍କ ଜନ୍ମଦିନ ପାର୍ଟି ଅପ୍ରତ୍ୟାଶିତ ଭାବରେ ପରିଣତ ହେଲା ନିର୍ବନ୍ଧ ଉତ୍ସବରେ; ଆଶ୍ଚର୍ଯ୍ୟ ହୋଇଗଲେ ଉସେନ ବୋଲ୍ଟଙ୍କ ମଙ୍ଗେତର

ନୂଆଦିଲ୍ଲୀ,୨୭।୮: କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟ ଉସେନ ବୋଲ୍ଟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେ ଜାମାଇକାରେ ତାଙ୍କ 40ତମ ଜନ୍ମଦିନ ପାଳନ ସମୟରେ ତାଙ୍କ ପ୍ରେମିକା କାସି…

ଜମିଛି ଆବର୍ଜନା-ନର୍ଦ୍ଦମାପାଣି: ବଢୁଛି ସଂକ୍ରାମକ ରୋଗ ଭୟ

ବରଗଡ଼,୨୭ା୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପରିମଳ ଓ ଜଳ ନିଷ୍କାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ସହରର ଯୁଆଡ଼େ ଦେଖିଲେ କୁଢ଼କୁଢ଼ ମଇଳା, ଆବର୍ଜନା ପଡ଼ିରହିଛି। ସେହିପରି ନିଷ୍କାସନ ବ୍ୟବସ୍ଥା…

ଜନ୍ମଜନ୍ମାନ୍ତରର ସାଥୀ ହୋଇରୁହନ୍ତି ଏହି ରାଶି ଯୋଡ଼ି! ଜ୍ୟୋତିଷ ଅନୁସାରେ ଏହି ରାଶି ଯୋଡ଼ି ‘ପରଫେକ୍ଟ ମ୍ୟାଚ’

ଜ୍ୟୋତିଷ ଶାସ୍ତ୍ରରେ ରାଶି ମିଳନ କେବଳ ଗ୍ରହଙ୍କ ଚଳନ ବୁଝିବା ପାଇଁ ନୁହେଁ, ବରଂ ଦୁଇଜଣଙ୍କ ସ୍ବଭାବ ଓ ଊର୍ଜାର ତାଳମେଳ ଜାଣିବା ପାଇଁ ମଧ୍ୟ କରାଯାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri