ବିଚ୍ଛିନାଞ୍ଚଳରେ ଯୋଗାଇ ଦିଆଯିବ ଜରୁରିକାଳୀନ ସ୍ବାସ୍ଥ୍ୟସେବା: ପହଞ୍ଚିଲା ୧୦୮ ଆମ୍ବୁଲାନ୍ସ ଲଞ୍ଚ

ଚିତ୍ରକୋଣ୍ଡା,୬।୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ବିଚ୍ଛିନାଞ୍ଚଳର ପଣସପୁଟ, ଯୋଡ଼ମ୍ବ, ଅଣ୍ଡିରାପାଲି, ଯନ୍ତ୍ରୀ ଓ ଗାଜୁଲୁମାମୁଡ଼ି ପଞ୍ଚାୟତର ହଜାର ହଜାର ଜନସାଧାରଣ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇ ଜଳବନ୍ଦୀ ଜୀବନ କାଟିଥାନ୍ତି। ଏପରିକି ଉକ୍ତ ଅଞ୍ଚଳକୁ ଗମନାଗମନର ସୁବିଧା ନ ଥିବାରୁ ଗର୍ଭବତୀଙ୍କୁ ଡାକ୍ତରଖାନା ନେବାରେ ବହୁ ଅସୁବିଧା ହେଉଥିଲା। ତେବେ ମାଲକାନଗିରିକୁ ୫ଟି ସେକ୍ରେଟାରୀ ଭି. କାର୍ତ୍ତିକ ପାଣ୍ଡିଆନଙ୍କ ଗସ୍ତ ପରେ ଜିଲାରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ଯୋଜନା କରିଥିଲେ। ତାଙ୍କ ନିର୍ଦ୍ଦେଶ କ୍ରମେ ଜିଲାପାଳ ମନୀଷ ଅଗ୍ରୱାଲଙ୍କ ପ୍ରଚେଷ୍ଟାରେ ସରକାରଙ୍କ ପକ୍ଷରୁ ୧୦୮ ଆମ୍ବୁଲାନ୍ସ ଲଞ୍ଚ ଯୋଗାଇ ଦିଆଯାଇଛି। ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟର ଅଧ୍ୟକ୍ଷ କ୍ଷୀରୋଦ ଚନ୍ଦ୍ର ମହନ୍ତଙ୍କକୁ ଏହି ଦାୟିତ୍ୱ ହସ୍ତାନ୍ତର କରାଯାଇଛି। ଉକ୍ତ ଆମ୍ବୁଲାନ୍ସ ଲଞ୍ଚରେ ଚାଳକ ଏବଂ ସ୍ବାସ୍ଥ୍ୟ କର୍ମଚାରୀ ଯୋଗାଇ ଦିଆଯାଇ ଖୁବ୍‌ଶୀଘ୍ର ସେବା ଆରମ୍ଭ କରାଯିବ। ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟର ଅଧ୍ୟକ୍ଷ ମହନ୍ତ ଏବଂ ଏମ୍‌ଆଇଏସ୍‌ କମ୍‌ ଆକାଉଣ୍ଟlଣ୍ଟ ରାଜେନ୍ଦ୍ର ଦାସ ବିଚ୍ଛିନ୍ନାଞ୍ଚଳରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପରିବର୍ତ୍ତନ ହେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri