ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ସୋନପୁର,୧୯।୫(ନି.ପ୍ର.):ସୁବର୍ଣ୍ଣପୁର ଜିଲା ସୋନପୁର ଉପକାରାଗାରର ଜଣେ ବିଚାରାଧୀନ କଏଦୀଙ୍କର ରବିବାର ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ କଏଦୀଙ୍କ ନାମ ଟିକୁ ଅଜଗର(୨୬)। ତାଙ୍କ ଘର ବିନିକା ସହରର ଚମାରପଡାରେ। ଟିକୁଙ୍କୁ ଉପକାରାଗାର ପରିସର ଶୌଚାଳୟ ଭିତରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ତାଙ୍କ ପେଟକୁ ଧାରୁଆ ଅସ୍ତ୍ରରେ କଟାଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟକୁ ଟିକୁଙ୍କୁ ଗୁରୁତର ଅବସ୍ଥାରେ ନିଆଯାଇଥିଲା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଜେଲ କର୍ତ୍ତୃପକ୍ଷ ଏହାକୁ ଆତ୍ମହତ୍ୟା କହୁଥିବା ବେଳେ ପାରିପାର୍ଶ୍ୱିକ ଅବସ୍ଥାରୁ ଏହାର ସତ୍ୟତାକୁ ନେଇ ପ୍ରଶ୍ନ ଉଠୁଛି। କାରଣ କାରାଗାରଟି ପରିଚାଳନାଗତ ଅବ୍ୟବସ୍ଥା ଓ ସୁରକ୍ଷାକୁ ନେଇ କିଛି ମାସ ହେବ ଚର୍ଚ୍ଚାରେ ଥିଲା। ସୋନପୁର ଥାନାରେ କଏଦୀ ମୃତ୍ୟୁ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି । ଥାନା ଅଧିକାରୀ ଲୋକେଶ କୁମାର ସାହୁ ସାଇଣ୍ଟିଫିକ୍‌ ଟିମ୍‌ ସହ ଉପକାରାଗାରକୁ ଯାଇ ଘଟଣାର ତଦନ୍ତ କରିଛନ୍ତି । ଏପ୍ରିଲ ୨୪ ତାରିଖରେ ବିନିକା ଅଗ୍ନିଶମ ବିଭାଗରେ କାର୍ଯ୍ୟରତ ଫାୟାର ମ୍ୟାନ ଦୁଷ୍ମନ୍ତ କିଷାନଙ୍କୁ ଗଳାକାଟି ହତ୍ୟା କରିବା ପରେ ଥାନାରେ ଆତ୍ମସମର୍ପଣ କରିଥିଲେ ଟିକୁ । ୨୫ ତାରିଖରୁ ସେ ବିଚାରାଧୀନ କଏଦୀ ଭାବରେ ରହୁଥିଲେ। ରବିବାର ପୂର୍ବାହ୍ନରେ ସେ ପାଇଖାନା ଯାଇଥିଲେ। ଭିତରୁ ବାହାରକୁ ଆସିବାରେ ବିଳମ୍ବ ହେବାରୁ ତାଙ୍କୁ ଖୋଜା ପଡିଥିଲା। ତେବେ ଦାଢି କାଟିବା ପାଇଁ ବ୍ୟବହୃତ ବ୍ଲେଡ୍‌ରେ କଏଦୀ ନିଜ ପେଟକୁ କାଟି ଆତ୍ମହତ୍ୟା କରିଥିବା କାରାଗାରର ଭାରପ୍ରାପ୍ତ ଅଧିକ୍ଷକ ଦଶମୀ ବାଗ ପ୍ରକାଶ କରିଛନ୍ତି। ସେ ନିଜେ ଏହାର ତଦନ୍ତ କରିବେ। ଅନ୍ୟପକ୍ଷେ ବ୍ଲେଡ୍‌ କଏଦୀଙ୍କ ପାଖକୁ କିପରି ଗଲା। ଦାୟିତ୍ୱରେ ଥିବା ମୁଖ୍ୟ କାରାରକ୍ଷୀ ଓ କାରାରକ୍ଷୀ କଣ କରୁଥିଲେ, ସେ ନେଇ ପ୍ରଶ୍ନ ଉଠୁଛି। ଘଟଣାର ଗୁରୁତ୍ୱ ଦୃଷ୍ଟିରୁ ଜିଲା ମୁଖ୍ୟ ଚିକିତ୍ସାଳୟର ୩ ଜଣ ବିଶେଷଜ୍ଞ ମୃତଦହେ ବ୍ୟବଚ୍ଛେଦ କରିଛନ୍ତି। ରିପୋର୍ଟ ମିଳିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ। ପୋଲିସ ବ୍ୟବଚ୍ଛେଦ ପରେ ସନ୍ଧ୍ୟାରେ ମୃତଦେହକୁ ପରିବାର ବର୍ଗଙ୍କୁ ହସ୍ତାନ୍ତର କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri